Advertisment

ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଖୁସି ଖବର; ଅକ୍ଟୋବରରୁ ମିଳିବ ଚାଉଳ ସହ ଗହମ

ଅକ୍ଟୋବର ମାସରୁ ରାସନ କାର୍ଡ ହିତାଧିକାରୀଙ୍କୁ ମିଳିବ ଚାଉଳ ସହ ଗହମ । ଗହମ ଦେବାକୁ କେନ୍ଦ୍ର ଖାଦ୍ୟ ଓ ସାଧାରଣ ବଣ୍ଟନ ମନ୍ତ୍ରାଳୟ କରିଛି ଚିଠି ।

ଅଦ୍ୟତନ ହୋଇଛି
Ration card holders in Odisha to get wheat from October

wheat

Advertisment

ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଖୁସି ଖବର । ଅକ୍ଟୋବର ମାସରୁ ରାସନ କାର୍ଡ ହିତାଧିକାରୀଙ୍କୁ ମିଳିବ ଗହମ। ଓଡ଼ିଶା ସମେତ ୯ ରାଜ୍ୟର ହିତାଧିକାରୀଙ୍କୁ ଚାଉଳ ସହ ମିଳିବ ଗହମ ଦେବେ କେନ୍ଦ୍ର ସରକାର । ଏନେଇ କେନ୍ଦ୍ରମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀଙ୍କ ସହ କଥା ହୋଇଛନ୍ତି ରାଜ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । 

Advertisment

ପୂର୍ବ ସରକାର ଗହମ କଥା ମନା କରିଦେଇଥିଲେ। ଏବେ ଅର୍ଡର୍ ଆସିଛି। ମୁଣ୍ଡ ପିଛା ଏକ ପଞ୍ଚମାଂଶ ମଳିବ ଗହମ । ଅର୍ଥାତ ଜଣେ ହିତାଧିକାରୀଙ୍କୁ ୨୦ ପ୍ରତିଶତ ଗହମ ମିଳିବ ବୋଲି ଯୋଗାଣ ମନ୍ତ୍ରୀ ସୂଚନା ଦେଇଛନ୍ତି । ତେବେ ଅଯୋଗ୍ୟ ହିତାଧିକାରୀଙ୍କ ସଂଖ୍ୟା ଅଧିକ ରହିଛି । ପ୍ରକ୍ରିୟା ଚାଲିଛି ପରେ ପ୍ରକୃତ ସଂଖ୍ୟା ଜଣାପଡ଼ିବ ବୋଲି ମନ୍ତ୍ରୀ କହିଛନ୍ତି ।

ଅଧିକ ପଢ଼ନ୍ତୁ: ଖୁସି ଖବର ଦେଲେ ରାଜ୍ୟ ସରକାର; ଏଣିକି ସରୋଗାସୀ ପିତୃତ୍ବକୁ ମିଳିବ ୧୫ ଦିନର ଛୁଟି

Advertisment

ହିତାଧିକାରୀଙ୍କୁ ମିଳୁଥିବା ଚାଉଳର ୨୦ ପ୍ରତିଶତ ଗହମ ଦେବାକୁ କେନ୍ଦ୍ର ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ ନିକଟରେ ଦାବି କରାଯାଇଥିବା ଚଳିତ ବିଧାନସଭାରେ କହିଥିଲେ ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ସେ କହିଛନ୍ତି ଯେ, ଲୋକଙ୍କ ଗହମ ଚାହିଦାକୁ ଦୃଷ୍ଟିରେ ରଖି ଏହି ଦାବି ସେ ରଖିଥିଲେ । 

ତେବେ ପୂର୍ବରୁ ରାସନ କାର୍ଡ ହିତାଧିକାରୀଙ୍କୁ ଚାଉଳ ସହ ମିଳୁଥିବା ଗହମକୁ ବନ୍ଦ କରି ଦେଇଥିଲେ ପୂର୍ବ ସରକାର । ଅଧିକ ଚାଉଳ ଦେବାକୁ କେନ୍ଦ୍ରକୁ ଦାବି କରାଯିବା ପରେ ଗହମ ଯୋଗାଣକୁ ବନ୍ଦ କରି ଦିଆଯାଇଥିଲା । 

Advertisment
Ration Card Ration Card Holders
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ