/odishatv-khabar/media/post_attachments/uploadimage/library/16_9/16_9_0/IMAGE_1752645448.jpg)
BJD Gherao Lok Seva Bhavan
ଏଫଏମ୍ ଛାତ୍ରୀ ମୃତ୍ୟୁ ଘଟଣାକୁ ନେଇ ବିଜେଡିର ଲୋକସେବା ଭବନ ଘେରାଉ ଉଦ୍ୟମ। ଲୋୟର ପିଏମଜିରେ ଶହଶହ ବିଜେଡି କର୍ମୀ । ବାଲେଶ୍ବର ପୀଡ଼ିତା ଛାତ୍ରୀଙ୍କୁ ନ୍ୟାୟ ଦାବିରେ ଚାଲିଛି ପ୍ରତିବାଦ । ବିଜେଡିର ବରିଷ୍ଠ ନେତାଙ୍କ ସହ ଯୁବ-ଛାତ୍ର ଓ ମହିଳା କର୍ମୀ ସାମିଲ ହୋଇଛନ୍ତି ଆନ୍ଦୋଳନରେ । ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଛି । ବିଧାନସଭା ଚତୁଃପାର୍ଶ୍ବରେ କମିଶନରେଟ୍ ପୋଲିସର ଛାଉଣି । ସମସ୍ତ ଆନ୍ଦୋଳନକାରୀଙ୍କ ଉପରେ ନଜର ରଖିଛି ଡ୍ରୋନ୍ । ଆଇନ୍ ଭାଙ୍ଗିଲେ କଡ଼ା କାର୍ଯ୍ୟାନୁଷ୍ଠାନ ନେଇ ଚେତାବନୀ ଦିଆଯାଇଛି ।
ତେବେ ଆନ୍ଦୋଳନ ବେଳେ ପୋଲିସ-ବିଜେଡି କର୍ମୀ ମୁହାଁମୁହିଁ ହୋଇଛି । ଆନ୍ଦୋଳନ ବେଳେ ପାଣିମାଡ଼ ପରେ ଲୁହବୁହା ଗ୍ୟାସ ପ୍ରୟୋଗ କରିଛି ପୋଲିସ । ଲୋୟର ପିଏମ୍ଜିରେ ପ୍ରଥମ ବାରିକେଡ୍ ଭାଙ୍ଗିଲେ ବିଜେଡି କର୍ମୀ ।
ଏପଟେ ୮ ଘଣ୍ଟିଆ ବାଲେଶ୍ବର ବନ୍ଦ । FM ଛାତ୍ରୀ ମୃତ୍ୟୁକୁ ନେଇ ବାଲେଶ୍ବରରେ ରାଜରାସ୍ତାକୁ ଓହ୍ଲାଇଛି ବିଜେଡି । ସକାଳ ୬ଟାରୁ ଧର୍ମଘଟ ଆରମ୍ଭ ହୋଇଥିବାବେଳେ ଦିନ ୨ଟାଏ ଯାଏଁ ଚାଲିବ ଆନ୍ଦୋଳନ । ରାସ୍ତାରେ ଟାୟାର ଜାଳି ପ୍ରତିବାଦ ଚଳାଇଛନ୍ତି ବିଜେଡି କର୍ମୀ । ହାତରେ ପୋଷ୍ଟର ଓ ପ୍ଲାକାର୍ଡ ଧରି ନାରାବାଜି କରୁଛନ୍ତି । ବନ୍ଦ ପ୍ରଭାବରେ ସହରରେ ଦୋକାନ ବଜାର ଓ ଗାଡ଼ି ଚଳାଚଳ ବନ୍ଦ ରହିଛି । ସରକାରୀ ଓ ବେସରକାରୀ ଅଫିସ୍ ମଧ୍ୟ ବନ୍ଦ ରଖାଯାଇଛି ।
ଅପରପକ୍ଷେ ଦଫା ବଦଳିଲା, ଆଗକୁ ଜୋରଦାର ହେବ ଆକ୍ସନ। ବାଲେଶ୍ବର FM ଛାତ୍ରୀ ବାଲେଶ୍ବର ପୀଡ଼ିତା ଛାତ୍ରୀ ଆତ୍ମଦାହ ମାମଲାରେ ଏଭଳି ବଡ଼ ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। କହିଛନ୍ତି, ଯେହେତୁ ଛାତ୍ରୀ ଜଣଙ୍କ ପ୍ରାଣ ହରାଇଲେଣି, ତେଣୁ ପୂର୍ବରୁ ଯେଉଁ ଦଫା ଲାଗିଥିଲା,ତାକୁ ପରିବର୍ତ୍ତନ କରାଯାଇଛି। ଆତ୍ମହତ୍ୟା ପାଇଁ ଉସୁକାଇଥିବା, ପୀଡ଼ିତାଙ୍କୁ ମାନସିକ ଯନ୍ତ୍ରଣା ଦେବା ଆଦି ଅନେକ ସଂଗୀନ ଦଫା ଲାଗିଥିବା କହିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ଅର୍ଥାତ କେବଳ HOD କି ଅଧ୍ୟକ୍ଷ ନୁହନ୍ତି, ଅନ୍ୟମାନଙ୍କୁ ମଧ୍ୟ ତଦନ୍ତ ପରିସରଭୁକ୍ତ କରାଯିବ। ଯେଉଁମାନେ ବି ଛାତ୍ରୀଙ୍କୁ ଆତ୍ମହତ୍ୟା ପାଇଁ ଉସକାଇଛନ୍ତି ସମସ୍ତଙ୍କୁ ତଦନ୍ତ ପରିସର ମଧ୍ୟକୁ ନିଆଯିବ ବୋଲି ମନ୍ତ୍ରୀ କହିଛନ୍ତି। ପୀଡିତା ଓ ତାଙ୍କ ପରିବାରକୁ ନ୍ୟାୟ ଦେବା ପାଇଁ ଯାହା ଆବଶ୍ୟକ ପଡିବ ରାଜ୍ୟ ସରକାର କରିବେ ବୋଲି କହିଛନ୍ତି। ଦୁଇ ଉପ ମୁଖ୍ୟମନ୍ତ୍ରୀ, ରାଜ୍ୟ ସଭାପତିଙ୍କ ଉପସ୍ଥିତିରେ ଗତକାଲି ରାଜ୍ୟ କାର୍ଯ୍ୟାଳୟରେ ବୈଠକ ବସିଥିଲା। ରାଜସ୍ବ ମନ୍ତ୍ରୀ, ଆଇନ ମନ୍ତ୍ରୀ, ସ୍ୱାସ୍ଥ୍ୟ ମନ୍ତ୍ରୀ, ପରିବହନ ମନ୍ତ୍ରୀ, ବରିଷ୍ଠ ବିଧାୟକ ଜୟ ନାରାୟଣ ମିଶ୍ର ଏବଂ ଏକାଧିକ ବିଧାୟକ ସାମିଲ ହୋଇଥିଲେ। ସେହିପରି ଆଇନମନ୍ତୀ ପୃଥ୍ବିରାଜ ହରିଚନ୍ଦନ କହିଛନ୍ତି, ଅଭିଯୁକ୍ତଙ୍କ ବିରୋଧରେ ଦଣ୍ଡବିଧାନ ପାଇଁ ଚାଲିଛି ପ୍ରକ୍ରିୟା। ଆଗକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଯାହା କାର୍ଯ୍ୟାନୁଷ୍ଠାନ ନିଆଯିବ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)