/odishatv-khabar/media/post_attachments/uploadimage/library/16_9/16_9_0/IMAGE_1728282324.jpg)
subhadra scheme
ପାଖେଇ ଆସୁଛି ସୁଭଦ୍ରା ଯୋଜନାରେ ଦ୍ୱିତୀୟ ପର୍ଯ୍ୟାୟ ଟଙ୍କା ପାଇବାର ଦିନ । ସୁଭଦ୍ରା ଯୋଜନାରେ ଆଜି ଆସିବାର ଅଛି ଟଙ୍କାଏ । ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟ 'ସୁଭଦ୍ରା'ର ଆଜି ଆସିବ ୧ ଟଙ୍କା । ଆସନ୍ତା ୯ ତାରିଖରେ ଯୋଗ୍ୟ ହିତାଧିକାରୀଙ୍କୁ ଦିଆଯିବ 'ସୁଭଦ୍ରା' ଟଙ୍କା । ଆଜି ସୁଦ୍ଧା ୧ କୋଟି ମହିଳାଙ୍କ ଆବେଦନ ପୂରଣ ହେବ । ଆଜି ସୁଦ୍ଧା ୩୨ ଲକ୍ଷ ଏମ୍ପିସିଆଇ କ୍ଲିୟରାନ୍ସ ସମ୍ପୂର୍ଣ୍ଣ ହୋଇଛି ।
ପ୍ରଥମ ପର୍ଯ୍ୟାୟ ଭଳି ଦ୍ୱିତୀୟ ପର୍ଯ୍ୟାୟରେ ବି ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ପରୀକ୍ଷା ମୂଳକ ଭାବେ ୧ଟଙ୍କା ଲେଖାଏଁ ଆସିବ । ଯେଉଁମାନଙ୍କ ଖାତାକୁ ୧ଟଙ୍କା ଆସିବ, ସେମାନଙ୍କ ଖାତାକୁ ଆସନ୍ତା ୯ତାରିଖରେ ବାକି ଟଙ୍କା ଆସିବ । ସୁଭଦ୍ରାଙ୍କ କ୍ଷେତ୍ର ବାରିପଦାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଦ୍ୱିତୀୟ ପର୍ଯ୍ୟାୟ ଟଙ୍କାକୁ ପ୍ରଦାନ କରିବେ। ଏଥିପାଇଁ ବାରିପଦାରେ ସ୍ୱତନ୍ତ୍ର କାର୍ୟ୍ୟକ୍ରମର ଆୟୋଜନ କରାଯାଇଛି।
ଦେଖନ୍ତୁ ଭିଡିଓ | କଣ ଏହି ସୁଭଦ୍ରା ଯୋଜନା ?
କେଉଁ ମାନଙ୍କୁ ମିଳିବ ଟଙ୍କା ?
ଯେଉଁମାନଙ୍କ ବ୍ୟାଙ୍କ ଖାତା ଠିକ୍ ଥିବ ସେମାନଙ୍କୁ ମିଳିବ ଟଙ୍କା । ଆଧାରକାର୍ଡ, ବ୍ୟାଙ୍କ ଆକାଉଣ୍ଟ ସହ ମୋବାଇଲ ଲିଙ୍କ ହୋଇଥିଲେ ମିଳିବ ଟଙ୍କା । ସୁଭଦ୍ରା ଯୋଜନାରେ ସାମିଲ ହେବାକୁ ନିୟମାବଳୀକୁ ପୂରଣ କରୁଥିବା ମଧ୍ୟ ଦରକାର।
ତେବେ ସୁଭଦ୍ରା ଟଙ୍କା ଆସିବାକୁ ଥିବାରୁ ଏନେଇ ନେଇ ଉତ୍ସାହିତ ଆବେଦନକାରୀ । ପ୍ରଥମ ପର୍ଯ୍ୟାୟରେ ୨୫ଲକ୍ଷ ୧୧ ହଜାର ହିତାଧିକାରୀ ସୁଭଦ୍ରା ଟଙ୍କା ପାଇଥିଲେ । ଏଥର ୪୦ଲକ୍ଷରୁ ଊର୍ଦ୍ଧ୍ୱ ମହିଳା ଟଙ୍କା ପାଇବେ । ତେବେ ଯେଉଁ ଯୋଗ୍ୟ ହିତାଧିକାରୀ ଏଥର ବି ବାଦ ପଡିବେ ସେମାନଙ୍କୁ ମାର୍ଚ୍ଚ ୮ ତାରିଖ ସୁଦ୍ଧା ଟଙ୍କା ମିଳିବ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)