/odishatv-khabar/media/post_attachments/uploadimage/library/16_9/16_9_0/IMAGE_1729681282.jpg)
Subhadra Yojana
ସୁଭଦ୍ରା ଯୋଜନାକୁ ନେଇ ବଡ଼ ଖବର । ସୁଭଦ୍ରା ଯୋଜନାରେ ହେଲା ସଂଶୋଧନ । ରାଜ୍ୟ କ୍ୟାବିନେଟ୍ରେ ୫ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ପାରିତ ହୋଇଛି । ‘ସୁଭଦ୍ରା’ ଯୋଜନାରେ ସଂଶୋଧନ ପାଇଁ କ୍ୟାବିନେଟ୍ ନିଷ୍ପତ୍ତି ହୋଇଛି । ବାଦ୍ ପଡ଼ିଥିବା ୨ ଲକ୍ଷ ୬୭ ହଜାର ଆବେଦନର ସାନି ବିଚାର ନିଷ୍ପତ୍ତି ନିଆଯିବ ବୋଲି ସୂଚନା ଦେଲେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ।
‘ସୁଭଦ୍ରା’ ଯୋଜନାରେ ଏଯାବତ ମୋଟ୍ ୧ କୋଟି ୨ ଲକ୍ଷ ଆବେଦନ ଆସିଛି । ୬୦ ଲକ୍ଷ ଆବେଦନକାରୀ ଟଙ୍କା ପାଇ ସାରିଛନ୍ତି । ବାଦ୍ ପଡ଼ିଛନ୍ତି ୨ ଲକ୍ଷ ୬୭ ହଜାର ଏନେଇ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ।
#ସୁଭଦ୍ରା_ଯୋଜନାରେ_ସଂଶୋଧନ
ରାଜ୍ୟ କ୍ୟାବିନେଟ୍ରେ ୬ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ପାରିତ। ‘ସୁଭଦ୍ରା’ ଯୋଜନାରେ ସଂଶୋଧନ ପାଇଁ କ୍ୟାବିନେଟ୍ ନିଷ୍ପତ୍ତି । ବାଦ୍ ପଡ଼ିଥିବା ୨ ଲକ୍ଷ ୬୭ ହଜାର ଆବେଦନର ସାନି ବିଚାର ନିଷ୍ପତ୍ତି । ଏଯାବତ ମୋଟ୍ ୧ କୋଟି ୨ ଲକ୍ଷ ଆବେଦନ ଆସିଛି #CabinetMeeting#SubhadraYojana#OTVpic.twitter.com/f3H0PJ7OqA— ଓଟିଭି (@otvkhabar) October 23, 2024
ବର୍ଷକୁ ଦୁଇଟି କିସ୍ତିରେ ମିଳିବ ୧୦ ହଜାର ଟଙ୍କା । ୫ ବର୍ଷରେ ଆକାଉଣ୍ଟକୁ ଆସିବ ମୋଟ ୫୦ ହଜାର ନଗଦ ରାଶି । ଚଳିତ ଆର୍ଥିକ ବର୍ଷରୁ ଲାଗୁ ହୋଇଛି ବହୁ ପ୍ରତୀକ୍ଷିତ ସୁଭଦ୍ରା ଯୋଜନା । ୨୦୨୪ ନିର୍ବାଚନରେ ବିଜେପି ଦେଇଥିବା ନିର୍ବାଚନୀ ପ୍ରତିଶ୍ରୁତି ଅନୁସାରେ ଓଡ଼ିଶାରେ ମହିଳା ସଶକ୍ତିକରଣ ଲାଗି ରାଜ୍ୟ ସରକାର ଆରମ୍ଭ କରିଛନ୍ତି ସୁଭଦ୍ରା ଯୋଜନା ।
ସୁଭଦ୍ରା ଯୋଜନା: କେଉଁ ମାନେ କରିପାରିବେ ଆବେଦନ ?
- ଓଡ଼ିଶାର ଯୋଗ୍ୟ ମହିଳା ଯାହାଙ୍କ ବୟସ ୨୧ ରୁ ୫୯ ବର୍ଷ ମଧ୍ୟରେ ହୋଇଥିବ ।
- ପରିବାରରେ ଏକାଧିକ ଯୋଗ୍ୟ ମହିଳା ଥିଲେ ବି ମିଳିବ ସୁଭଦ୍ରା ଟଙ୍କା ।
- ବିଧବା ଭତ୍ତା ପାଉଥିବା ମହିଳା ତଥା ଛାତ୍ର ବୃତ୍ତି ପାଉଥିବା କଲେଜ ଛାତ୍ରୀଙ୍କୁ ମଧ୍ୟ ଏହି ଯୋଜନାରେ ଅନ୍ତର୍ଭୁକ୍ତ କରାଯିବ।
- ଅଙ୍ଗନୱାଡି କର୍ମୀ/ସହାୟିକା, ଆଶାକର୍ମୀ ମଧ୍ୟ କରିପାରିବେ ଆବେଦନ ।
- ସିଆରପି କରିପାରିବେ ଆବେଦନ ।
- ଏମ୍ବିକେ, ଆଉଟ୍ ସୋର୍ଶିଂ ସଂସ୍ଥାର ମହିଳା ମାନେ ମଧ୍ୟ ସୁଭଦ୍ରା ଯୋଜନାର ଲାଭ ଉଠାଇ ପାରିବେ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)