ଦିନିକିଆ ଓଡ଼ିଶା ଗସ୍ତରେ ନଡ୍ଡା: ମନ୍ତ୍ରୀ, ସାଂସଦ, ବିଧାୟକଙ୍କୁ ଦେବେ ଗୁରୁମନ୍ତ୍ର

ଆଜି ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା । ପୂର୍ବାହ୍ନ ପ୍ରାୟ ୧୧ଟା ବେଳେ ଭୁବନେଶ୍ବରରେ ଅବତରଣ କରିବା ପରେ ପାର୍ଟି କାର୍ଯ୍ୟାଳୟରେ ପହଞ୍ଚିବେ । ସଦସ୍ୟତା ଅଭିଯାନ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଯୋଗଦେବେ ।

ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା

ଆଜି ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା । ପୂର୍ବାହ୍ନ ପ୍ରାୟ ୧୧ଟା ବେଳେ ଭୁବନେଶ୍ବରରେ ଅବତରଣ କରିବା ପରେ ପାର୍ଟି କାର୍ଯ୍ୟାଳୟରେ ପହଞ୍ଚିବେ । ସଦସ୍ୟତା ଅଭିଯାନ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଯୋଗଦେବେ । ଦଳର ସାଂସଦ, ବିଧାୟକ ଓ ରାଜ୍ୟ ପଦାଧିକାରୀଙ୍କ ସହ ଆଲୋଚନା କରିବେ । ୧୧ଟାରୁ ଗୋଟାଏ ଯାଏଁ ରାଜ୍ୟ କାର୍ଯ୍ୟାଳୟରେ ରହିବେ।

ଅଧିକ ପଢ଼ନ୍ତୁ: ଧୂଳିରେ ଆକ୍ତାମାକ୍ତା ଖୋର୍ଦ୍ଧା ସହର ବାସିନ୍ଦା; ବିଭିନ୍ନ ରାସ୍ତାଘାଟର ଅବସ୍ଥା ବିପର୍ଯ୍ୟସ୍ତ

ଏନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିବା ବେଳେ ବିଜେପି ନେତା ଓ କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି । ନଡ୍ଡା ଆଜି ଦିନ ୧୧ଟା ସମୟରେ ବିମାନ ବନ୍ଦରରେ ପହଞ୍ଚିବେ । ଏହାପରେ ଭୁବନେଶ୍ବର ବିମାନ ବନ୍ଦରରୁ ବାହାରି ଏ.ଜି ଛକରେ ବି.ଆର ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ ।ଏହି କାର୍ଯ୍ୟକ୍ରମ ପରେ ବିଜେପିର ସଦସ୍ୟତା ଅଭିଯାନରେ ସାମିଲ ହେବେ । ପ୍ରତିଷ୍ଠିତ ବ୍ୟକ୍ତି, ଯୁବବର୍ଗଙ୍କୁ ବିଜେପିର ସଦସ୍ୟତା ଅଭିଯାନରେ ସାମିଲ କରିବା ସହ ତାଙ୍କ ସହିତ ଆଲୋଚନା କରିବେ ।

ଏହାପରେ ଦଳୀୟ କାର୍ଯ୍ୟାଳୟରେ ରାଜ୍ୟ ପଦାଧିକାରୀ ବୈଠକରେ ଯୋଗ ଦେବେ । ଦିନ ୧୨. ୩୦ରେ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଏକ ବୈଠକରେ ଯୋଗଦେବେ । ବୈଠକରେ ବିଧାୟକ, ମନ୍ତ୍ରୀ, ସାଂସଦ ଓ ରାଜ୍ୟ ପଦାଧିକାରୀମାନଙ୍କ ସହ ଚର୍ଚ୍ଚା ଆଲୋଚନା କରିବେ। ସଦସ୍ୟତା ଅଭିଯାନ-୨୦୨୪କୁ ସର୍ବବ୍ୟାପୀ, ସର୍ବସ୍ପର୍ଶୀ ଓ ଗତିଶୀଳ କରିବା ନଡ୍ଡାଙ୍କ ଗସ୍ତ କାର୍ଯ୍ୟକ୍ରମରମୂଳ ଉଦ୍ଦେଶ୍ୟ ବୋଲି ରାଜ୍ୟ ବିଜେପି ପକ୍ଷରୁ କୁହାଯାଇଛି।