Advertisment

ନରେନ୍ଦ୍ର ପୁଷ୍କରିଣୀରେ ଚାପ ଖେଳ ବେଳେ ଅଘଟଣ, ବାଣ ଫୁଟି ୧୫ ଆହତ

ବାଣ ଫୁଟି ଲୋକଙ୍କ ଉପରେ ପଡ଼ିବାରୁ ୧୫ରୁ ଅଧିକ ଶ୍ରଦ୍ଧାଳୁ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ପୁରୀ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି।

ଅଦ୍ୟତନ ହୋଇଛି
Puri Jagannath Chandan Yatra Fire Incident

Puri

Advertisment

ଚାପ ଖେଳରେ ବାଣ ଫୁଟି ୧୫ ଆହତ। ପୁରୀ ନରେନ୍ଦ୍ର ପୁଷ୍କରିଣୀରେ ଚାପ ଖେଳ ବେଳେ ଏହି ଅଘଟଣ ଘଟିଛି । ବାଣ ଫୁଟି ଲୋକଙ୍କ ଉପରେ ପଡ଼ିବାରୁ ୧୫ରୁ ଅଧିକ ଶ୍ରଦ୍ଧାଳୁ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ପୁରୀ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ କିଛି ଆହତଙ୍କ ଅବସ୍ଥା ଗୁରୁତର ଥିବା ସୂଚନା ମିଳିଛି। ନରେନ୍ଦ୍ର ପୁଷ୍କରିଣୀର ଦେବୀଘାଟ ପଟେ ବାଣ ଫୁଟିବାର ବ୍ୟବସ୍ଥା କରାଯାଇଥିଲା ।

Advertisment

ସେପଟେ ପୁରୀ ମେଡିକାଲ୍‌ରେ ଆବଶ୍ୟକୀୟ ଡାକ୍ତର ନ ଥିବାରୁ ଲୋକମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖିବାକୁ ମିଳୁଛି । ଆହତଙ୍କ ସର୍ମ୍ପକୀୟଙ୍କ କାନ୍ଦ ବୋବାଳିରେ ଫାଟି ପଡ଼ୁଛି ମେଡିକାଲ ପରିସର । ତେବେ ବର୍ଣ୍ଣ ୟୁନିଟ୍‌ ନ ଥିବାରୁ ଗୁରୁତରଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଉଛି । ଗୁରୁତର ଆହତ ହୋଇଥିବା ଅନେକଙ୍କୁ ଭୁବନେଶ୍ୱର ଓ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଉଥିବା ସୂଚନା ମିଳିଛି ।

Advertisment

Puri Srimandir Fire Mishap Fire Crackers
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ