/odishatv-khabar/media/post_attachments/uploadimage/library/16_9/16_9_0/IMAGE_1726413955.jpg)
PM Modi visit to Odisha
ଆସନ୍ତା ୧୭ ତାରିଖରେ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଜନତା ମଇଦାନରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ । ଏନେଇ କଡ଼ା ସୁରକ୍ଷା ବଳୟରେ ରହିବ ରାଜଧାନୀ ଭୁବନେଶ୍ୱର । ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ପାଇଁ ମୁତୟନ ହେବେ ୮୧ ପ୍ଲାଟୁନ୍ ଫୋର୍ସ । ୧୧ ଡିସିପି ରାଙ୍କ ଅଧିକାରୀ, ୨୨ ଅତିରିକ୍ତ ଡିସିପି, ୬୬ ଏସିପି, ୧୦୦ ଆଇଆଇସି, ୩୦୦ ବରିଷ୍ଠ ପୋଲିସ ଅଧିକାରୀ ମୁତୟନ ରହିବେ ।
Advertisment
ବିମାନବନ୍ଦରଠୁ ଜନତା ମୈଦାନ ଓ ଗାଡ଼କଣ ପର୍ଯ୍ୟନ୍ତ ନୋ ଫ୍ଲାଇଂ ଜୋନ୍ ରହିବ । ବ୍ୟାପକ ମହିଳା ପୋଲିସ ସହ ସାଧା ପୋଷାକରେ ରହିବେ ପୋଲିସ। ସେହିପରି ଓଡ୍ରାଫ ଏବଂ ୬ କମ୍ପାନୀ ସିଆରପିଏଫ୍ ମଧ୍ୟ ମୁତୟନ ରହିବେ ବୋଲି ପୋଲିସ କମିଶନର କହିଛନ୍ତି । ଉଚ୍ଚ ଅଟ୍ଟାଳିକା ମାନଙ୍କରେ ମଧ୍ୟ ପୋଲିସ ମୁତୟନ ରହିବେ ବୋଲି କୁହାଯାଇଛି ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)