/odishatv-khabar/media/post_attachments/uploadimage/library/16_9/16_9_0/IMAGE_1746181949.jpg)
୧୦ରେ ଆସୁଛନ୍ତି ଶାହ
ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ଆସନ୍ତା ୧୦ରେ ଦୁଇଦିନିଆ ଗସ୍ତରେ ଆସୁଛନ୍ତି ଅମିତ ଶାହ । ଏନେଇ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି । କେନ୍ଦ୍ର ଗୃହମନ୍ତ୍ରୀ ମେ’ ୧୦ରେ ଭୁବନେଶ୍ୱରରେ ପହଞ୍ଚିବା ପରେ ସେଠାରୁ ସେ ଜଟଣୀ ଯିବେ। ଜଟଣୀରେ ଫରେନ୍ସିକ୍ ବିଶ୍ୱବିଦ୍ୟାଳୟର ଶିଳାନ୍ୟାସ କରିବେ ।
Advertisment
ଅଧିକ ପଢ଼ନ୍ତୁ: କିଟ୍ରେ ପୁଣି ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣା; ଏପରି କହିଲେ NHRC
ଏହାପରେ ୧୦ ସଂଧ୍ୟାରେ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ ଅମିତ ଶାହ । ସେହିପରି ୧୧ ତାରିଖରେ ସମ୍ବଲପୁରରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିବେ । ଏହାପରେ ଭୁବନେଶ୍ୱର ଜନତା ମଇଦାନରେ ଅମିତ ଶାହ କିଛି ପ୍ରକଳ୍ପର ଶିଳାନ୍ୟାସ କରିବା ସହ ଅଭିଭାଷଣ ଦେବାର କାର୍ଯ୍ୟକ୍ରମ ରହିଛି ବୋଲି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ କହିଛନ୍ତି ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)