Advertisment

'ସବୁ ସରକାରୀ ଓ ଘରୋଇ ହସ୍ପିଟାଲ୍‌ରେ BSKY ଜାରି ରହିବ'

ରାଜ୍ୟରେ ଜାରି ରହିବ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା। ବଜେଟରେ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ପାଇଁ ବ୍ୟବସ୍ଥା ରହିଛି। ସମସ୍ତଙ୍କୁ ଏହି କାର୍ଡ ମିଳିବ। ପର୍ଯ୍ୟାୟକ୍ରମେ ଲାଗୁ ହେବ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା।

ଅଦ୍ୟତନ ହୋଇଛି
BSKY

BSKY

Advertisment

ବର୍ତ୍ତମାନ ଜାରି ରହିବ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା। ବଜେଟରେ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ପାଇଁ ବ୍ୟବସ୍ଥା ରହିଛି। ସମସ୍ତଙ୍କୁ ଏହି କାର୍ଡ ମିଳିବ। ପର୍ଯ୍ୟାୟକ୍ରମେ ଲାଗୁ ହେବ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା। ଏବେ ସବୁ ସରକାରୀ ଓ ଘରୋଇ ହସ୍ପିଟାଲ୍‌ରେ BSKY ଜାରି ରହିବ  ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି । 

Advertisment

ଏବେ ରାଜ୍ୟରେ ପ୍ରାୟ ୯୬ ଲକ୍ଷ ୫୦ ହଜାର ବିପିଏଲ ଓ ଏପିଏଲ୍ ପରିବାର BSKY ଅଧିନରେ ସ୍ବାସ୍ଥ୍ୟବୀମା ସେବା ପାଉଛନ୍ତି । ଏହି ଯୋଜନାରେ କ୍ୟାସଲେସ୍ ଚିକିତ୍ସା ସୁବିଧା ଯୋଗାଇ ଦେଉଛନ୍ତି ରାଜ୍ୟ ସରକାର । 

ତେବେ ବିଧାନସଭାରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିବା ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ, ନିର୍ବାଚନ ପୂର୍ବ ଇସ୍ତାହାରରେ ପ୍ରତିଶ୍ରୁତି ଅନୁଯାୟୀ, ଆମ ସରକାର ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା (PM-JAY) ଓ ରାଜ୍ୟର ନିଜସ୍ୱ ସ୍ୱାସ୍ଥ୍ୟ ବୀମା ଯୋଜନା- ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ସଂଯୋଜନ ମାଧ୍ୟମରେ ଯୋଗ୍ୟ ପରିବାରମାନଙ୍କୁ ସରକାରୀ ଓ ବେସରକାରୀ ସ୍ୱାସ୍ଥ୍ୟ ପ୍ରତିଷ୍ଠାନଗୁଡ଼ିକରେ କ୍ୟାସ୍‌ଲେସ୍ ସ୍ୱାସ୍ଥ୍ୟ ସେବା ପ୍ରଦାନ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନ ଅରୋଗ୍ୟ ଯୋଜନାରେ କେନ୍ଦ୍ର ସରକାର ୬୦ ପ୍ରତିଶତ ପାଣ୍ଠି ପ୍ରଦାନ କରିବେ। ଯାହା ଫଳରେ ରାଜ୍ୟ ରାଜକୋଷ ଉପରେ ବୋଝ କମିବ। 

Advertisment

ରାଜ୍ୟ ତଥା ରାଜ୍ୟ ବାହାରେ ରହୁଥିବା ଲୋକମାନେ ଦେଶର ସମସ୍ତ ରାଜ୍ୟର ୨୭ ହଜାରରୁ ଅଧିକ ତାଲିକାଭୁକ୍ତ ସରକାରୀ ଓ ବେସରକାରୀ ଡାକ୍ତରଖାନାରେ କ୍ୟାସ୍‌ଲେସ୍ ଚିକିତ୍ସା ସୁବିଧା ପାଇପାରିବେ। ଏହା ବିଶେଷ କରି ଓଡ଼ିଶା ବାହାରେ ରହୁଥିବା ପ୍ରବାସୀ ଶ୍ରମିକମାନଙ୍କୁ ପର୍ଯ୍ୟାପ୍ତ ଆଶ୍ୱସ୍ତି ପ୍ରଦାନ କରିବ। ଏହି ବଜେଟରେ ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ପାଇଁ ୫ ଶହ କୋଟି ଟଙ୍କା ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ପାଇଁ ୩ ହଜାର ୫୬ କୋଟି ଟଙ୍କା ବ୍ୟୟବରାଦର ପ୍ରସ୍ତାବ ରହିଛି।  

Advertisment

BSKY BSKY Card BSKY Health Card BSKY Smart Card
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ