• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

୫ ବର୍ଷ ପରେ ରାଜ୍ୟରେ କେହି ବି ଭୂମିହୀନ କିମ୍ବା ବାସହୀନ ରହିବେନି। ଏନେଇ ବଡ଼ ସୂଚନା ଦେଇଛନ୍ତି ରାଜସ୍ୱମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି, ଭୂମିହୀନ ଓ ବାସହୀନ ମାନଙ୍କୁ ୩ଟି ବର୍ଗରେ ବିଭକ୍ତ କରାଯାଇଛି। ଗ୍ରାମାଞ୍ଚଳରେ ପଟ୍ଟା ନଥିବା ହିତାଧିକାରୀ ଓ ଗରିବଙ୍କୁ ୪ ଡିସିମିଲ ଲେଖାଏଁ ଜମି ପଟ୍ଟା ପ୍ରଦାନ କରାଯିବ। ସରକାରୀ ଜମିରେ ଦୀର୍ଘ ଦିନ ଧରି ରହିଥିବା ହିତାଧିକାରୀ ମାନଙ୍କୁ ମଧ୍ୟ ୪ ଡିସିମିଲ ଲେଖାଏଁ ଜମି ଦିଆଯିବ।

ସହରାଞ୍ଚଳରେ ବସ୍ତି ବାସିନ୍ଦା ଓ ବାସହୀନଙ୍କୁ ଜମି ଯୋଗାଇ ଦେଉଛନ୍ତି ସରକାର। ତୃତୀୟରେ ଜଙ୍ଗଲ ଅଧିକାର ଆଇନରେ ଜଙ୍ଗଲ ଜମିକୁ ମଧ୍ୟ କିସମ ପରିବର୍ତ୍ତନ କରାଯାଉଥିବା ମନ୍ତ୍ରୀ କହିଛନ୍ତି। ଠିକଠାକ ସର୍ଭେ କରିବା ପାଇଁ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ସର୍ଭେ କାମ ଆରମ୍ଭ ହୋଇଥିବା ବେଳେ, ଆବଣ୍ଟନ ବି ଆରମ୍ଭ ହୋଇ ଯାଇଥିବା କହିଛନ୍ତି ମନ୍ତ୍ରୀ।

ଜମି ମିଳିବା ପରେ ବାସଗୃହ, ପାନୀୟ ଜଳ, ସରକାରଙ୍କ ସମସ୍ତ ଜନ କଲ୍ୟାଣକାରୀ ଯୋଜନା ଯୋଗାଇ ଦିଆଯିବ । ଆସନ୍ତା ୧୫ ତାରିଖରେ କଳାହାଣ୍ଡିରେ କିଛି ହିତାଧିକାରୀଙ୍କୁ ଜଙ୍ଗଲ ଜମିପଟ୍ଟା ଦିଆଯିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି।

OTV is now on Whatsapp

Join and get latest news update delivered to you via whatsapp

Join Now