• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Santosh Kumar Sahoo

ରାଜ୍ୟର ସାଢେ ୩ କୋଟି ଲୋକଙ୍କୁ ଆୟୁଷ୍ମାନ ଭାରତ ଯୋଜନାରେ ସାମିଲ କରାଯିବ । ଲୋକମାନଙ୍କୁ ଦିଆଯିବାକୁ ଥିବା ଆୟୁଷ୍ମାନ ଭାରତ କାର୍ଡ ଏବେ ଛପା ଚାଲିଛି । ଏନେଇ ଆଜି ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ । ସ୍ୱାସ୍ଥ୍ୟ ମନ୍ତ୍ରୀ ଆହୁରି କହିଛନ୍ତି ଯେ, ବର୍ତ୍ତମାନ ଆୟୁଷ୍ମାନ ଭାରତ ସହ ଆଇଟି ଇଣ୍ଟିଗ୍ରେସନ ପ୍ରକ୍ରିୟା ଚାଲିଛି । ଚଳିତ ମାସ ଶେଷ ଆଡ଼କୁ ଆୟୁଷ୍ମାନ ଭାରତ କାର୍ଡ କାର୍ଯ୍ୟକାରୀ ହୋଇପାରେ ।

ସୂଚନା ଅନୁସାରେ, ଜାନୁଆରୀ ୧୩ରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ପାଇଁ MoU ସ୍ବାକ୍ଷରିତ ହୋଇଥିଲା । ଦିଲ୍ଲୀ ବିଜ୍ଞାନ ଭବନରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ କେନ୍ଦ୍ର ଓ ରାଜ୍ୟ ମଧ୍ୟରେ ଏହି ବୁଝାମଣା ପତ୍ର ସ୍ବାକ୍ଷରିତ ହୋଇଥିଲା । ଏହି ଯୋଜନା ଓଡ଼ିଶାରେ ଲାଗୁ ହେଲେ ୧.୩ କୋଟି ପରିବାରର ସାଢ଼େ ୩ କୋଟି ଲୋକ ଉପକାର ପାଇବେ । ଗୋପବନ୍ଧୁ ଜନ ଆରୋଗ୍ୟ ସହ ଆୟୁଷ୍ମାନ ଭାରତ ଗୋଟିଏ କାର୍ଡରେ ମିଳିବ । ଦେଶର ୩୦ ହଜାର ହସ୍ପିଟାଲ୍‌ରେ ସୁବିଧା ମିଳିବ । ସାରା ଦେଶରେ ଯିଏ ଯେଉଁଠି ଥିଲେ ବି ଏହାର ସୁଯୋଗ ପାଇପାରିବେ ।

ଅଧିକ ପଢ଼ନ୍ତୁ: ବଦଳିଲା ସୁନା-ରୂପା ଦର; ଜାଣନ୍ତୁ ଆଜି ଭୁବନେଶ୍ୱରରେ କେତେ ଅଛି ଦାମ୍...

କେନ୍ଦ୍ର ଓ ରାଜ୍ୟ ସରକାର ମଧ୍ୟରେ ବୁଝାମଣା ପତ୍ର ସ୍ୱାକ୍ଷରିତ ହେବା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଥିଲେ ଯେ, ଏହା ଓଡ଼ିଶା ପାଇଁ ଐତିହାସିକ ଦିନ । ଆୟୁଷ୍ମାନ ଭାରତ ପାଇଁ MOU ବେଳେ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ଯେ, ଓଡ଼ିଶାର ପ୍ରତି ପଞ୍ଚାୟତରେ ହେବ ଆୟୁଷ୍ମାନ ଭାରତ ମନ୍ଦିର । ଆୟୁଷ୍ମାନ ଭାରତ ମନ୍ଦିରରେ ଜଣେ ଯୋଗ ଶିକ୍ଷକ ରହିବେ । ସ୍ବାସ୍ଥ୍ୟକର୍ମୀଙ୍କ ସହ ଅନ୍ୟ ସୁବିଧା ସୁଯୋଗ ମଧ୍ୟ ଯୋଗାଇ ଦିଆଯିବ। ଗ୍ରାମାଞ୍ଚଳରେ ସ୍ବାସ୍ଥ୍ୟ ସେବା ପହଞ୍ଚାଇବାକୁ ଲକ୍ଷ୍ୟ ରଖିଛୁ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ସେହିପରି ସେ ଆହୁରି କହିଥିଲେ, ୨୦୧୮ରୁ ସାରା ଦେଶରେ ଆୟୁଷ୍ମାନ ଭାରତ ଲାଗୁ କରାଗଲାଣି । ୩ଟି ରାଜ୍ୟ ରାଜନୈତିକ ହୀନମନ୍ୟତା ପାଇଁ ଲାଗୁ କରି ନଥିଲେ ବୋଲି ସେ କହିଥିଲେ ।

ସେହିପରି ଓଡ଼ିଶାରେ ଆୟୁଷ୍ମାନ ପାଇଁ MOU ପରେ ପ୍ରତିକ୍ରିୟା ରଖିଥିଲେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ । ସେ କହିଥିଲେ, ବିରୋଧୀ ଦଳରେ ଥିଲା ବେଳେ ଲାଗୁ କରିବାକୁ ଦାବି କରିଥିଲୁ । ସରକାରକୁ ଆସିବା ପରେ ଆମେ ପ୍ରତିଶ୍ରୁତି ପାଳନ କଲୁ । ସାରା ଦେଶରେ ଯିଏ ଯେଉଁଠି ଥିଲେ ବି ଏହାର ସୁଯୋଗ ପାଇବେ । ଦେଶର ୩୦ ହଜାର ହସ୍ପିଟାଲ୍‌ରେ ଏହି ଯୋଜନା ମାଧ୍ୟମରେ ସୁବିଧା ମିଳିପାରିବ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଥିଲେ ।

ଅଧିକ ପଢ଼ନ୍ତୁ: ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଚାଲିଗଲା ୩ ଶ୍ରମିକଙ୍କ ଜୀବନ

OTV is now on Whatsapp

Join and get latest news update delivered to you via whatsapp

Join Now