Advertisment

Naba Das Murder Mystery: 'ନବ ଦାସଙ୍କ ହତ୍ୟା ମାମଲାରେ ପ୍ରକୃତ ଦୋଷୀଙ୍କୁ ଧରାଯାଇ ଦୃଷ୍ଟାନ୍ତମୂଳକ ଦଣ୍ଡବିଧାନ ହେବ’

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେଉଁଭଳି ଭାବେ ଏହି ଘଟଣା ଘଟିଲା ତାହା ଅତ୍ୟନ୍ତ ଦୁଃଖଦ ଓ ନିନ୍ଦନୀୟ । ଏହି ଘଟଣାରେ ସରକାର ସବୁ ଦିଗକୁ ପୁଣି ଥରେ ତନ୍ନ ତନ୍ନ କରି ପରୀକ୍ଷା କରିବେ ଏବଂ ପ୍ରକୃତ ଦୋଷୀକୁ ଖୋଜି ବାହାର କରିବେ ।

ଅଦ୍ୟତନ ହୋଇଛି
Mohan Charan Majhi

Mohan Charan Majhi

Advertisment

ପ୍ରକୃତ ଦୋଷୀକୁ ଧରାଯାଇ ଆଇନ ଅନୁଯାୟୀ ଦୃଷ୍ଟାନ୍ତମୂଳକ ଦଣ୍ଡବିଧାନ କରାଯିବ ବୋଲି ଭରସା ଦେଲେ ମୁଖ୍ୟମନ୍ତ୍ରୀ । ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ନବ ଦାସଙ୍କ ହତ୍ୟାକାଣ୍ଡ ସମ୍ପର୍କରେ ଉଚିତ୍ ତଦନ୍ତ କରାଯାଇ ପ୍ରକୃତ ଦୋଷୀକୁ ଆଇନ ଅନୁଯାୟୀ ଦୃଷ୍ଟାନ୍ତମୂଳକ ଦଣ୍ଡବିଧାନ କରାଯିବ । ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ନବ ଦାସଙ୍କ ପରିବାରଙ୍କୁ ଏଭଳି ଭରସା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

Advertisment

ସ୍ୱର୍ଗତ ନବ ଦାସଙ୍କ ପତ୍ନୀ ମୀନତି ଦାସ ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ତାଙ୍କ ସ୍ୱାମୀଙ୍କ ହତ୍ୟାକାଣ୍ଡର ତଦନ୍ତ ସମ୍ପର୍କରେ ଆଲୋଚନା କରିଥିଲେ । ଏହି ଆଲୋଚନା ସମୟରେ ନବଙ୍କ ଝିଅ ତଥା ପୂର୍ବତନ ବିଧାୟିକା ଦୀପାଳି ଦାସ ଓ ପୁତ୍ର ବିଶାଳ ଦାସ ମଧ୍ୟ ଉପସ୍ଥିତ ଥିଲେ ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେଉଁଭଳି ଭାବେ ଏହି ଘଟଣା ଘଟିଲା ତାହା ଅତ୍ୟନ୍ତ ଦୁଃଖଦ ଓ ନିନ୍ଦନୀୟ । ଏହି ଘଟଣାରେ ସରକାର ସବୁ ଦିଗକୁ ପୁଣି ଥରେ ତନ୍ନ ତନ୍ନ କରି ପରୀକ୍ଷା କରିବେ ଏବଂ ପ୍ରକୃତ ଦୋଷୀକୁ ଖୋଜି ବାହାର କରିବେ । ଅପରପକ୍ଷେ ନବଙ୍କ ପତ୍ନୀଙ୍କୁ ତଦନ୍ତକାରୀ ସଂସ୍ଥାକୁ ସହଯୋଗ କରିବାକୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ସେ ଯେ କୌଣସି ସମୟରେ ତାଙ୍କୁ ବ୍ୟକ୍ତିଗତ ଭାବେ ଏ ସମ୍ପର୍କରେ ଅବଗତ କରାଇପାରିବେ । ବ୍ୟକ୍ତିଗତ ଭାବେ ଭେଟି ଆଲୋଚନା କରିଥିବାରୁ ଏବଂ ନ୍ୟାୟ ମିଳିବାର ଭରସା ଦେଇଥିବାରୁ ନବଙ୍କ ପରିବାର ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଛନ୍ତି ।

Advertisment

ନବ ଦାସ ହତ୍ୟା ମାମଲାର ତଦନ୍ତ ପ୍ରସଙ୍ଗରେ ପୂରା ପରିବାର ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଘଟଣାର ସିବିଆଇ ତଦନ୍ତ ପାଇଁ ଲିଖିତ ଅନୁରୋେଧ କରିଛନ୍ତି। ଏ ସଂପର୍କରେ ଲିଖିତ ଭାବେ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଥିବା ପ୍ରତିକ୍ରିୟାରେ କହିଛନ୍ତି ନବଙ୍କ ଝିଅ ଦୀପାଳି ଦାସ। ଆଜି ଅପରାହଣ ୫ଟାରେ ଲୋକସେବା ଭବନରେ ପହଞ୍ଚି ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ ନବ ଦାସଙ୍କ ପତ୍ନୀ ମୀନତି ଦାସ, ଝିଅ ଦିପାଳି ଏବଂ ପୁଅ ବିଶାଳ ଦାସ। ପ୍ରାୟ ଦେଢ଼ ଘଣ୍ଟାର ଆଲୋଚନା ଭିତରେ
ବର୍ତ୍ତମାନ ଜାରି ରହିଥିବା କ୍ରାଇମବ୍ରାଞ୍ଚ ତଦନ୍ତ ଓ CBI ତଦନ୍ତ ପ୍ରସଙ୍ଗ ଉଠିଥିଲା। ଆଲୋଚନା ସମୟରେ ଉପସ୍ଥିତ ଥିଲେ ପୋଲିସ ଡିଜି ୱାଇବି ଖୁରାନିଆଙ୍କ ସହ କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର। ଉଭୟ ଅଧିକାରୀ ଲୋକସେବା ଭବନରେ ପହଞ୍ଚି ନବ ଦାସଙ୍କ ପରିବାର ସହ ଆଲୋଚନା କରିଥିଲେ। 

ଅଧିକ ପଢ଼ନ୍ତୁ:  ନବ ଦାସ ହତ୍ୟା ମାମଲା; CBI ତଦନ୍ତ ଦାବିରେ ମୁଖ୍ୟମନ୍ତ୍ରୀଙ୍କୁ ଇ-ମେଲ୍ କଲେ ନବଙ୍କ ପତ୍ନୀ

Advertisment
Murder Odisha Naba Das Deepali Das Mohan Charan Majhi
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ