Advertisment

ନକ୍ସଲ ମୁକାବିଲା ନେଇ ବଡ଼ ବୈଠକ; ସାମିଲ ହେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ନକ୍ସଲ ମୁକାବିଲା ନେଇ ଆଜି ଦିଲ୍ଲୀରେ ବସିବ ବଡ଼ ବୈଠକ। ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ମାଓ ମୁକାବିଲା ବୈଠକରେ ଯୋଗଦେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।

ଅଦ୍ୟତନ ହୋଇଛି
Home Minister Amit Shah to hold review meet with CMs

anti maoist meeting

Advertisment

ନକ୍ସଲ ମୁକାବିଲା ନେଇ ଆଜି ଦିଲ୍ଲୀରେ ବସିବ ବଡ଼ ବୈଠକ। ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ମାଓ ମୁକାବିଲା ବୈଠକରେ ଯୋଗଦେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ୩ ଦିନିଆ ଦିଲ୍ଲୀ ଗସ୍ତରେ ଥିବା ମୋହନ ମାଝୀ ଆଜି ବୈଠକରେ ସାମିଲ ହେବେ। ମୋହନ ମାଝୀଙ୍କ ସହ ୮ ନକ୍ସଲପ୍ରବଣ ରାଜ୍ୟର ମୁଖ୍ୟମନ୍ତ୍ରୀ ମଧ୍ୟ ବୈଠକରେ ଉପସ୍ଥିତ ରହିବେ।

Advertisment

ଅଧିକ ପଢ଼ନ୍ତୁ: ଛତିଶଗଡ଼ରେ ସବୁଠୁ ବଡ଼ ମାଓ ଅପରେସନ୍; ସାମନାକୁ ଆସିଲା ଘଟଣାସ୍ଥଳର ଭିଡିଓ

ନୂଆଦିଲ୍ଲୀର ବିଜ୍ଞାନଭବନରେ ଏହି ବୈଠକ ବସିବ। ଏଥିରେ ଓଡ଼ିଶା, ଆନ୍ଧ୍ର ପ୍ରଦେଶ, ତେଲେଙ୍ଗାନା, ବିହାର, ଛତିଶଗଡ଼, ଝାଡ଼ଖଣ୍ଡ, ମହାରାଷ୍ଟ୍ର ଓ ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗଦେବେ। ମାଓ ପ୍ରଭାବିତ ରାଜ୍ୟ ଗୁଡ଼ିକୁ ବିକାଶମୂଳକ ସହଯୋଗ କ୍ଷେତ୍ରରେ କାର୍ଯ୍ୟ କରୁଥିବା ୫ ଜଣ କେନ୍ଦ୍ର ମନ୍ତ୍ରୀ ମଧ୍ୟ ବୈଠକରେ ଯୋଗଦେବେ।

Advertisment

ସେହିଭଳି ଅତିରିକ୍ତ ଜାତୀୟ ସୁରକ୍ଷା ପରାମର୍ଶଦାତାଙ୍କ ସମେତ କେନ୍ଦ୍ର, ରାଜ୍ୟର ବରିଷ୍ଠ ଅଧିକାରୀ ଓ କେନ୍ଦ୍ରୀୟ ସଶସ୍ତ୍ର ବଳର ଅଧିକାରୀମାନେ ମଧ୍ୟ ସାମିଲ ହେବେ ବୋଲି କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି। ୩ ଦିନିଆ ଦିଲ୍ଲୀ ଗସ୍ତ ଅବସରରେ ରାଜ୍ୟ ସହ ଜଡ଼ିତ ବିଭିନ୍ନ ପ୍ରସଙ୍ଗରେ ଏକାଧିକ କେନ୍ଦ୍ରମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଭେଟିବା କାର୍ଯ୍ୟକ୍ରମ ରହିଛି।

Amit Shah Mohan Majhi Odisha CM
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ