/odishatv-khabar/media/post_attachments/uploadimage/library/16_9/16_9_0/IMAGE_1748249325.jpg)
ରଥଯାତ୍ରା ପାଇଁ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ
ଆସନ୍ତା ରଥଯାତ୍ରା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପ୍ରଧାନମନ୍ତ୍ରୀଙ୍କ ସହ ସମସ୍ତ କେନ୍ଦ୍ରମନ୍ତ୍ରୀ ଏବଂ ଏନଡିଏ ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ମାନଙ୍କୁ ମଧ୍ୟ ରଥଯାତ୍ରା ପାଇଁ ନିମନ୍ତ୍ରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହାସହ ଓଡ଼ିଶାରେ ବିଜେପି ସରକାରର ଏକ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ନିମନ୍ତ୍ରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଦିଲ୍ଲୀରୁ ଫେରି ଏହି ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।
ଅଧିକ ପଢ଼ନ୍ତୁ: ପୁରୀରେ ୱାଟର ସ୍ପୋର୍ଟସ ଆକ୍ଟିଭିଟି ବେଳେ ଦୁର୍ଘଟଣା, ଅଳ୍ପକେ ରକ୍ଷା ପାଇଲେ ଗାଙ୍ଗୁଲିଙ୍କ ଭାଇ ଓ ଭାଉଜ
ସେପଟେ ଆସନ୍ତା ରଥଯାତ୍ରା ପାଇଁ କିଛି ସମୟ ପୂର୍ବରୁ ଆରମ୍ଭ ହୋଇଛି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ । ଗଜପତି ମହାରାଜାଙ୍କ ଅଧ୍ୟକ୍ଷତାରେ ବସିଛି ଏହି ବୈଠକ । ଏଥିରେ ଛତିଶାନିଯୋଗ ବୈଠକରେ ସ୍ଥିରୀକୃତ ରଥଯାତ୍ରା ନୀତି ନିର୍ଘଣ୍ଟ ଉପରେ ମୋହର ଲାଗିବ ।
ଜୁନ୍ ୨୭ରେ ମହାପ୍ରଭୁଙ୍କ ଶ୍ରୀଗୁଣ୍ଡିଚା ଯାତ୍ରା ଅନୁଷ୍ଠିତ ହେବ । ଏ ବର୍ଷ ରଥଯାତ୍ରା ଦିନ ସକାଳ ୬ ଘଟିକାଠାରୁ ମଙ୍ଗଳ ଆଳତି ନୀତି ଅନୁଷ୍ଠିତ ହୋଇ ସକାଳ ୯ଟା ସୁଦ୍ଧା ରଥ ପ୍ରତିଷ୍ଠା ନୀତି କରାଯିବା ନେଇ ସ୍ଥିର ହୋଇଛି । ସେହିପରି ୯ଟା ୩୦ରେ ପହଣ୍ଡି ଆରମ୍ଭ କରାଯାଇ ସାଢେ ୧୨ଟା ସୁଦ୍ଧା ସରିବ । ଅପରାହ୍ନ ସାଢେ ୨ଟାରୁ ସାଢେ ୩ଟା ମଧ୍ୟରେ ଛେରାପହଁରା ଓ ଅପରାହ୍ନ ୪ଟାରେ ରଥ ଟଣା ହେବ ।
ସେହିପରି ଜୁନ ୧୧ରେ ଦେବସ୍ନାନ ପୂର୍ଣ୍ଣିମାର ନୀତି ନିର୍ଘଣ୍ଟ ମଧ୍ୟ ସ୍ଥିରୀକୃତ ହୋଇଛି । ଅପରାହ୍ନ ୪ଟା ୩୦ରେ ଅନୁଷ୍ଠିତ ହେବ ହାତୀ ବେଶ । ଅନ୍ୟପଟେ ବାହୁଡା ଦିନ ଅପରାହ୍ନ ୪ଟା ସୁଦ୍ଧା ରଥ ଟାଣିବା ପାଇଁ ନୀତି ନିର୍ଘଣ୍ଟ କରାଯାଇଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)




/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)