‘ସୁଭଦ୍ରା’ ଯୋଜନାରେ ସଂଶୋଧନ ପାଇଁ କ୍ୟାବିନେଟ୍‌ ନିଷ୍ପତ୍ତି

 ସୁଭଦ୍ରା ଯୋଜନାରେ ହେଲା ସଂଶୋଧନ । ରାଜ୍ୟ କ୍ୟାବିନେଟ୍‌ରେ ୫ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ପାରିତ ହୋଇଛି । 

Subhadra Yojana

ସୁଭଦ୍ରା ଯୋଜନାକୁ ନେଇ ବଡ଼ ଖବର  । ସୁଭଦ୍ରା ଯୋଜନାରେ ହେଲା ସଂଶୋଧନ । ରାଜ୍ୟ କ୍ୟାବିନେଟ୍‌ରେ ୫ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ପାରିତ ହୋଇଛି । ‘ସୁଭଦ୍ରା’ ଯୋଜନାରେ ସଂଶୋଧନ ପାଇଁ କ୍ୟାବିନେଟ୍‌ ନିଷ୍ପତ୍ତି ହୋଇଛି । ବାଦ୍‌ ପଡ଼ିଥିବା ୨ ଲକ୍ଷ ୬୭ ହଜାର ଆବେଦନର ସାନି ବିଚାର ନିଷ୍ପତ୍ତି ନିଆଯିବ ବୋଲି ସୂଚନା ଦେଲେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା । 

‘ସୁଭଦ୍ରା’ ଯୋଜନାରେ ଏଯାବତ ମୋଟ୍‌ ୧ କୋଟି ୨ ଲକ୍ଷ ଆବେଦନ ଆସିଛି  । ୬୦ ଲକ୍ଷ ଆବେଦନକାରୀ ଟଙ୍କା ପାଇ ସାରିଛନ୍ତି । ବାଦ୍‌ ପଡ଼ିଛନ୍ତି ୨ ଲକ୍ଷ ୬୭ ହଜାର ଏନେଇ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ । 

ବର୍ଷକୁ ଦୁଇଟି କିସ୍ତିରେ ମିଳିବ ୧୦ ହଜାର ଟଙ୍କା । ୫ ବର୍ଷରେ ଆକାଉଣ୍ଟକୁ ଆସିବ ମୋଟ ୫୦ ହଜାର ନଗଦ ରାଶି । ଚଳିତ ଆର୍ଥିକ ବର୍ଷରୁ ଲାଗୁ ହୋଇଛି ବହୁ ପ୍ରତୀକ୍ଷିତ ସୁଭଦ୍ରା ଯୋଜନା । ୨୦୨୪ ନିର୍ବାଚନରେ ବିଜେପି ଦେଇଥିବା ନିର୍ବାଚନୀ ପ୍ରତିଶ୍ରୁତି ଅନୁସାରେ ଓଡ଼ିଶାରେ ମହିଳା ସଶକ୍ତିକରଣ ଲାଗି ରାଜ୍ୟ ସରକାର ଆରମ୍ଭ କରିଛନ୍ତି ସୁଭଦ୍ରା ଯୋଜନା । 

ସୁଭଦ୍ରା ଯୋଜନା: କେଉଁ ମାନେ କରିପାରିବେ ଆବେଦନ ?