/odishatv-khabar/media/post_attachments/uploadimage/library/16_9/16_9_0/Explosion_1758442465.jpg)
Explosion
ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ଜିଆକଟା ଏବଂ ଛତ୍ରପୁର ଗାଁ ମଝିରେ ଥିବା ବାଣ ଗୋଦାମରେ ଭୟଙ୍କର ବିସ୍ଫୋରଣ ହୋଇଛି। ଏଥିରେ ଗୋଦାମ ଘର ଛାତ ସମ୍ପୂର୍ଣ୍ଣ ମାଟିରେ ମିଶିଯାଇଛି। ଏଥିସହିତ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୮ ଜଣ ଗୁରୁତର ଆହତ ହୋଇଛନ୍ତି।
Advertisment
ବିସ୍ଫୋରଣ ଏତେ ଭୟଙ୍କର ଥିଲା ଯେ ଏକ କିଲୋମିଟର ଦୂରରେ ଥିବା ପୁରୁଣାକଟକ ମାର୍କେଟରେ ଅନେକ ଗାଡି ସୋରୁମ ସହିତ ଦୋକାନ ଘର କାଚ ମଧ୍ୟ ଭାଙ୍ଗି ଯାଇଛି। ଘଟଣାସ୍ଥଳରେ ହରଭଙ୍ଗା ଅଗ୍ନିଶମ ବାହିନୀ, ପୁରୁଣା କଟକ ପୋଲିସ ପହଁଚି ଛାନଭିନ ଆରମ୍ଭ କରିଛି। ଏଭଳି ଘଟଣା ପରେ ଲୋକଙ୍କ ମଧ୍ୟରେ ଭୟ ସୃଷ୍ଟି ହୋଇଛି।
ଅଧିକ ଦେଖିବା ପାଇଁ କ୍ଲିକ୍ କରନ୍ତୁ:
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)