Bharatpur Incident
ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ନିର୍ଯାତନା ମାମଲାରେ ସାମ୍ନାକୁ ଆସିବ ସତ। ଧରାପଡ଼ିବ କିଏ କହୁଛି ମିଛ ? ଏହାର ପର୍ଦ୍ଦଫାସ କରିବାକୁ ନିଲମ୍ବିତ ଥାନା ଆଇଆଇସିଙ୍କ ସମେତ ୫ ପୋଲିସ ଅଧିକାରୀଙ୍କର ଆଜି ହେବ ପଲିଗ୍ରାଫ ଟେଷ୍ଟ।
ଅଧିକ ପଢ଼ନ୍ତୁ: ଭରତପୁର ମାମଲା: ବିଚାର ବିଭାଗୀୟ ତଦନ୍ତ ଆରମ୍ଭ
ଗୁଜରାଟ ଗାନ୍ଧିନଗର ସ୍ଥିତ ଫୋରେନସିକ୍ ଲାବ୍ରୋଟୋରୀରେ ସେମାନଙ୍କର ମିଛ ଧରା ପରୀକ୍ଷା କରାଯିବ। ସେମାନଙ୍କୁ ସାଙ୍ଗରେ ନେଇ ଯାଇଛି ୩ ଜଣିଆ କ୍ରାଇମବ୍ରାଞ୍ଚ ଟିମ୍। ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କ ପଲିଗ୍ରାଫ, ବ୍ରେନ୍ ମ୍ୟାପିଂ ଓ ନାର୍କୋ ଟେଷ୍ଟର ସମ୍ମୁଖୀନ ହେବେ। ବାକି ୪ ପୋଲିସଙ୍କର କେବଳ ହେବ ପଲିଗ୍ରାଫ ଟେଷ୍ଟ ।
ଏସଆଇ ବୈଶାଳିନୀ ପଣ୍ଡା, ଏଏସଆଇ ସାଗରିକା ରଥ, ସଲିଳାମୟୀ ସାହୁ ଓ ସେଦିନ ରାତିରେ ଥାନାରେ ଉପସ୍ଥିତ ଥିବା ଜଣେ ପୋଲିସ ଅଧିକାରୀଙ୍କର ପଲିଗ୍ରାଫ ଟେଷ୍ଟ ହେବ। ସେମାନଙ୍କଠାରୁ ଘଟଣା ଦିନର ସତ ଜାଣିବାକୁ ଚାହିଁଛି କ୍ରାଇମବ୍ରାଞ୍ଚ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1727663227.jpg)