Advertisment

DG Conference Bhubaneswar: ଏହି ସବୁ ରୁଟ୍‌ରେ ୩ ଦିନ ଚାଲିବନି ମୋ ବସ୍‌ !

ସହର ପ୍ରବେଶ ପଥ ସହ ପ୍ରମୁଖ ଛକ ଗୁଡ଼ିକରେ ଚାଲିଛି କଡ଼ା ଚେକିଂ। BSF ଯବାନଙ୍କ ସହ ମିଶି ଯାନବାହନକୁ ଚେକିଂ କରିବା ସହ ସହରରେ ପାଟ୍ରୋଲିଂକୁ ଜୋରଦାର କରିଛି କମିଶନରେଟ୍ ପୋଲିସ।

author-image
Satyendu Shekher Mishra
Bhubaneswar Traffic Restriction

ରାଜଧାନୀରେ ଟ୍ରାଫିକ୍‌ କଟକଣା

ଡିଜିପି ସମ୍ମିଳନୀ ପାଇଁ କଡ଼ା ସୁରକ୍ଷା ବଳୟରେ ରାଜଧାନୀ । ଭିଡ ନିୟନ୍ତ୍ରଣ ଓ ଟ୍ରାଫିକ ପାଇଁ ବ୍ୟାପକ ବ୍ୟବସ୍ଥା କରିଛି କମିଶନରେଟ୍ ପୋଲିସ। ୨୯ରୁ ୧ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରର ବିଭିନ୍ନ ସ୍ଥାନ ପାଇଁ କଟକଣା ଜାରି ହୋଇଛି। ଭିଭିଆଇପିଙ୍କ ଗସ୍ତ କରିବା ରାସ୍ତାରେ ଯାନବାହାନ ମନା ହୋଇଛି । ବିଶେଷକରି ଏୟାରପୋର୍ଟ ଛକରୁ ପିଏମ୍ ଜି ଛକ, ରାଜଭବନ ଛକ, ରବୀନ୍ଦ୍ର ମଣ୍ଡପ ଛକରୁ ୧୨୦ ବାଟାଲିୟନ ଓ ଜୟଦେବ ବିହାର, ନାଲକୋ ଛକ ଯାଏ କଟକଣା ରହିଛି। ଯେଉଁ ଦିନ ଯେଉଁ ସମୟରେ ଭିଭିଆଇପିଙ୍କ ଗସ୍ତ ରହିଛି, ସେଠାରେ କଟକଣା ରହିବ।

Advertisment

ସହର ପ୍ରବେଶ ପଥ ସହ ପ୍ରମୁଖ ଛକ ଗୁଡ଼ିକରେ ଚାଲିଛି କଡ଼ା ଚେକିଂ। BSF ଯବାନଙ୍କ ସହ ମିଶି ଯାନବାହନକୁ ଚେକିଂ କରିବା ସହ ସହରରେ ପାଟ୍ରୋଲିଂକୁ ଜୋରଦାର କରିଛି କମିଶନରେଟ୍ ପୋଲିସ।

ସେହିଭଳି ମୋ ବସ ଚଳାଚଳ ମଧ୍ୟ ବାଧାପ୍ରାପ୍ତ ହେବ । ବିଭିନ୍ନ ରୁଟରେ ମୋ ବସ ଚଳାଚଳ ବାଧାପ୍ରାପ୍ତ ହେବା ନେଇ କ୍ରୁଟ୍ ତରଫରୁ ସୂଚନା ଦିଆଯାଇଛି । ରୁଟ୍ ନମ୍ବର ୯, ୧୦, ୧୧, ୧୨, AE୧, AE୨, ୧୩, ୧୭, ୨୦, ୨୧, ୨୨A, ୨୩, ୨୫, ୨୬, ୨୭, ୨୮, ୩୦, ୩୧, ୩୨, ୩୬, ୩୭, ୩୮, ୩୯, ୪୦, ୪୪, ୪୬,୪୭, ୬୪ ଏବଂ ୬୬ରେ ମୋ ବସ ଚଳାଚଳ ପ୍ରଭାବିତ ହେବ ।

Advertisment

ଏହା ସହ ପଢ଼ନ୍ତୁ: PM'S Odisha Visit: ମୋଦି ଆସୁଛନ୍ତି ବୋଲି… ଫିଲ୍ମ ଦେଖୁଛନ୍ତି ବିଜେପି ନେତା

ତେବେ ଆଜିଠୁ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଅପରାହ୍ନରେ ଭୁବନେଶ୍ୱରରେ ପହଞ୍ଚିବା ପରେ ବିମାନବନ୍ଦର ନିକଟରେ ଏକ ସଭାରେ ଉଦବୋଧନ ଦେବେ । ଏହାପରେ ପ୍ରଧାନମନ୍ତ୍ରୀ ସିଧାସଳଖ ରାଜଭବନ ଯିବେ । ସଂଧ୍ୟାରେ ବିଜେପି ରାଜ୍ୟ କାର୍ଯ୍ୟାଳୟକୁ ଯିବେ । ସେଠାରେ ପ୍ରାୟ ୨ ଘଣ୍ଟା ରହିବେ। ପଦାଧିକାରୀ ଓ ଜନପ୍ରତିନିଧିଙ୍କ ସହିତ କରିବେ ରୁଦ୍ଧଦ୍ୱାର ବୈଠକ । ଫୋକସରେ ରହିବ ସରକାର ଓ ସଂଗଠନ ।

ନୂଆ କରି ସତ୍ତାକୁ ଆସିଥିବା ବିଜେପି ସରକାର କେମିତି ଚାଲିଛି ତାର ସମୀକ୍ଷା କରିବେ ଖୋଦ୍ ମୋଦି । ମନ୍ତ୍ରୀ, ସାଂସଦ ଓ ବିଧାୟକମାନଙ୍କ ଠାରୁ ରିପୋର୍ଟ କାର୍ଡ ନେବେ। ଆଗାମୀ ୨୫ ବର୍ଷ ଯାଏ ସତ୍ତାରେ ରହିବାକୁ ସଂଗଠନର ପ୍ରାଣ ପ୍ରତିଷ୍ଠା କରିବେ ପ୍ରଧାନମନ୍ତ୍ରୀ। ଚଳିତ ଥର କୋଟିଏ ସଭ୍ୟ ସଂଗ୍ରହ କରିବାକୁ ଟାର୍ଗେଟ୍ ଦିଆଯାଇଛି। ସେନେଇ ମଧ୍ୟ ଆଲୋଚନା କରିବେ।

ଅନ୍ୟପଟେ ଏହି ସର୍ବଭାରତୀୟ ଡିଜିପି ସମ୍ମିଳନୀ ପାଇଁ ପହଞ୍ଚି ସାରିଲେଣି ବିଭିନ୍ନ ରାଜ୍ୟର ପୋଲିସ ମୁଖିଆ । ସମ୍ମିଳନୀକୁ ଉଦଘାଟନ କରିବେ ଗୃହମନ୍ତ୍ରୀ ଅମିତ ଶାହ। ପ୍ରଧାନମନ୍ତ୍ରୀ ମୋଦି ଏବଂ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ୍ ଏହି କଫରେନ୍ସରେ ଯୋଗ ଦେବେ। ପ୍ରଥମ ଥର ଲାଗି ଓଡ଼ିଶାରେ ହେଉଥିବା ଏହି ସମ୍ମିଳନୀ ପାଇଁ ସୁରକ୍ଷା ବ୍ଲାଙ୍କେଟରେ ରାଜଧାନୀ। ଦେଶର ଆଭ୍ୟନ୍ତରୀଣ ସୁରକ୍ଷା ସହ ସୀମା ସୁରକ୍ଷା, ସାଇବର ଅପରାଧ ଓ ନିଶା କାରବାର ଭଳି ପ୍ରମୁଖ ପ୍ରସଙ୍ଗରେ ତିନି ଦିନ ଧରି ହେବ ଆଲୋଚନା ।

ଅତିଥିଙ୍କୁ ସ୍ୱାଗତ ଓ ସହାୟତା ପାଇଁ ବିମାନ ବନ୍ଦରରେ କମିଶନରେଟ୍ ପୋଲିସ ପକ୍ଷରୁ କ୍ୟାମ୍ପ ସାଙ୍ଗକୁ ୨ଟି ହେଲ୍ପ ଡେସ୍କ ଖୋଲାଯାଇଛି। ରାଜ୍ୟ ଅତିଥି ଭବନରେ ରହିବେ ସବୁ ରାଜ୍ୟର ପୋଲିସ ଡିଜି । ହାଇସିକ୍ୟୁରିଟି ଜୋନରେ ଏବେ ପୁରା ରାଜଧାନୀ ରହିଛି । ସହରର ସମସ୍ତ ଏଣ୍ଟ୍ରି ପଏଣ୍ଟରେ ନାକା କରି କଡ଼ା ଯାଂଚ କରୁଛନ୍ତି ପୋଲିସ ଓ ବିଏସଏଫ। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ଥିବା ସ୍ଥାନରେ ‘ନୋ ଫ୍ଲାଇଙ୍ଗ ଜୋନ୍’ ଘୋଷଣା କରାଯାଇଛି।

ଅଧିକ ପଢ଼ନ୍ତୁ:ଖଲିସ୍ତାନୀ ଆତଙ୍କୀ ଟାର୍ଗେଟରେ କି ଡିଜିପି- ଆଇଜି ସମ୍ମିଳନୀ ?

Mo Bus Narendra Modi
Advertisment
Advertisment