Advertisment

Biswabhusan Harichandan: ପୂର୍ବତନ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଅସୁସ୍ଥ

ବିଶ୍ୱଭୂଷଣଙ୍କୁ ଅଧିକ ଚିକିତ୍ସା ପାଇଁ ହାଇଦ୍ରାବାଦ ପଠାଇବାକୁ ପ୍ରସ୍ତୁତି ଚାଲିଥିବା ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ସୂଚନା ଦେଇଛନ୍ତି।

ଅଦ୍ୟତନ ହୋଇଛି
undefined

Biswabhusan Harichandan

Advertisment

ବରିଷ୍ଠ ବିଜେପି ନେତା ତଥା ଆନ୍ଧ୍ର ଓ ଛତିଶଗଡ଼ର ପୂର୍ବତନ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଅସୁସ୍ଥ ଅଛନ୍ତି। ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବିଶ୍ୱଭୂଷଣ ଅସୁସ୍ଥ ଥିବା ନେଇ ତାଙ୍କ ପୁଅ ତଥା ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି।

Advertisment

ବିଶ୍ୱଭୂଷଣଙ୍କୁ ଅଧିକ ଚିକିତ୍ସା ପାଇଁ ହାଇଦ୍ରାବାଦ ପଠାଇବାକୁ ପ୍ରସ୍ତୁତି ଚାଲିଥିବା ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ସୂଚନା ଦେଇଛନ୍ତି।

୯୦ ବର୍ଷୀୟ ଶ୍ରୀ ହରିଚନ୍ଦନ ବିଜେପିର ଜଣେ ବରିଷ୍ଠ ନେତା ଓ ଦୀର୍ଘବର୍ଷ ଧରି ଜନସଂଘ ଓ ବିଜେପି ସହ ଜଡ଼ିତ ଅଛନ୍ତି। ସେ ବିଜୁ ପଟ୍ଟନାୟକଙ୍କ ସରକାରରେ ୧୯୯୦ରୁ ୧୯୯୩ ମସିହା ପର୍ଯ୍ୟନ୍ତ ଏବଂ ନବୀନ ପଟ୍ଟନାୟକଙ୍କ ସରକାରରେ ୨୦୦୦ରୁ ୨୦୦୯ ମସିହା ପର୍ଯ୍ୟନ୍ତ ବହୁ ଗୁରୁତ୍ୱପୂର୍ଣ୍ଣ ବିଭାଗର ମନ୍ତ୍ରୀ ଥିଲେ।

Advertisment

୧୯୩୪ ମସିହା ଅଗଷ୍ଟ ୩ ତାରିଖରେ ଜନ୍ମିତ ଶ୍ରୀ ହରିଚନ୍ଦନ ୧୯୭୧ ମସିହାରେ ଭାରତୀୟ ଜନସଂଘରେ ସାମିଲ ହୋଇଥିଲେ। ୧୯୭୭ ମସିହାରେ ସେ ଜନତା ପାର୍ଟି ଗଠନ ହେବା ପର୍ଯ୍ୟନ୍ତ ସେ ଜନସଂଘର ଜାତୀୟ କାର୍ଯ୍ୟକାରିଣୀ ସଦସ୍ୟ ତଥା ରାଜ୍ୟ ସାଧାରଣ ସମ୍ପାଦକ ଭାବେ କାର୍ଯ୍ୟ କରିଥିଲେ। ୧୯୭୫ ମସିହାରେ ସେ ମିସା ଆଇନରେ ଗିରଫ ହୋଇ ଜେଲ ମଧ୍ୟ ଯାଇଥିଲେ । ସେ ୧୯୮୦ରୁ ୧୯୮୮ ମସିହା ପର୍ଯ୍ୟନ୍ତ ବିଜେପିର ରାଜ୍ୟ ସଭାପତି ହୋଇଥିଲେ।

ପରେ ସେ ବିଜେପି ଛାଡ଼ି ଜନତା ପାର୍ଟିରେ ସାମିଲ ହୋଇଥିଲେ ମଧ୍ୟ ପୁଣିଥରେ ୧୯୯୬ ଏପ୍ରିଲ ମାସରେ ବିଜେପିକୁ ଫେରିଥିଲେ। ସେବେଠୁ ସେ ରାଜ୍ୟ ବିଜେପିର ବରିଷ୍ଠ ନେତା ଭାବେ ପରିଗଣିତ ହେଉଛନ୍ତି। 

Advertisment

ସେ ଚିଲିକା ଏବଂ ଭୁବନେଶ୍ୱରରୁ ୫ ଥର ବିଧାନସଭାକୁ ନିର୍ବାଚିତ ହୋଇଛନ୍ତି । ସେ ୨ ଥର ଜନତା ଦଳରୁ ଏବଂ ୩ ଥର ବିଜେପିରୁ ନିର୍ବାଚିତ ହୋଇଛନ୍ତି। ଏହି ବରିଷ୍ଠ ବିଜେପି ନେତା ୨୦୦୪ ମସିହାରେ ବିଜେପି-ବିଜେଡି ମେଣ୍ଟ ସରକାରରେ କ୍ୟାବିନେଟ୍‌ ମନ୍ତ୍ରୀ ଥିଲେ। ସେ ରାଜସ୍ୱ ଆଇନ, ଶିଳ୍ପ ଏବଂ ଗ୍ରାମ୍ୟ ଉନ୍ନୟନ ଆଦି ବିଭାଗର ମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଇ ସାରିଛନ୍ତି।

ଅଧିକ ପଢ଼ନ୍ତୁ: ମୋଦିଙ୍କ ସମ୍ବୋଧନ: କହିଲେ-ସମ୍ଭାବନାର ଭୂଖଣ୍ଡ ଓଡ଼ିଶା

BJP Biswa Bhusan Harichandan
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ