Advertisment

Subhadra Yojana: ଆସିଲା ସୁଭଦ୍ରା ଟଙ୍କା; ଚେକ୍ କରନ୍ତୁ ବ୍ୟାଙ୍କ୍‌ ଆକାଉଣ୍ଟ

ଶେଷ ପର୍ଯ୍ୟାୟରେ ସାମିଲ ହୋଇଥିବା ହିତାଧିକାରୀ ମଧ୍ୟ ଏହି ଦ୍ୱିତୀୟ କିସ୍ତି ଟଙ୍କା ପାଇଛନ୍ତି। ତେବେ ମୋଟ ଆବେଦନକାରୀଙ୍କ ସଂଖ୍ୟା କୋଟିଏ ୮ ଲକ୍ଷ ଥିବାବେଳେ, ମାର୍ଚ୍ଚ ୩୧ ଯାଏ ଆବେଦନ କରିଥିବା ହିତାଧିକାରୀଙ୍କୁ ସର୍ଭେ କରି ସାମିଲ କରିବେ ସରକାର।

ଅଦ୍ୟତନ ହୋଇଛି
Subhadra

Subhadra

Advertisment

ହିତାଧିକାରୀଙ୍କ ପାଇଁ ଖୁସି ଖବର।  ଆସିଲା ସୁଭଦ୍ରା ଦ୍ୱିତୀୟ କିସ୍ତି ଟଙ୍କା। ଅନ୍ତର୍ଜାତୀୟ ମହିଳା ଦିବସରେ ସବୁ ହିତାଧିକାରୀ ପାଇଲେ ଦ୍ୱିତୀୟ ପର୍ଯ୍ୟାୟର ୫ ହଜାର ଲେଖାଏଁ ଟଙ୍କା। କୋଟିଏ ୬୪ ହଜାର ହିତାଧିକାରୀଙ୍କ ଖାତାକୁ ଗଲା ୫ ହଜାର କୋଟିରୁ ଅଧିକ ଟଙ୍କା।

Advertisment

ଶେଷ ପର୍ଯ୍ୟାୟରେ ସାମିଲ ହୋଇଥିବା ହିତାଧିକାରୀ ମଧ୍ୟ ଏହି ଦ୍ୱିତୀୟ କିସ୍ତି ଟଙ୍କା ପାଇଛନ୍ତି। ତେବେ ମୋଟ ଆବେଦନକାରୀଙ୍କ ସଂଖ୍ୟା କୋଟିଏ ୮ ଲକ୍ଷ ଥିବାବେଳେ, ମାର୍ଚ୍ଚ ୩୧ ଯାଏ ଆବେଦନ କରିଥିବା ହିତାଧିକାରୀଙ୍କୁ ସର୍ଭେ କରି ସାମିଲ କରିବେ ସରକାର।

ଅଧିକ ପଢ଼ନ୍ତୁ: ସୁଭଦ୍ରା ଆବେଦନର ଶେଷ ତାରିଖ ମାର୍ଚ୍ଚ ୩୧; ରାକ୍ଷୀ ପୂର୍ଣ୍ଣିମାରେ ମିଳିବ ଏକକାଳୀନ ୩ଟି ଯାକ କିସ୍ତି

Advertisment

ମାର୍ଚ୍ଚ ୩୧ ସୁଦ୍ଧା ଆବେଦନ କରିଥିବା ଯୋଗ୍ୟ ହିତାଧିକାରୀଙ୍କୁ ରାକ୍ଷୀ ପୂର୍ଣ୍ଣିମାରେ ମିଳିବ ଏକକାଳୀନ ୩ଟି କିସ୍ତି। ୨୦୨୫-୨୬ ଆର୍ଥିକ ବର୍ଷରେ ମହିଳାଙ୍କ ଆର୍ଥିକ ସୁରକ୍ଷାକୁ ସୁନିଶ୍ଚିତ କରିବା ପାଇଁ ସୁଭଦ୍ରା ଯୋଜନାରେ ୧୦ ହଜାର ୧୪୫ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି। ଏହାସହ ସୁଭଦ୍ରା ସୁରକ୍ଷା ଅଧୀନରେ ମଧ୍ୟ ୧୫୩ କୋଟି ଟଙ୍କାର ବ୍ୟୟବରାଦ କରିଛନ୍ତି ମୋହନ ସରକାର।

ଅଧିକ ପଢ଼ନ୍ତୁ: ସୁଭଦ୍ରାର ପଞ୍ଚମ ପର୍ଯ୍ୟାୟ ୮ରେ ମିଳିବ ଦ୍ବିତୀୟ କିସ୍ତି, ବଞ୍ଚିତ ମହିଳାଙ୍କୁ ଖୋଜିବାକୁ ହେବ ଡୋର ଟୁ ଡୋର ସର୍ଭେ

Advertisment

ସୂଚନାଯୋଗ୍ୟ, ମାର୍ଚ୍ଚ ୬ ତାରିଖରେ ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ସୁଭଦ୍ରା ଟଙ୍କା ମିଳିଥିଲା। ୨ ଲକ୍ଷ ୩୦ ହଜାରରୁ ଅଧିକ ହିତାଧିକାରୀ ଏହି ଟଙ୍କା ପାଇଥିଲେ।

BJP Subhadra Pravati Parida
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ