• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Santosh Kumar Sahoo

ବାତ୍ୟା “ଦାନା” ଦ୍ୱାରା କେନ୍ଦ୍ରାପଡା, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲା ଅଧିକ ପ୍ରଭାବିତ ହୋଇଛି । ଆଜି ବାତ୍ୟା ସ୍ଥିତି ସମୀକ୍ଷା ପରେ ଏହି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପ୍ରେସମିଟରେ ମୁଖ୍ୟମନ୍ତ୍ରୀ କହିଛନ୍ତି, କେନ୍ଦ୍ରାପଡ଼ାରେ ବର୍ତ୍ତମାନ ସୁଦ୍ଧା ବାତ୍ୟା ଦ୍ୱାରା ପ୍ରଭାବିତ ୯୫ ପ୍ରତିଶତ ଉପଭୋକ୍ତାଙ୍କୁ ବିଦ୍ୟୁତ୍ ସଂଯୋଗ ଯୋଗାଇ ଦିଆଯାଇଛି । ଭଦ୍ରକରେ ରାସ୍ତା ଅବରୋଧ ହଟିଛି ତେବେ ବର୍ଷା ପାଇଁ ବିଦ୍ୟୁତ ମରାମତି ବିଳମ୍ବିତ ହେଉଛି । ବର୍ତ୍ତମାନ ସୁଦ୍ଧା ପ୍ରାୟ ୭୭ ପ୍ରତିଶତ ବିଦ୍ୟୁତ୍ ମରାମତି କାମ ସରିଛି । କାଲି ସୁଦ୍ଧା କାମ ଶେଷ ହୋଇଯିବ ।

ସେହିପରି ବାଲେଶ୍ୱରରେ ପ୍ରାୟ ୮୧ ପ୍ରତିଶତ ଉପଭୋକ୍ତାଙ୍କୁ ବିଦ୍ୟୁତ୍ ସଂଯୋଗ ଯୋଗାଇ ଦିଆଯାଇଛି । ଶିମିଳିପାଳରେ ବର୍ଷା ଯୋଗୁଁ ବାଲେଶ୍ୱର ଜିଲ୍ଲାରେ ବୁଢାବଳଙ୍ଗ ନଦୀର ଜଳସ୍ତରରେ ବୃଦ୍ଧି ଘଟୁଛି। ବାଲେଶ୍ୱର ଜିଲ୍ଲାରେ ୬ଟି ଗ୍ରାମ ପଞ୍ଚାୟତର ୨୦ଟି ଗାଁ ବନ୍ୟା ଦ୍ୱାରା ପ୍ରଭାବିତ ହୋଇଛି । ମୟୂରଭଞ୍ଜରେ ବିଦ୍ୟୁତ୍ ସଂଯୋଗ ସ୍ୱାଭାବିକ ହୋଇଛି । ସମୁଦାୟ ୨୨ ଲକ୍ଷ ୮୪ ହଜାର ପରିବାରକୁ ବିଦ୍ୟୁତ୍ ଯୋଗାଣ ପ୍ରଭାବିତ ହୋଇଥିଲା ତା ମଧ୍ୟରୁ ଆଜି ସନ୍ଧ୍ୟା ୭ ଟା ୩୦ ସୁଦ୍ଧା ୯୨ ପ୍ରତିଶତରୁ ଅଧିକ ପରିବାରକୁ ବିଦ୍ୟୁତ୍ ଯୋଗାଣ ସ୍ୱାଭାବିକ କରାଯାଇଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି।

ସେହିପରି ପ୍ରାୟ ୨ ଲକ୍ଷ ଏକର ଜମିରେ ଫସଲ ନଷ୍ଟ ହୋଇଛି । ପାଣି ଛାଡିଲା ପରେ ଏହାର ଆକଳନ କରାଯାଇ ଚାଷୀମାନଙ୍କୁ ତୁରନ୍ତ ସାହାଯ୍ୟ ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏଥିସହ ବାତ୍ୟା ଆଶ୍ରୟସ୍ଥଳକୁ ୮ ଲକ୍ଷ ୯ ହଜାର ୫୧୩ ଲୋକମାନଙ୍କୁ ଅଣାଯାଇଥିଲା। ଏଥିପାଇଁ ଜିରୋ କାଜୁଆଲିଟି ସମ୍ଭବ ହେଲା ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

OTV is now on Whatsapp

Join and get latest news update delivered to you via whatsapp

Join Now