Advertisment

Odisha Government Jobs Update: ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି, ରାଜ୍ୟରେ ପୂରଣ ହେବ ୨୫ ଶହ ହୋମଗାର୍ଡ ପଦବୀ

ରାଜ୍ୟରେ ୨୫୦୦ ହୋମଗାର୍ଡ ପଦବୀ ପୂରଣ କରାଯିବ। ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପରେ ଖୁବ ଶୀଘ୍ର ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି କୁହାଯାଇଛି।

ଅଦ୍ୟତନ ହୋଇଛି
home guard

home guard

Advertisment

ରାଜ୍ୟରେ ୨୫୦୦ ହୋମଗାର୍ଡ ପଦବୀ ପୂରଣ କରାଯିବ। ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପରେ ଖୁବ ଶୀଘ୍ର ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି କୁହାଯାଇଛି। ପୂର୍ବରୁ ରାଜ୍ୟରେ ଗୃହରକ୍ଷୀଙ୍କ ସଂଖ୍ୟା ୧୭,୬୭୫ ରହିଥିଲା। ବର୍ତ୍ତମାନ ଏହା ବୃଦ୍ଧି ପାଇ ୨୦ ହଜାର ୧୭୫ରେ ପହଞ୍ଚିବ।

Advertisment

ମଙ୍ଗଳବାର ଆଉ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର। ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ମାନଙ୍କ ପାଇଁ ସୁଧ ମୁକ୍ତ ୠଣ ବ୍ୟବସ୍ଥାକୁ ଜାରି ରଖିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି।

ସୂଚନା ଯୋଗ୍ୟ ଯେ, ଏହି ସୁଧମୁକ୍ତ ୠଣ ବ୍ୟବସ୍ଥାକୁ ମୁଖ୍ୟମନ୍ତ୍ରୀ ପୂର୍ବରୁ ୩୧ ମାର୍ଚ୍ଚ ୨୦୨୫ ପର୍ଯ୍ୟନ୍ତ ଜାରି ରଖିଥିଲେ। ଆଜି ଏହାକୁ ୨୦୨୫-୨୬ ଆର୍ଥିକ ବର୍ଷ ଓ ପରବର୍ତ୍ତୀ ବର୍ଷ ଗୁଡିକ ପାଇଁ ଜାରି ରଖିବା ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି।

Advertisment

ଏହା ଦ୍ୱାରା ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ଗୁଡିକ ବିନା ସୁଧରେ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ୠଣ ନେଇପାରିବେ। ଏହି ପଦକ୍ଷେପ ରାଜ୍ୟରେ ମହିଳା ଉଦ୍ୟୋଗୀ ଓ ଲକ୍ଷପତି ଦିଦି ସୃଷ୍ଟି କରିବାରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହା ସହିତ ମହିଳା ଭାଗିଦାରୀ ଜରିଆରେ ରାଜ୍ୟର ଗ୍ରାମାଞ୍ଚଳ ଓ ସହରାଞ୍ଚଳର ଅର୍ଥନୀତି ସୁଦୃଢ ହେବ ବୋଲି ସେ କହିଛନ୍ତି।

ଅଧିକ ପଢ଼ନ୍ତୁ: ଲୋୟର PMGରେ କଂଗ୍ରେସର ଆନ୍ଦୋଳନ, ପୋଲିସ୍‌ ଗାଡ଼ି ପୋଡ଼ିବାକୁ କରିଥିଲେ ଉଦ୍ୟମ

Advertisment
Home Guard Self Help Groups
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ