• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Santosh Kumar Sahoo

ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ ନେଇ ବଡ଼ ବୟାନ ଦେଇଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ । ଏପ୍ରିଲ୍‌ ୧୧ରେ କଟକ ବାଲିଯାତ୍ରା ପଡ଼ିଆରେ ଆୟୁଷ୍ମାନ ଯୋଜନାର ଶୁଭାରମ୍ଭ ହେବ । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା ଏହି ଯୋଜନାର ଶୁଭାରମ୍ଭ କରିବେ । ବାଲିଯାତ୍ରା ପଡ଼ିଆରେ ସମୀକ୍ଷା ପରେ ଏହି ସୂଚନା ଦେଇଛନ୍ତି ମୁକେଶ ମହାଲିଙ୍ଗ ।

Also Read

ଅଧିକ ପଢ଼ନ୍ତୁ: କେନ୍ଦ୍ରାପଡ଼ାରେ ପାନୀୟ ଜଳ ପ୍ରକଳ୍ପ, ପାଣି ପିଉଛନ୍ତି ଭଦ୍ରକ ଜିଲ୍ଲାବାସୀ...

ସୂଚନା ଅନୁସାରେ, ୩ ଦିନିଆ ଓଡ଼ିଶା ଗସ୍ତରେ ଆସି ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ କରିବା ସହ ଏକାଧିକ କାର୍ଯ୍ୟକ୍ରମରେ ଯୋଗ ଦେବେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା । ଏଥିପାଇଁ ନଡ୍ଡା ୧୦ ତାରିଖ ବିଳମ୍ବିତ ରାତିରେ ଭୁବନେଶ୍ୱରରେ ପହଞ୍ଚିବେ ଏବଂ ୧୨ ତାରିଖ ସନ୍ଧ୍ୟା ପର୍ଯ୍ୟନ୍ତ ସେ ଓଡ଼ିଶାରେ ରହିବେ । ଏମ୍ସରେ ଏକ ସରକାରୀ କାର୍ଯ୍ୟକ୍ରମରେ ମଧ୍ୟ ଯୋଗ ଦେବେ ନଡ୍ଡା । ଏହା ପରେ ବିଧାୟକ ଏବଂ ସାଂସଦ ମାନଙ୍କ ତାଲିମ କାର୍ଯ୍ୟକ୍ରମରେ ମଧ୍ୟ ସାମିଲ ହେବେ । ଗସ୍ତ ଅବସରରେ ଦଳର କିଛି ନେତାଙ୍କୁ ଭେଟି ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରିପାରନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ।

ସୂଚନା ଅନୁସାରେ ରାଜ୍ୟର ପ୍ରାୟ ୧ କୋଟି ପରିବାରର ସାଢେ ୩ କୋଟି ଲୋକ ଏହି ଯୋଜନାରେ ଉପକୃତ ହେବେ। ରାଜ୍ୟ ଯୋଜନା ଗୋପବନ୍ଧୁ ଜନ ଆରୋଗ୍ୟ ଏବଂ କେନ୍ଦ୍ରର ଆୟୁଷ୍ମାନ ଭାରତ ମିଶି ଗୋଟିଏ କାର୍ଡ ଦିଆଯିବ । ବଡ଼ କଥା ହେଲା ଆୟୁଷ୍ମାନ ଭାରତ ଯୋଜନାରେ ଜଣେ ହିତାଧିକାରୀ ସାରା ଦେଶରେ ପ୍ରାୟ ୩୦ ହଜାର ମେଡିକାଲରୁ ମାଗଣା ଚିକିତ୍ସା ସୁବିଧା ପାଇପାରିବେ। ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ମାତ୍ର ୯୫୭ ହସ୍ପିଟାଲରେ ସ୍ବାସ୍ଥ୍ୟସେବା ମିଳୁଥିଲା ।

ଏହା ସହ ଆୟୁଷ୍ମାନ ଭାରତରେ ୧୯ଶହ ୪୯ ପ୍ରକାର ମେଡିକାଲ ସେବା ସହ ମେଡିକାଲରୁ ଡିସାଚାର୍ଜ ହେବା ପରର ୧୫ ଦିନ ପର୍ଯ୍ୟନ୍ତ ମଧ୍ୟ ମେଡିସିନ ସୁବିଧା ରହିଛି । ଆୟୁଷ୍ମାନ ଭାରତରେ ମହିଳା ହିତାଧିକାରୀଙ୍କ ପାଇଁ ୧୦ ଲକ୍ଷ ଏବଂ ପୁରୁଷ ହିତାଧିକାରୀଙ୍କ ପାଇଁ ୫ ଲକ୍ଷ ସ୍ବାସ୍ଥ୍ୟବୀମା ରହିବ ।

ଅଧିକ ପଢ଼ନ୍ତୁ: ସସ୍ମିତଙ୍କ ବିରୋଧରେ ବିଜେଡିରେ କୁହୁଳିଲା ଅସନ୍ତୋଷ; ସୁପ୍ରିମୋଙ୍କୁ ଚିଠି ଲେଖିଲେ ପ୍ରଫୁଲ୍ଲ...