/odishatv-khabar/media/post_attachments/uploadimage/library/16_9/16_9_0/IMAGE_1730097453.jpg)
Subhadra Yojana
ବଡ଼ ଖବର । ଖୁବ୍ ଶୀଘ୍ର ମିଳିବ ସୁଭଦ୍ରାର ତୃତୀୟ ପର୍ଯ୍ୟାୟ ଟଙ୍କା । ମିଳିବ ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା। ଗୁରୁତ୍ବପୂର୍ଣ୍ଣ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ବାକି ଥିବା ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଟଙ୍କା ।
#ଖୁବଶୀଘ୍ର_ସୁଭଦ୍ରା_ଟଙ୍କା
-ଖୁବ୍ ଶୀଘ୍ର ମିଳିବ ସୁଭଦ୍ରାର ତୃତୀୟ ପର୍ଯ୍ୟାୟ ଟଙ୍କା
-ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ମିଳିବ
-ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ଗୁରୁତ୍ବପୂର୍ଣ୍ଣ ସୂଚନା
-ବାକି ଥିବା ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ଟଙ୍କା#SubhadraYojana#ThirdPhase#PrabhatiParida#OTVpic.twitter.com/wZREMOOHop— ଓଟିଭି (@otvkhabar) October 28, 2024
ବର୍ଷକୁ ଦୁଇଟି କିସ୍ତିରେ ମିଳିବ ୧୦ ହଜାର ଟଙ୍କା । ୫ ବର୍ଷରେ ଆକାଉଣ୍ଟକୁ ଆସିବ ମୋଟ ୫୦ ହଜାର ନଗଦ ରାଶି । ଚଳିତ ଆର୍ଥିକ ବର୍ଷରୁ ଲାଗୁ ହୋଇଛି ବହୁ ପ୍ରତୀକ୍ଷିତ ସୁଭଦ୍ରା ଯୋଜନା । ୨୦୨୪ ନିର୍ବାଚନରେ ବିଜେପି ଦେଇଥିବା ନିର୍ବାଚନୀ ପ୍ରତିଶ୍ରୁତି ଅନୁସାରେ ଓଡ଼ିଶାରେ ମହିଳା ସଶକ୍ତିକରଣ ଲାଗି ରାଜ୍ୟ ସରକାର ଆରମ୍ଭ କରିଛନ୍ତି ସୁଭଦ୍ରା ଯୋଜନା ।
ସୁଭଦ୍ରା ଯୋଜନା: କେଉଁ ମାନେ କରିପାରିବେ ଆବେଦନ ?
- ଓଡ଼ିଶାର ଯୋଗ୍ୟ ମହିଳା ଯାହାଙ୍କ ବୟସ ୨୧ ରୁ ୫୯ ବର୍ଷ ମଧ୍ୟରେ ହୋଇଥିବ ।
- ପରିବାରରେ ଏକାଧିକ ଯୋଗ୍ୟ ମହିଳା ଥିଲେ ବି ମିଳିବ ସୁଭଦ୍ରା ଟଙ୍କା ।
- ବିଧବା ଭତ୍ତା ପାଉଥିବା ମହିଳା ତଥା ଛାତ୍ର ବୃତ୍ତି ପାଉଥିବା କଲେଜ ଛାତ୍ରୀଙ୍କୁ ମଧ୍ୟ ଏହି ଯୋଜନାରେ ଅନ୍ତର୍ଭୁକ୍ତ କରାଯିବ।
- ଅଙ୍ଗନୱାଡି କର୍ମୀ/ସହାୟିକା, ଆଶାକର୍ମୀ ମଧ୍ୟ କରିପାରିବେ ଆବେଦନ ।
- ସିଆରପି କରିପାରିବେ ଆବେଦନ ।
- ଏମ୍ବିକେ, ଆଉଟ୍ ସୋର୍ସିଂ ସଂସ୍ଥାର ମହିଳା ମାନେ ମଧ୍ୟ ସୁଭଦ୍ରା ଯୋଜନାର ଲାଭ ଉଠାଇ ପାରିବେ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)