୧୭ରେ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ, କଡ଼ା ସୁରକ୍ଷା ବଳୟରେ ରହିବ ଭୁବନେଶ୍ୱର

ଆସନ୍ତା ୧୭ ତାରିଖରେ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ସୁରକ୍ଷା ପାଇଁ ମୁତୟନ ହେବେ ୮୧ ପ୍ଲାଟୁନ୍ ଫୋର୍ସ । ଜନତା ମଇଦାନରେ ଆୟୋଜିତ କାର୍ଯ୍ୟକ୍ରମରେ ସୁଭଦ୍ରା ଯୋଜନାର କରିବେ ଶୁଭାରମ୍ଭ ।

PM Modi visit to Odisha

ଆସନ୍ତା ୧୭ ତାରିଖରେ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଜନତା ମଇଦାନରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ।  ଏନେଇ କଡ଼ା ସୁରକ୍ଷା ବଳୟରେ ରହିବ ରାଜଧାନୀ ଭୁବନେଶ୍ୱର । ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ପାଇଁ ମୁତୟନ ହେବେ ୮୧ ପ୍ଲାଟୁନ୍  ଫୋର୍ସ । ୧୧ ଡିସିପି ରାଙ୍କ ଅଧିକାରୀ, ୨୨ ଅତିରିକ୍ତ ଡିସିପି, ୬୬ ଏସିପି, ୧୦୦ ଆଇଆଇସି, ୩୦୦ ବରିଷ୍ଠ ପୋଲିସ ଅଧିକାରୀ ମୁତୟନ ରହିବେ । 

ବିମାନବନ୍ଦରଠୁ ଜନତା ମୈଦାନ ଓ ଗାଡ଼କଣ ପର୍ଯ୍ୟନ୍ତ ନୋ ଫ୍ଲାଇଂ ଜୋନ୍ ରହିବ । ବ୍ୟାପକ ମହିଳା ପୋଲିସ ସହ ସାଧା ପୋଷାକରେ ରହିବେ ପୋଲିସ। ସେହିପରି ଓଡ୍ରାଫ ଏବଂ ୬ କମ୍ପାନୀ ସିଆରପିଏଫ୍  ମଧ୍ୟ ମୁତୟନ ରହିବେ ବୋଲି ପୋଲିସ କମିଶନର କହିଛନ୍ତି । ଉଚ୍ଚ ଅଟ୍ଟାଳିକା ମାନଙ୍କରେ ମଧ୍ୟ ପୋଲିସ ମୁତୟନ ରହିବେ ବୋଲି କୁହାଯାଇଛି ।