Advertisment

NDA ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ Z+ ସୁରକ୍ଷା

ଏନ୍‌ଡିଏ ପକ୍ଷରୁ ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କରାଯିବା ପରେ ତାଙ୍କୁ Z+ ସୁରକ୍ଷା ମିଳିଛି। ଯେଉଁଥିରେ ୧୦ରୁ ଅଧିକ ଏନ୍ଏସ୍‌ଜି ସହ ସିଆରପିଏଫ୍ କମାଣ୍ଡୋ ରହିଛନ୍ତି।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
undefined

Presidential Candidate Draupadi Murmu

ଓଡ଼ିଶାର ଦ୍ରୌପଦୀ ମୁର୍ମୁଙ୍କୁ ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଘୋଷଣା କରିଛି। ଗତକାଲି ନୂଆଦିଲ୍ଲୀରେ ଅନୁଷ୍ଠିତ ବିଜେପି ସଂସଦୀୟ ଦଳ ବୈଠକରେ ଦ୍ରୌପଦୀଙ୍କ ନାଁ ଘୋଷଣା କରାଯିବା ପରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ପ୍ରେସ୍‌ମିଟ୍‌ରେ ସୂଚନା ଦେଇଥିଲେ। ଏହାପରେ ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ଏବେ ଦ୍ରୌପଦୀ ମୁର୍ମୁଙ୍କୁ Z+ ସୁରକ୍ଷା ମିଳିଛି।

Advertisment

ଏନ୍‌ଡିଏ ପକ୍ଷରୁ ତାଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କରାଯିବା ପରେ ଏହି ସ୍ୱତନ୍ତ୍ର ସୁରକ୍ଷା ବ୍ୟବସ୍ଥା ପ୍ରଦାନ କରାଯାଇଛି। ଯେଉଁଥିରେ ୧୦ରୁ ଅଧିକ ଏନ୍ଏସ୍‌ଜି ସହ ସିଆରପିଏଫ୍ କମାଣ୍ଡୋ ରହିଛନ୍ତି। ଆଜି ରାଇରଙ୍ଗପୁର ବାସଭବନରୁ ନିକଟସ୍ଥ ମନ୍ଦିର ଓ ଅନ୍ୟାନ୍ୟ କାର୍ଯ୍ୟକ୍ରରେ ଯୋଗ ଦେବାକୁ ଯାଇଥିବା ବେଳେ ଦ୍ରୌପଦୀଙ୍କ ସହ ଏହି ସୁରକ୍ଷା ବ୍ୟବସ୍ଥା ଦେଖିବାକୁ ମିଳିଥିଲା।କମାଣ୍ଡୋମାନେ cordon କରି ଦ୍ରୌପଦୀଙ୍କୁ ବିଭିନ୍ନ ସ୍ଥାନକୁ ନେଇ ଯାଇଥିଲେ ା ଏହି ସୁରକ୍ଷା ବ୍ୟବସ୍ଥା ୨୪ ଘଣ୍ଟିଆ ଭାବେ ତାଙ୍କ ସହ ରହିବ।

Advertisment

ରାଇରଙ୍ଗପୁରରୁ ଭୁବନେଶ୍ୱର ଓ ପରେ ଦିଲ୍ଲୀ ଯାଏ କମାଣ୍ଡୋମାନେ ଦ୍ରୌପଦୀ ମୁର୍ମୁଙ୍କୁ ସୁରକ୍ଷା ଯୋଗାଇବେ। Z+ ସୁରକ୍ଷାରେ ୧୦ ଜଣ କମାଣ୍ଡୋଙ୍କୁ ମିଶାଇ ମୋଟ୍ ୧୫୦ ଜଣ ସୁରକ୍ଷାକର୍ମୀ ଥାନ୍ତି। ୫ଟି ବୁଲେଟ୍ ପ୍ରୁଫ୍ କାର୍ ବି ସୁରକ୍ଷାରେ ମୁତୟନ ହୋଇଥାଏ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହ, ରାହୁଲ ଗାନ୍ଧି, ବ୍ୟବସାୟୀ ମୁକେଶ ଅମ୍ବାନୀଙ୍କ ଭଳି ବ୍ୟକ୍ତି ବିଶେଷଙ୍କୁ Z+ ସୁରକ୍ଷା ଦିଆଯାଉଛି। 

Droupadi Murmu NDA Presidential Candidate Presidential Elections 2022 Presidential Candidate Draupadi Murmu
Advertisment
Advertisment