Advertisment

Anganwadi: ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଅଙ୍ଗନବାଡି କର୍ମୀଙ୍କୁ ମିଳିବ ୧୫୦୦

ସଶକ୍ତ ଓଡ଼ିଶା ଗଠନ ପାଇଁ ବହୁ ଲକ୍ଷପତି ଦିଦି ସୃଷ୍ଟି କରାଯିବ। ପ୍ରତି ଗାଁରେ ୫ ଜଣ ଲେଖାଏଁ ଲକ୍ଷପତି ଦିଦି ସୃଷ୍ଟି କରିବା ଲକ୍ଷ୍ୟ ରଖିଛୁ ବୋଲି ଉପ ମୁଖ୍ୟମନ୍ତ୍ରୀ କହିଛନ୍ତି।

ଅଦ୍ୟତନ ହୋଇଛି
Anganwadi

Anganwadi

Advertisment

ଅଙ୍ଗନବାଡି କର୍ମୀଙ୍କ ପାଇଁ ଖୁସି ଖବର। ମିଳିବ ପ୍ରୋତ୍ସାହନ ରାଶି । ପ୍ରତି ଅଙ୍ଗନବାଡି କର୍ମୀଙ୍କୁ ୧୫ ଶହ ଓ ସହାୟକଙ୍କୁ ୫ ଶହ ଟଙ୍କା ମିଳିବ। ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ସୁଭଦ୍ରା ଟଙ୍କା ରିଲିଜ୍‌ ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏହି ସୂଚନା ଦେଇଛନ୍ତି।

Advertisment

ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ପ୍ରତି ଅଙ୍ଗନବାଡି କର୍ମୀଙ୍କୁ ୧୫ ଶହ ଟଙ୍କା ମିଳିବ। ଏଥିସହ ସହାୟକଙ୍କୁ ୫ ଶହ ଟଙ୍କା ମିଳିବ । ସୁଭଦ୍ରା ଯୋଜନା ଘରେ ଘରେ ପହଞ୍ଚାଇଥିବାରୁ ସେମାନଙ୍କୁ ଏହି  ପ୍ରୋତ୍ସାହନ ମିଳିବ। 

ଅଧିକ ପଢ଼ନ୍ତୁ:  ହିତାଧିକାରୀଙ୍କ ଖାତାକୁ ଆସିଲା ସୁଭଦ୍ରା ଟଙ୍କା

 ସଶକ୍ତ ଓଡ଼ିଶା ଗଠନ ପାଇଁ ବହୁ ଲକ୍ଷପତି ଦିଦି ସୃଷ୍ଟି କରାଯିବ। ପ୍ରତି ଗାଁରେ ୫ ଜଣ ଲେଖାଏଁ ଲକ୍ଷପତି ଦିଦି ସୃଷ୍ଟି କରିବା ଲକ୍ଷ୍ୟ ରଖିଛୁ ବୋଲି ଉପ ମୁଖ୍ୟମନ୍ତ୍ରୀ କହିଛନ୍ତି।

Advertisment

ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ସୁଭଦ୍ରା ଟଙ୍କା ରିଲିଜ୍‌ ଅବସରରେ ସୁଭଦ୍ରା ଦୀପ ଜାଳିବାକୁ ଆହ୍ୱାନ ଦେଇଛନ୍ତି ଉପ ମୁଖ୍ୟମନ୍ତ୍ରୀ। ସେ କହିଛନ୍ତି, ୭ ତାରିଖ ସନ୍ଧ୍ୟାରେ ଗୋଟିଏ ଦୀପ ଜାଳନ୍ତୁ। ଯାହା ଘରେ ଯେତେ ସୁଭଦ୍ରା ଅଛନ୍ତି, ସେତିକି ଦୀପ ଜାଳନ୍ତୁ। ସୁଭଦ୍ରା ହିତାଧିକାରୀ କୋଟିଏ ଟପିଥିବାରୁ, କୋଟିଏ ଦୀପ ଜାଳନ୍ତୁ।‘୭ ସନ୍ଧ୍ୟାରେ ଦୀପ ଜାଳନ୍ତୁ, ୮ ତାରିଖ ମହିଳା ଦିବସରେ ମିଳିବ ଟଙ୍କା।

ଉଲ୍ଲେଖଯୋଗ୍ୟ, ଆଜି ସୁଭଦ୍ରା ହିତାଧିକାରୀଙ୍କୁ ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ସୁଭଦ୍ରା ଟଙ୍କା ମିଳିଥିଲା। ୨ ଲକ୍ଷ ୩୦ ହଜାରରୁ ଅଧିକ ହିତାଧିକାରୀ ଏହି ଟଙ୍କା ପାଇଛନ୍ତି। ଦିନ ୧୨ଟାରେ ଖାତାକୁ ଆସିଥିଲା ‘ସୁଭଦ୍ରା’ ଟଙ୍କା। ଆଉ ଦିନକ ପରେ ୮ ତାରିଖରେ ମିଳିବ ସୁଭଦ୍ରାର ଦ୍ୱିତୀୟ କିସ୍ତି ଟଙ୍କା। ମାର୍ଚ୍ଚ ୩୧ରେ ଆବେଦନ ଗ୍ରହଣ ବନ୍ଦ କରି ସୁଭଦ୍ରାରୁ ବଞ୍ଚିତ ହୋଇଥିବା ମହିଳାଙ୍କୁ ଖୋଜିବାକୁ ସର୍ଭେ କରିବେ ସରକାର। ଡୋର୍ ଟୁ ଡୋର୍ ବୁଲି ହିତାଧିକାରୀଙ୍କ ସର୍ଭେ କରାଯିବ। ପଞ୍ଚମ ପର୍ଯ୍ୟାୟ ପରେ ବି ରାକ୍ଷୀ ପୂର୍ଣ୍ଣିମାରେ ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ଏକା ବେଳେ ୩ଟି କିସ୍ତି।

Advertisment

ଅଧିକ ପଢ଼ନ୍ତୁ: ସୁଭଦ୍ରା ଆବେଦନର ଶେଷ ତାରିଖ ମାର୍ଚ୍ଚ ୩୧; ରାକ୍ଷୀ ପୂର୍ଣ୍ଣିମାରେ ମିଳିବ ଏକକାଳୀନ ୩ଟି ଯାକ କିସ୍ତି

BJP Anganwadi Centre Subhadra Pravati Parida
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ