Advertisment

ଓଡିଶାରେ ପ୍ରତିଷ୍ଠା ହେବ ‘ନାସନାଲ ଫରେନ୍‌ସିକ ସାଇନ୍‌ସ ୟୁନିଭରସିଟି’ର କ୍ୟାମ୍ପସ

ଅପରାଧର ତଦନ୍ତ ଓ ଅପରାଧ ରୋକିବା ଦିଗରେ ଦକ୍ଷ ବିଶେଷଜ୍ଞ ସୃଷ୍ଟି କରିବାରେ ମଧ୍ୟ ଏହା ବିଶେଷ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଅଦ୍ୟତନ ହୋଇଛି
Odisha

Odisha

Advertisment

ଓଡିଶାରେ ‘ନାସନାଲ ଫରେନ୍‌ସିକ ସାଇନ୍‌ସ ୟୁନିଭରସିଟି’ର ଏକ କ୍ୟାମ୍ପସ ପ୍ରତିଷ୍ଠା କରାଯିବ। ଏହି କ୍ୟାମ୍ପସ ଓଡିଶାର ପିଲାମାନଙ୍କୁ ସାଇବର ସୁରକ୍ଷା ଉପରେ ଶିକ୍ଷା ପ୍ରଦାନ କରିବ। ଏହି ଜାତୀୟ ବିଶ୍ୱବିଦ୍ୟାଳୟର ଏକ ପ୍ରତିନିଧି ଦଳ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହିତ ଲୋକସେବା ଭବନରେ ସାକ୍ଷାତ କରି ଏହା ଉପରେ ଆଲୋଚନା କରିଛନ୍ତି।

Advertisment

ବଢୁଥିବା ସାଇବର କ୍ରାଇମ ପରିପ୍ରେକ୍ଷୀରେ ରାଜ୍ୟରେ ଏହିପରି ଏକ ଅନୁଷ୍ଠାନର ଆବଶ୍ୟକତା ରହିଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି କ୍ୟାମ୍ପସ ପ୍ରତିଷ୍ଠା କରିବା ପାଇଁ ରାଜ୍ୟ ସରକାର ସମସ୍ତ ପ୍ରକାର ସହଯୋଗ ଯୋଗାଇ ଦେବେ । ଅପରାଧର ତଦନ୍ତ ଓ ଅପରାଧ ରୋକିବା ଦିଗରେ ଦକ୍ଷ ବିଶେଷଜ୍ଞ ସୃଷ୍ଟି କରିବାରେ ମଧ୍ୟ ଏହା ବିଶେଷ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଏହାଦ୍ୱାରା ରାଜ୍ୟର ପୋଲିସ ଅଧିକାରୀ ମାନେ ସାଇବର ସିକ୍ୟୁରିଟି ଉପରେ ପ୍ରଶିକ୍ଷଣ ପାଇବାରେ ସୁବିଧା ହେବା ସହିତ ରାଜ୍ୟରେ ସାଇଣ୍ଟିଫିକ୍ ଅଫିସର ମାନଙ୍କ ଆବଶ୍ୟକତା ପୂରଣ ହେବାରେ ସହାୟକ ହେବ। ଏହାକୁ ଏକ ସେଣ୍ଟର ଅଫ ଏକ୍‌ସେଲେନ୍‌ସ ଭାବରେ ବିକଶିତ କରାଯିବ ବୋଲି ସେ କହିଥିଲେ । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ନେସ୍‌ନାଲ ଫରେନ୍‌ସିକ ସାଇନ୍‌ସ ୟୁନିଭରସିଟି ଦିଲ୍ଲୀର ନିର୍ଦ୍ଦେଶିକା ଡ. ପୁରବୀ ଫୋଖରିଆଲ, ଏନ୍.ଏଫ.ଏସ୍ .ୟୁ, ତ୍ରିପୁରାର ନିର୍ଦ୍ଦେଶକ ଡ.ଏଚ୍.କେ. ପ୍ରତିହାରୀ ଏବଂ ଅନ୍ୟ ବିଶେଷଜ୍ଞମାନେ ବୈଠକରେ ଆଲୋଚନାରେ ଯୋଗ ଦେଇଥିଲେ ।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ