ଆଜି ଏଏସଆଇ ପକ୍ଷରୁ ରତ୍ନଭଣ୍ଡାର ଯାଞ୍ଚ, ସାମିଲ ହେବେ ୨୬ ଜଣିଆ ଟିମ୍

ଖୋଲିବ କି ଶ୍ରୀମନ୍ଦିର ଗୁପ୍ତ ରତ୍ନଭଣ୍ଡାର ରହସ୍ୟ ? ରତ୍ନଭଣ୍ଡାର ମରାମତି ନେଇ ତ୍ୱରାନ୍ବିତ ହେବ ପ୍ରକ୍ରିୟା । ନିରୀକ୍ଷଣ ପ୍ରକ୍ରିୟା ପାଇଁ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତି ନିର୍ଘଣ୍ଟ ।

Ratna Bhandar

ଖୋଲିବ କି ଶ୍ରୀମନ୍ଦିର ଗୁପ୍ତ ରତ୍ନଭଣ୍ଡାର ରହସ୍ୟ ? ଆଜି ଏଏସଆଇ ପକ୍ଷରୁ ରତ୍ନଭଣ୍ଡାରର ପ୍ରାରମ୍ଭିକ ନିରୀକ୍ଷଣ ଓ ବୈଷୟିକ ଯାଞ୍ଚ କରାଯିବ। ଏଏସଆଇ ଅତିରିକ୍ତ ମହାନିର୍ଦ୍ଦେଶକଙ୍କ ନେତୃତ୍ୱରେ ଆଜି ଗୋଟିଏ ଦିନ ହେବ ଯାଞ୍ଚ । ଏଏସଆଇ ଓ ଶ୍ରୀମନ୍ଦିର ପ୍ରଶାସନର ୨୬ ଜଣିଆ ମିଳିତ ଟିମ୍ ସାମିଲ ହେବେ । ଏସଓପି ଅନୁସାରେ ରତ୍ନଭଣ୍ଡାର ଯାଞ୍ଚ ବେଳେ ଶ୍ରୀଜିଉଙ୍କ ନୀତିକାନ୍ତିରେ ଯେପରି ବ୍ୟାଘାତ ନଘଟେ, ସେଥିପାଇଁ ବିଶେଷ ନୀତି ନିର୍ଘଣ୍ଟ ପ୍ରସ୍ତୁତ କରାଯାଇଛି ।

ଅଧିକ ପଢ଼ନ୍ତୁ: ମୁଖ୍ୟମନ୍ତ୍ରୀଙ୍କୁ ଲେଖାଯିବା ଚିଠି: ରତ୍ନଭଣ୍ଡାରର ସମ୍ମୁଖ ଦ୍ବାର ହେବ ସୁନା ଛାଉଣୀ !

ଅପରାହ୍ନ ଗୋଟାଏରୁ ନିରୀକ୍ଷଣ କାର୍ଯ୍ୟ ସରିବା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଭକ୍ତମାନେ ସିଂହଦ୍ୱାର ପଟେ ବାଇଶି ପାହାଚ ଦେଇ ଆନନ୍ଦ ବଜାରରୁ ମହାପ୍ରସାଦ କିଣି ଉତ୍ତର ଦ୍ୱାର ପଟେ ପ୍ରସ୍ଥାନ କରିବେ । ପୂର୍ବରୁ ରାଜ୍ୟ ସରକାରଙ୍କ ଅନୁମୋଦିତ SOP ଅନୁସାରେ ବାହାର ଓ ଭିତର ରତ୍ନଭଣ୍ଡାରରୁ ସମସ୍ତ ଅଳଙ୍କାର ଅସ୍ଥାୟୀ ଷ୍ଟ୍ରଂଗ୍ ରୁମକୁ ସ୍ଥାନାନ୍ତରଣ କରାଯାଇଛି। ସେହିପରି ଖାଲି ଆଲମିରା ଓ ସିନ୍ଦୁକ ଗୁଡିକ ନୀଳାଦ୍ରି ମ୍ୟୁଜିୟମ ନିକଟକୁ ସ୍ଥାନାନ୍ତରିତ ହୋଇ ସାରିଛି ।