mohan majhi
ଆଜିଠାରୁ ୩ ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ୩ ଦିନରେ ମୁଖ୍ୟମନ୍ତ୍ରୀ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବା କାର୍ଯ୍ୟକ୍ରମ ରହିଛି। ଆଜି ମୁଖ୍ୟମନ୍ତ୍ରୀ ସକାଳ ୧୦ ଟା ୨୦ରେ ରିଜର୍ଭ ପଡିଆ ହେଲିପ୍ୟାଡ଼ରେ ଅବତରଣ କରିବା ପରେ ବାଇକ ରାଲିରେ ଅଡିଟୋରିୟମ ହଲରେ ପହଁଚିବେ। ସେଠାରେ ଲାଇଫ୍ ସେଭର୍ସ ଗ୍ରୁପ୍ ଟ୍ରଷ୍ଟର ତୃତୀୟ ବାର୍ଷିକ ଉତ୍ସବରେ ଯୋଗ ଦେବେ। ସନ୍ଧ୍ୟାରେ ନିଜ ଗାଁ ରାଇକଳା ସ୍ଥିତ ଘରକୁ ଯିବେ। ପରେ ସ୍ଥାନୀୟ ହୋଟେଲରେ ସାଂସଦ ଓ ବିଧାୟକଙ୍କ ସହ ଆଲୋଚନା କାର୍ଯ୍ୟକ୍ରମ ରହିଛି।
ଅଧିକ ପଢ଼ନ୍ତୁ: ୨୧ରୁ ପୁଣି ଚାଲିବ ରତ୍ନଭଣ୍ଡାର ବୈଷୟିକ ସର୍ଭେ, ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା
ଶନିବାର ସକାଳେ ଚାଏ ପେ ଚର୍ଚ୍ଚା ଏବଂ ପରେ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ଦ୍ୱାରା ଆୟୋଜିତ ରଜତ ଜୟନ୍ତୀ ଉତ୍ସବରେ ଯୋଗ ଦେବେ। ସନ୍ଧ୍ୟାରେ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେବେ | ରବିବାର ଡିଡି ୟୁନିଭରସିଟିି ପଡ଼ିଆରେ ମୋହନ ସରକାରଙ୍କ ୧୦୦ ଦିନ ପୂରଣ ଉତ୍ସବରେ ଯୋଗ ଦେବା କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1726799650.jpg)