Advertisment

BSKY ଚାଲୁ ରହିଛି, ଅସୁବିଧା ହେଲେ ହେଲ୍ପଲାଇନ୍‌ ନଂରେ ଜଣାନ୍ତୁ: ମୁଖ୍ୟ ସଚିବ

ରାଜ୍ୟରେ BSKY କାର୍ଡ ଚାଲୁ ରହିଛି ବୋଲି ସ୍ପଷ୍ଟ କଲେ ମୁଖ୍ୟ ସଚିବ। ଭିଡିଓ ବାର୍ତ୍ତା ଜରିଆରେ ମୁଖ୍ୟ ସଚିବ ପ୍ରଦୀପ ଜେନାଙ୍କ ସ୍ପଷ୍ଟୋକ୍ତି।

ଅଦ୍ୟତନ ହୋଇଛି
BSKY beneficiaries will continue to avail cashless healthcare services

BSKY Card

Advertisment

ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା BSKY କାର୍ଡକୁ ନେଇ ସ୍ୱାସ୍ଥ୍ୟ ବିଭାଗର ସୂଚନା। BSKY ଚାଲୁ ରହିଛି ଏବଂ ଘରୋଇ ହସ୍ପିଟାଲ ସହ MOU ବଳବତ୍ତର ଥିବା ସ୍ପଷ୍ଟ କରିଛି ସ୍ୱାସ୍ଥ୍ୟ ବିଭାଗ। ରାଜ୍ୟରେ ସରକାର ବଦଳୁଥିବା ଦେଖି BSKY କାର୍ଡ କାମ କରିବନି କହି କିଛି ଘରୋଇ ହସ୍ପିଟାଲ ରୋଗୀ ମାନଙ୍କୁ ଫେରାଇ ଦେଉଥିବା ଅଭିଯୋଗ ହୋଇଥିଲା।

Advertisment

ରୋଗୀ ମାନଙ୍କୁ ନିଜ ଖର୍ଚ୍ଚରେ ଚିକିତ୍ସା ପାଇଁ ଘରୋଇ ମେଡିକାଲ ଗୁଡିକ କହୁଥିବା କିଛି ରୋଗୀ ଅଭିଯୋଗ କରିଥିଲେ। ଅନ୍ୟପଟେ କାର୍ଡ ବନ୍ଦ ନାଁରେ ସ୍ୱାସ୍ଥ୍ୟସେବା ଅବହେଳାକୁ ସାମାଜିକ ଅପରାଧ ବୋଲି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ କହିବା ପରେ ସ୍ୱାସ୍ଥ୍ୟ ବିଭାଗ ଏହା ସ୍ପଷ୍ଟ କରିଛି।

ଅଧିକ ପଢ଼ନ୍ତୁ: 'ଯିଏ ବି ମୁଖ୍ୟମନ୍ତ୍ରୀ ହେବ, ନବୀନଙ୍କ ଠାରୁ ଭଲ ହେବ'

ରାଜ୍ୟରେ BSKY କାର୍ଡ ଚାଲୁ ରହିଛି ବୋଲି ସ୍ପଷ୍ଟ କଲେ ମୁଖ୍ୟ ସଚିବ। ଭିଡିଓ ବାର୍ତ୍ତା ଜରିଆରେ ମୁଖ୍ୟ ସଚିବ ପ୍ରଦୀପ ଜେନାଙ୍କ ସ୍ପଷ୍ଟୋକ୍ତି। BSKY ଚାଲୁ ରହିଛି, ଏହି ଯୋଜନାରେ ରୋଗୀ ଚିକିତ୍ସା ଅବ୍ୟାହତ ଅଛି। BSKY ହିତାଧିକାରୀଙ୍କୁ ହସ୍ପିଟାଲମାନେ ଅବହେଳା କରିପାରିବେନାହିଁ। ଚିକିତ୍ସାରେ ଅବହେଳା କରିପାରିବେନି କି ଡିସ୍ ଚାର୍ଜ କରିପାରିବେନି। କିଛି ଅସୁବିଧା ହେଲେ ହେଲ୍ପଲାଇନ୍ ନମ୍ବରରେ ଜଣାଇ ପାରିବେ। କୌଣସି ହସ୍ପିଟାଲ ଅବହେଳା କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ହେବ ବୋଲି ମୁଖ୍ୟ ଶାସନ ସଚିବ କହିଛନ୍ତି।

Advertisment

ଅପରପକ୍ଷେ ଏହି ଖବର ସାମ୍ନାକୁ ଆସିବା ପରେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ କଡ଼ା ପ୍ରତିକ୍ରିୟା ରଖି କହିଥିଲେ, କାର୍ଡ ବନ୍ଦ ନାଁରେ ସ୍ୱାସ୍ଥ୍ୟସେବା ଅବହେଳା ସାମାଜିକ ଅପରାଧ। ସାଧାରଣ ନାଗରିକଙ୍କୁ ସ୍ୱାସ୍ଥ୍ୟସେବା ଯୋଗାଇବା ପ୍ରତି ସରକାରଙ୍କ ପ୍ରାଥମିକତା। ସରକାର ପରିବର୍ତ୍ତନ ଏକ ନିରନ୍ତର ପ୍ରକ୍ରିୟା। BSKY କାର୍ଡକୁ ନେଇ ଦ୍ୱନ୍ଦ୍ୱ ସୃଷ୍ଟି କରାନଯାଉ ବୋଲି ସେ କହିଥିଲେ। 

ଅଧିକ ପଢ଼ନ୍ତୁ:  ମୁଖ୍ୟମନ୍ତ୍ରୀ ଭାବେ ୨୪ ବର୍ଷର ନିରଙ୍କୁଶ ଯାତ୍ରାର ଅନ୍ତ; ଇତିହାସ ପାଲଟିଗଲେ ନବୀନ...

Advertisment
Odisha Chief Secretary BSKY Card
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ