• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Santosh Kumar Sahoo

ସୁଭଦ୍ରା ଯୋଜନା ନେଇ ବଡ଼ ବୟାନ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ନିଷ୍ପତ୍ତି ଅନୁଯାୟୀ ରାଜ୍ୟର ସବୁ ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା ମିଳିବ ନେଇ ସୂଚନା ଦେଇଛନ୍ତି ପ୍ରଭାତୀ ପରିଡ଼ା । ସେ କହିଛନ୍ତି ଯେ, ସୁଭଦ୍ରା ଯୋଜନାରେ କ୍ୟାବିନେଟ୍‌ ମୋହର ବାଜିବା ପରେ ଏହି ଯୋଜନା ଡ୍ରାଫ୍ଟିଂ ଷ୍ଟେଜ୍‌ରେ ଅଛି । ଆସନ୍ତା ୧୦୦ ଦିନ ମଧ୍ୟରେ ନିଶ୍ଚିତ ଭାବରେ ଲଞ୍ଚ ହେବ ବୋଲି ସୂଚନା ଦେଇଛନ୍ତି ପ୍ରଭାତୀ ପରିଡ଼ା ।

ସେ ଆହୁରି କହିଛନ୍ତି ଯେ, ମହିଳା ଓ ଶିଶୁ ବିଭାଗ ସମ୍ପୂର୍ଣ୍ଣ ଭାବେ ଏହି ସ୍କିମକୁ ମହିଳାମାନଙ୍କ ପାଖରେ ପହଞ୍ଚାଇବା ପାଇଁ ପ୍ରସ୍ତୁତ ରହିଛି । ଆଉ ଏହି ସୁଭଦ୍ରା ଯୋଜନା ପାଇଁ ଯେଉଁ ବଜେଟର ଆବଶ୍ୟକତା ରହିଛି, ସେ ନେଇ କେନ୍ଦ୍ର ସରକାରଙ୍କୁ ଅବଗତ କରାଯାଇଛି ବୋଲି ପ୍ରଭାତୀ ପରିଡା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ।

ଅନ୍ୟପକ୍ଷରେ ଆଗାମୀ ସାତ ଦିନ ଭିତରେ ମିଶନ ଶକ୍ତିର ମାଆମାନେ ଅଢେଇ କୋଟି ଗଛ ଲଗାଇବେ । ଏନେଇ ହର୍ଟି କଲଚର,ଏଗ୍ରି କଲଚର, ଜଙ୍ଗଲ ବିଭାଗ ଓ ବିଭିନ୍ନ ନର୍ସରୀରେ ଥିବା ଗଛ ଗୁଡ଼ିକୁ ମିଶନ ଶକ୍ତି ମାଆ ମାନଙ୍କୁ ଯୋଗାଇ ଦେବାକୁ ବିଭାଗ ଗୁଡିକୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଚିଠି ଲେଖିବେ ।

ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ କ୍ରମେ ମା’ ନାଁ ରେ ଗଛଟିଏ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ସାଢ଼େ ଚାରି କୋଟି ଓଡ଼ିଆଙ୍କ ଲାଗି ସାଢ଼େ ଚାରି କୋଟି ଗଛ ଲଗାଇବାକୁ ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗର ଲକ୍ଷ୍ୟ । ପ୍ରଥମ ପର୍ଯ୍ୟାୟରେ ସାତ ଦିନ ମଧ୍ୟରେ ଅଢେଇ କୋଟି ଗଛ ଲଗେଇବେ ମିଶନ ଶକ୍ତିର ମହିଳାମାନେ ।

ମିଶନ ଶକ୍ତିର ମାଆମାନେ ନିଜ ବାଡ଼ି କିମ୍ବା ରାସ୍ତା କଡ଼ରେ ଗୋଟିଏ ଲେଖା ଗଛ ଲଗେଇବେ । ଆଉ ଯିଏ ଯେଉଁ ଗଛ ଲଗେଇବେ ନିଜ ମାଆର ଯତ୍ନ ନେଲା ଭଳି ସେ ଗଛର ଯତ୍ନ ନେବେ । କାରଣ ପୃଥିବୀ ହେଉଛି ଆମ ମାଆ ସେଥିପାଇଁ ତା’ର ସୁରକ୍ଷା ପାଇଁ ଅର୍ଥାତ ପରିବେଶର ସୁରକ୍ଷା ସମସ୍ତେ ଗୋଟିଏ ଲେଖାଏଁ ଗଛ ଲଗାଇ ତା’ର ଯତ୍ନ ନେବେ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।

OTV is now on Whatsapp

Join and get latest news update delivered to you via whatsapp

Join Now