Advertisment

BIG Breaking: ସୁଜାତା ପାଣ୍ଡିଆନଙ୍କ ଛୁଟି ଅଗ୍ରାହ୍ୟ କଲେ ମୋହନ ସରକାର

ଆସନ୍ତାକାଲି ଅର୍ଥାତ ନଭେମ୍ବର ୨୭ରୁ ଚାକିରିରେ ଯୋଗଦେବାକୁ ପରାମର୍ଶ ଦେଇଛନ୍ତି ସରକାର ।

ଅଦ୍ୟତନ ହୋଇଛି
Sujata Pandian

ସୁଜାତା ପାଣ୍ଡିଆଙ୍କ ଛୁଟି କ୍ୟାନ୍‌ସଲ

Advertisment

ଭି. କାର୍ତ୍ତିକେୟନ ପାଣ୍ଡିଆନଙ୍କ ପତ୍ନୀ ସୁଜାତା କାର୍ତ୍ତିକେୟନଙ୍କ ଛୁଟି ଆବେଦନ ଖାରଜ କଲେ ମୋହନ ସରକାର । ଆଉ ୬ ମାସନ ଛୁଟି ପାଇଁ ଆବେଦନ କରିଥିଲେ ସୁଜାତା । ବିଜେଡିର ନିର୍ବାଚନୀ ବିପର୍ଯ୍ୟୟ ପରେ ପିଛିଲା ଭାବେ ମେ ୩୧ରୁ ୬ ମାସ ଛୁଟିରେ ପଳାଇଥିଲେ ସୁଜାତା । ତେବେ ପୁଣି ଥରେ ନିଜର ଛୁଟି ଅବଧିକୁ ଆଉ ୬ ମାସ ବୃଦ୍ଧି ପାଇଁ କରିଥିବା ଆବେଦନକୁ ରାଜ୍ୟ ସରକାର ଖାରଜ କରିଛନ୍ତି । ଏଥିସହ ଆସନ୍ତାକାଲି ଅର୍ଥାତ ନଭେମ୍ବର ୨୭ରୁ ଚାକିରିରେ ଯୋଗଦେବାକୁ ପରାମର୍ଶ ଦେଇଛନ୍ତି ସରକାର ।

Advertisment

ଅଧିକ ପଢ଼ନ୍ତୁ: ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଏକନାଥ ସିନ୍ଦେ, ବଢ଼ିଲା CM ସସ୍‌ପେନ୍ସ

ରାଜ୍ୟ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବ ମନୋଜ କୁମାର ମହାନ୍ତି ଆଜି ୨୦୦୦ ବ୍ୟାଚ୍ ଆଇଏଏସ୍ ସୁଜାତାଙ୍କୁ ଚିଠି ଲେଖି ତାଙ୍କର ଛୁଟି ଆବେଦନକୁ ରାଜ୍ୟ ସରକାର ଖାରଜ କରିଛନ୍ତି ବୋଲି ଅବଗତ କରାଇଛନ୍ତି । ସୁଜାତା ନଭେମ୍ବର ୨୭ରୁ ଆଉ ୬ ମାସ ପାଇଁ ଛୁଟିରେ ଯିବାକୁ ଗତ ନଭେମ୍ବର ୪ ତାରିଖରେ ମୁଖ୍ୟ ସଚିବଙ୍କୁ ଲିଖିତ ଅନୁରୋଧ କରିଥିଲେ । ତାଙ୍କୁ ଅଧିକ ଛୁଟି ଦେବା ପାଇଁ ସରକାର ରାଜି ନଥିବା ନେଇ ସୁଜାତାଙ୍କୁ ଲିଖିତ ଭାବେ ଶ୍ରୀ ମହାନ୍ତି ସ୍ପଷ୍ଟ କରିବା ସହ ନଭେମ୍ବର ୨୭ରୁ କାର୍ଯ୍ୟରେ ଯୋଗ ଦେବାକୁ କହିଛନ୍ତି ।

Advertisment

ଅଧିକ ପଢ଼ନ୍ତୁ: ରହସ୍ୟ ଭେଦୁଛି କ୍ରାଇମବ୍ରାଞ୍ଚ, ଗ୍ରାଉଣ୍ଡ ଜିରୋରେ ପ୍ରମାଣ ଘାଣ୍ଟିଲା ୬ ଜଣିଆ ଟିମ୍

ନବୀନ ପଟ୍ଟନାୟକ ସରକାରରେ ବିଜେଡିର ସର୍ବେସର୍ବା ଭିକେ ପାଣ୍ଡିଆନଙ୍କ ପତ୍ନୀ ସୁଜାତା ଅଖଣ୍ଡ କ୍ଷମତା ରଖିଥିଲେ । ବିଜେଡିର ନିର୍ବାଚନୀ ବିପର୍ଯ୍ୟୟ ପରେ ସୁଜାତା ଛୁଟିରେ ପଳାଇଥିବା ନେଇ ୨୦୨୪ ଜୁନ୍ ୬ ତାରିଖରେ ସାଧାରଣ ପ୍ରଶାସନ ବିଭାଗର ଚିଠିରୁ ଜଣାପଡ଼ିଥିଲା । ସୁଜାତାଙ୍କୁ ପିଛିଲା ଭାବେ ମେ’ ୩୧ତାରିଖରୁ ନଭେମ୍ବର ୨୬ତାରିଖ ପର୍ଯ୍ୟନ୍ତ ସନ୍ତାନର ଯତ୍ନ ପାଇଁ ୧୮୦ ଦିନର ଛୁଟି ଅନୁମତି ଦିଆଯାଇଥିଲା ।

Advertisment

ଏହି ଛୁଟି ଅବଧି ମଧ୍ୟରେ ସୁଜାତାଙ୍କୁ ସମ୍ପୂର୍ଣ୍ଣ ଦରମା ମଧ୍ୟ ମିଳୁଥିଲା । ସର୍ବଭାରତୀୟ ସେବା ରୁଲସ-୧୯୫୫ର ରୁଲ-୧୮(ଘ)ରେ ଥିବା ପ୍ରାବଧାନ ଆଧାରରେ ସେ ତାଙ୍କ ଝିଅର ଦଶମ ପରୀକ୍ଷା ପାଇଁ ରାଜ୍ୟ ସରକାରଙ୍କୁ ଛୁଟି ଆବେଦନ କରିଥିଲେ । ଯାହାକୁ ତତ୍‌କାଳୀନ ମୁଖ୍ୟ ସଚିବ ପ୍ରଦୀପ କୁମାର ଜେନା ଅନୁମୋଦନ କରିଥିଲେ । ସାଧାରଣ ନିର୍ବାଚନ ବେଳେ ବିଜେଡିକୁ ସହଯୋଗ କରୁଥିବା ଅଭିଯୋଗରେ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶରେ ସୁଜାତାଙ୍କୁ ମିଶନ ଶକ୍ତି ସଚିବ ପଦରୁ ହଟାଇ ଅର୍ଥ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ବଦଳି କରାଯାଇଥିଲା ।

BJD BJP Congress Odisha Politics VK Pandian
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ