/odishatv-khabar/media/post_attachments/uploadimage/library/16_9/16_9_0/IMAGE_1746546291.jpg)
ମମତାଙ୍କୁ ମୋହନଙ୍କ ଚିଠି
ଦୀଘା ଧାମ୍ ପ୍ରସଙ୍ଗରେ ମମତାଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ‘ଆନ୍ତଃରାଜ୍ୟ ସମ୍ମାନ ଓ ସାଂସ୍କୃତିକ ସମ୍ବେଦନଶୀଳତାକୁ ବଜାୟ ରଖିବାକୁ ଚିଠିରେ ଉଲ୍ଲେଖ କରିଛନ୍ତି ମୋହନ । ଦୀଘା ଜଗନ୍ନାଥ ମନ୍ଦିରକୁ ‘ଧାମ’ କୁହାନଯାଉ ବୋଲି ମୋହନ ମାଝୀ ଚିଠିରେ ଉଲ୍ଲେଖ କରିଛନ୍ତି ।
ଅଧିକ ପଢ଼ନ୍ତୁ: ସମାଲୋଚନାରେ ମୁଖର ନେତାଙ୍କ ପକ୍ଷଛେଦନ, ପାଣ୍ଡିଆନ୍ ମାର୍କା ନେତାଙ୍କୁ ପ୍ରାଧାନ୍ୟ
ସେହିପରି ‘ଧାମ’ ଶଦ୍ଦ ବ୍ୟବହାରରୁ ଦୂରରେ ରହିବାକୁ କହିଛନ୍ତି ମୋହନ ମାଝୀ । ସେ ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ଆନ୍ତଃରାଜ୍ୟ ସମ୍ମାନ ଓ ସାଂସ୍କୃତିକ ସମ୍ବେଦନଶୀଳତାକୁ ବଜାୟ ରଖନ୍ତୁ । ପୁରୀରେ ଥିବା ‘ଜଗନ୍ନାଥ ଧାମ’ ପବିତ୍ର ସ୍ଥାନ ଏବଂ ସ୍ବତନ୍ତ୍ର । ଅନ୍ୟ କୌଣସି ଠାରେ ‘ଜଗନ୍ନାଥ ଧାମ’ ବ୍ୟବହାର ଲୋକଙ୍କୁ ଆଘାତ ଦେଇଛି । କୋଟିକୋଟି ଭକ୍ତ, ତୀର୍ଥଯାତ୍ରୀଙ୍କ ଭାବାବେଗକୁ କୁଠାରଘାତ କରିଛି । ଦୀଘା ମନ୍ଦିରକୁ ଧାମ କୁହାଯିବା ଏବଂ ପ୍ରଚାରରେ ବ୍ୟବହାର ଦ୍ବନ୍ଦ୍ବ ସୃଷ୍ଟି କରୁଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)