• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Sujit kumar Swain

ନଭେମ୍ବର ୧ରେ ରାଜ୍ୟବ୍ୟାପି କାର୍ଯ୍ୟବନ୍ଦ ରଖିବେ ୧୦୮ ଆମ୍ବୁଲାନ୍ସ କର୍ମଚାରୀ। ଠପ୍ ହେବ ୧୦୮ ଆମ୍ବୁଲାନ୍ସ ସେବା । ରାଜରାସ୍ତାରେ ଗଡ଼ିବନି ୧୩ଶହ ଆମ୍ବୁଲାନ୍ସ । ଆନ୍ଦୋଳନରେ ବସିବେ ୬ ହଜାରରୁ ଉର୍ଦ୍ଧ୍ବ ଆମ୍ବୁଲାନ୍ସ କର୍ମଚାରୀ । ନୂତନ ଠିକା ସଂସ୍ଥା, ଉଦ୍ଦେଶ୍ୟମୂଳକ ଭାବେ ୨ଶହ କର୍ମଚାରୀଙ୍କୁ କାର୍ଯ୍ୟରେ ନିୟୋଜିତ କରିନଥିବା ଅଭିଯୋଗ ହୋଇଛି। ଏହାରି ପ୍ରତିବାଦରେ ଆସନ୍ତା ୧ ତାରିଖରେ ଆନ୍ଦୋଳନ ଡାକରା ଦିଆଯାଇଛି ।

ମିଳିଥିବା ଖବର ଅନୁସାରେ ଆଜି ୩୦ଟି ଜିଲ୍ଲାର ଅଫ୍ ଡ୍ୟୁଟି କର୍ମଚାରୀମାନଙ୍କୁ ନେଇ ଜିଲ୍ଳାପାଳ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ସାକ୍ଷାତ କରି ଦାବିପତ୍ର ପ୍ରଦାନ କରିବ ମହାସଂଘ । ସେପଟେ ଏନେଇ ସଂପୃକ୍ତ ଠିକା ସଂସ୍ଥା ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ ।

ଏପଟେ ସମ୍ବଲପୁରରେ ମୋ ବସ୍ ଗାଇଡଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ। ଫଳରେ ସମ୍ବଲପୁରରେ ‘ମୋ ବସ୍’ ଚଳାଚଳ ବନ୍ଦ ରହିଛି। ବିଭାଗୀୟ କର୍ତ୍ତୃପକ୍ଷ ଗାଇଡ୍ ମାନଙ୍କୁ ହଇରାଣ କରୁଥିବା ଅଭିଯୋଗ ହୋଇଛି । ଟିକେଟ୍ କାଟିବା ଦାୟିତ୍ବରେ ରହିଛନ୍ତି ବସ୍ ଗାଇଡ୍ ମାନଙ୍କ ଦାୟିତ୍ବ ରହିଛି । ଆଜି ଅଇଁଠାପାଲି ବସ୍‌ ଟ୍ରମିନାଲ୍‌ରେ ଏମାନଙ୍କ ଧାରଣା ଫଳରେ ଗଡ଼ି ପାରୁନି ‘ମୋ ବସ୍’ସେବା।

 

OTV is now on Whatsapp

Join and get latest news update delivered to you via whatsapp

Join Now