/odishatv-khabar/media/post_attachments/uploadimage/library/16_9/16_9_0/IMAGE_1730037026.jpg)
Mohan Majhi
ବାତ୍ୟା ଦାନା ପ୍ରଭାବରେ ହୋଇଥିବା କ୍ଷୟକ୍ଷତି ଦେଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଆଜି ଆକାଶମାର୍ଗରୁ ବାତ୍ୟାଞ୍ଚଳ ପରିଦର୍ଶନ କରିବା ସହ କ୍ଷୟକ୍ଷତିର ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ । ପାରାଦୀପ, ମହାକାଳପଡ଼ା, ରାଜନଗର, ରାଜକନିକା ସମେତ ଚାନ୍ଦବାଲି ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ।
Advertisment
ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଏବଂ ମୁଖ୍ୟ ଶାସନ ସଚିବ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ସହ ବାତ୍ୟା କ୍ଷତିଗ୍ରସ୍ତ ଅଂଚଳ ଅନୁଧ୍ୟାନ କରିଛନ୍ତି । ଆକାଶମାର୍ଗରୁ ବୁଲି ଦେଖିବା ପରେ ବିଭିନ୍ନ ବିଭାଗକୁ ତୁରନ୍ତ କ୍ଷୟକ୍ଷତି ଆକଳନ କରି ଜଣାଇବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏହାଦ୍ବାରା ବାତ୍ୟା ଓ ବନ୍ୟା କ୍ଷତିଗ୍ରସ୍ତଙ୍କୁ ଖୁବଶୀଘ୍ର ସହାୟତା ପ୍ରଦାନ କରାଯାଇପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)