Puri Srimandir: ନୂଆବର୍ଷ ପାଇଁ ଶ୍ରୀମନ୍ଦିରରେ ପ୍ରବଳ ଭିଡ଼, ଠେଲାପେଲା ଯୋଗୁଁ ୧୦ ଭକ୍ତ ଅସୁସ୍ଥ

ପାଖେଇ ଆସୁଛି ନୂଆବର୍ଷ । ଆଉ ଏହାକୁ ନେଇ ଶ୍ରୀକ୍ଷେତ୍ରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଜନସମାଗମ ଦେଖିବାକୁ ମିଳିଛି । ବର୍ଷର ଶେଷରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ରାଜ୍ୟ ଓ ସାରା ଦେଶରୁ ଲୋକେ ଆସି ପହଞ୍ଚୁଛନ୍ତି ।

Puri Srimandir

ପୁରୀରେ ନୂଆବର୍ଷ ପାଇଁ ଶ୍ରୀମନ୍ଦିରରେ ପ୍ରବଳ ଭିଡ଼ ଲାଗିଛି । ଏହାରି ଭିତରେ ଏକ ବଡ଼ ଖବର ସାମ୍ନାକୁ ଆସିଛି । ପ୍ରବଳ ଭିଡ଼ ପାଇଁ ବାହାରକାଠ ନିକଟରେ ଠେଲାପେଲା ଯୋଗୁଁ ୧୦ ଭକ୍ତ ଅସୁସ୍ଥ ହୋଇପଡ଼ିଛନ୍ତି । ଉକ୍ତ ୧୦ ଜଣଙ୍କ ମଧ୍ୟରୁ ୪ ଜଣଙ୍କୁ ପୁରୀ ମେଡିକାଲରେ ଭର୍ତ୍ତି କରାଯାଇଛି ।

ପାଖେଇ ଆସୁଛି ନୂଆବର୍ଷ । ଆଉ ଏହାକୁ ନେଇ ଶ୍ରୀକ୍ଷେତ୍ରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଜନସମାଗମ ଦେଖିବାକୁ ମିଳିଛି । ବର୍ଷର ଶେଷରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ରାଜ୍ୟ ଓ ସାରା ଦେଶରୁ ଲୋକେ ଆସି ପହଞ୍ଚୁଛନ୍ତି । ଶୃଙ୍ଖଳିତ ଦର୍ଶନ ପାଇଁ ମାର୍କେଟ ଛକ ଯାଏଁ ବ୍ୟାରିକେଡ୍ କରାଯାଇଛି । ତେବେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜାରି ସୂଚନା ମୁତାବକ, ଆସନ୍ତାକାଲି ଓ ୧ ତାରିଖରେ କେବଳ ସିଂହଦ୍ୱାର ଦେଇ ପ୍ରବେଶ କରିବେ ଭକ୍ତ ।

ଅଧିକ ପଢ଼ନ୍ତୁ: ଅଦିନିଆ ବର୍ଷା, ଚାଷ କ୍ଷୟକ୍ଷତି ଆକଳନ ଅବଧି ବଢ଼ାଇଲେ ରାଜ୍ୟ ସରକାର

ଅନ୍ୟ ୩ ଦ୍ୱାର ଦେଇ ପ୍ରବେଶ ମନା, କେବଳ ପ୍ରସ୍ଥାନ ପାଇଁ ଅନୁମତି ରହିବ । ତେଣେ ନୂଆବର୍ଷରେ ଭିଡ଼ ନିୟନ୍ତ୍ରଣ ପାଇଁ ପୁରୀରେ ୬୦ ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି । ଶ୍ରୀମନ୍ଦିର ପରିସରରେ ୨ ଭାଗରେ ପୋଲିସ ମୁତୟନ ହୋଇଛନ୍ତି । ଜନଗହଳିପୂର୍ଣ୍ଣ ସ୍ଥାନରେ ଆଣ୍ଟି ସ୍ନାଚିଂ ଟିମ୍ ମୁତୟନ ରହିବେ । ବିଭିନ୍ନ ସ୍ଥାନରେ ପୋଲିସ ତରଫରୁ ନାକାବନ୍ଦୀ କରାଯାଇଛି ।

ଏହାସହ ସମୁଦ୍ର କୂଳରେ ସ୍ୱତନ୍ତ୍ର ଆଉଟ ପୋଷ୍ଟ ବ୍ୟବସ୍ଥା ହୋଇଛି । ସେପଟେ ଆଜି ସକାଳୁ ପୁରୀରେ ପ୍ରବଳ କୁହୁଡ଼ି ଦେଖିବାକୁ ମିଳିଛି । କୁହୁଡ଼ି ଚାଦରରେ ଲୁଚି ଯାଇଛି ଶ୍ରୀମନ୍ଦିର । ଦୂରରୁ ନୀଳଚକ୍ର କି ପତିତପାବନ ବାନା ଦର୍ଶନ କରିପାରୁ ନାହାନ୍ତି ଭକ୍ତ । ସେହିପରି ନୂଆବର୍ଷରେ ସିସିଟିଭି ନଜରରେ ରହିବ ଶ୍ରୀକ୍ଷେତ୍ର । ପୁରୀକୁ ଜଗିବେ ୬୦ ପ୍ଲାଟୁନ୍ ଫୋର୍ସ ।

ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ, ବେଳାଭୂମିରେ ପର୍ଯ୍ୟଟକଙ୍କ ସୁରକ୍ଷା ଓ ଟ୍ରାଫିକ୍ ସୁପରିଚାଳନା ନେଇ ବ୍ୟାପକ ପ୍ରସ୍ତୁତି କରିଛି ପୁରୀ ପୋଲିସ । ଡିସେମ୍ବର ୩୧ ତାରିଖଠୁ ନୂଆବର୍ଷ ପର୍ଯ୍ୟନ୍ତ ପ୍ରବଳ ଭିଡ଼ ଆଶଙ୍କାରେ ଟ୍ରାଫିକ୍ କଟକଣା ଜାରି କରାଯାଇଛି । ପୁରୀର ମୁଖ୍ୟ ପ୍ରବେଶପଥରେ ଚେକିଂକୁ କଡାକଡି କରାଯିବ ।

ଭୁବନେଶ୍ୱରରୁ ଆସୁଥିବା ଚାରିଚକିଆ ଯାନ ଜେଲ୍ ରୋଡ ପାର୍କିଂରେ, କୋଣାର୍କରୁ ଆସୁଥିବା ଚାରିଚକିଆ ତାଳବଣିଆ ପାର୍କିଂରେ ଓ ବ୍ରହ୍ମଗିରିରୁ ଆସୁଥିବା ଚାରିଚକିଆ ଯାନ ଷ୍ଟର୍ଲିନ କିମ୍ବା ଯାତ୍ରିକା ପାର୍କିଂରେ ରହିବ । ମେଡିକାଲ୍ ଛକଠାରୁ ଶ୍ରୀମନ୍ଦିର ଓ ବେଳାଭୂମି ପର୍ଯ୍ୟନ୍ତ କୌଣସି ଚାରିଚକିଆ ଯାନ ଯାତାୟାତ କରିବ ନାହିଁ । ମାର୍କେଟ ଛକଠାରୁ ହେବ NO VEHICLE ZONE ।

ଅଧିକ ପଢ଼ନ୍ତୁ: OCA ସଭାପତି ପଦରୁ ବବି ଦାସଙ୍କ ଇସ୍ତଫା; ବ୍ୟକ୍ତିଗତ କାରଣ ଦର୍ଶାଇ ଦେଲେ ଇସ୍ତଫା...