/odishatv-khabar/media/post_attachments/uploadimage/library/16_9/16_9_0/IMAGE_1724416287.jpg)
Ratna Bhandar
ଶ୍ରୀମନ୍ଦିରରେ ସ୍ଥାନାନ୍ତର ହେଉଛି ଖାଲି ସିନ୍ଦୁକ ଓ ଆଲମିରା । ଜଉମୁଦ ଦେଇ ବନ୍ଦ କରାଯାଇଥିବା ରତ୍ନଭଣ୍ଡାରରୁ ଖାଲି ଆଲମିରା ଓ ସିନ୍ଦୁକ ସ୍ଥାନାନ୍ତର କରାଯାଉଛି । ଶ୍ରୀମନ୍ଦିର ରତ୍ନଭଣ୍ଡାରରୁ ନୀଳାଦ୍ରି ମ୍ୟୁଜିୟମ ନିକଟ ରୁମକୁ ସ୍ଥାନାନ୍ତର ହେଉଛି ଖାଲି ସିନ୍ଦୁକ ଓ ଆଲମିରା । ସୂଚନା ଅନୁସାରେ, ଶ୍ରୀମନ୍ଦିର ଭିତର ଓ ବାହାର ରତ୍ନଭଣ୍ଡାରରେ ୩ଟି କାଠ ଆଲମିରା, ଗୋଟିଏ ଷ୍ଟିଲ ଆଲମିରା, ୨ଟି କାଠ ସିନ୍ଦୁକ ଓ ଗୋଟିଏ ଲୁହା ସିନ୍ଦୁକ ରହିଛି ।
ଏଥିରେ ଥିବା ସମସ୍ତ ଅଳଙ୍କାର ଖଟ ସେଜଘର ଓ ଚାଙ୍ଗଡା ଘର ନିକଟ ଷ୍ଟ୍ରଙ୍ଗରୁମରେ ରଖାଯାଇଛି । ସ୍ଥାନାନ୍ତରଣ ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ କହିଛନ୍ତି, ଭିତରେ ଥିବା ଏକ ଲୁହା ସିନ୍ଦୁକ ବାହାର କରିବାକୁ କବାଟ କଟାଗଲା । ସିନ୍ଦୁକ ବାହାରିବା ସମ୍ଭବ ନହେବାରୁ କବାଟ କଟାଯାଇଥିଲା ।
ବାହାର ରତ୍ନଭଣ୍ଡାର କାଠ କବାଟ କଟାଯାଇ ସିନ୍ଦୁକ ବାହାର କରାଯାଇଛି । ସିନ୍ଦୁକ ବାହାର କରାଗଲା ପରେ ପୁଣି କବାଟ ମରାମତି ହୋଇଥିଲା । ପରେ ସମସ୍ତ ସିନ୍ଦୁକ, ଆଲମିରାକୁ ନିର୍ଦ୍ଧାରିତ କୋଠରୀରେ ରଖାଯାଇଛି । ଭିତର ଏବଂ ବାହାର ରତ୍ନଭଣ୍ଡାର ଏବେ ସଂପୂର୍ଣ୍ଣ ଖାଲି ହୋଇଛି । ଏହାପରେ ଏଏସ୍ଆଇକୁ ଚିଠି ଲେଖାଯିବ କହିଛନ୍ତି ମୁଖ୍ୟ ପ୍ରଶାସକ । ଏଏସ୍ଆଇ ଆବଶ୍ୟକ ସ୍କାନିଂ କରି କିଛି ଜିନିଷ ଥିଲେ ସନ୍ଧାନ କରିବେ । ଆବଶ୍ୟକ ସ୍କାନିଂ ସରିବା ପରେ ଏଏସ୍ଆଇ ମରାମତି କାର୍ଯ୍ୟ କରିବେ ବୋଲି ଜଣାପଡ଼ିଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)