Advertisment

ରାଜଧାନୀରେ 'ରନ୍ ଫର୍ ୟୁନିଟି'; ଏକତାର ଶପଥ କରାଇ ନିଜେ ଦୌଡ଼ିଲେ ମୁଖ୍ୟମନ୍ତ୍ରୀ

ରାଜଧାନୀରେ ରନ୍ ଫର୍ ୟୁନିଟି କାର୍ଯ୍ୟକ୍ରମ। ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମରେ ରାଜ୍ୟ କ୍ରୀଡ଼ା ଓ ଯୁବ ସେବା ବିଭାଗ ପକ୍ଷରୁ ଆୟୋଜିତ ହୋଇଛି ରନ୍ ଫର୍ ୟୁନିଟି। ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୟନ୍ତୀ ପୂର୍ବରୁ 'ରନ୍ ଫର୍ ୟୁନିଟି' ମାରାଥନକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

ଅଦ୍ୟତନ ହୋଇଛି
Run for Unity

Run for Unity

Advertisment

ରାଜଧାନୀରେ ରନ୍ ଫର୍ ୟୁନିଟି କାର୍ଯ୍ୟକ୍ରମ। ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମରେ ରାଜ୍ୟ କ୍ରୀଡ଼ା ଓ ଯୁବ ସେବା ବିଭାଗ ପକ୍ଷରୁ ଆୟୋଜିତ ହୋଇଛି ରନ୍ ଫର୍ ୟୁନିଟି। ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୟନ୍ତୀ ପୂର୍ବରୁ 'ରନ୍ ଫର୍ ୟୁନିଟି' ମାରାଥନକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏଥିରେ ଏକତାର ଶପଥ କରାଇବା ପରେ ନିଜେ ମାରାଥନ୍‌ରେ ଦୌଡିଛନ୍ତି ମୁଖ୍ୟମନ୍ତ୍ରୀ।

Advertisment

ମୁଖ୍ୟମନ୍ତ୍ରୀ ଙ୍କ ସହ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ବହୁ ମନ୍ତ୍ରୀ, ବିଧାୟକ, ସାଂସଦଙ୍କ ସମେତ ମୁଖ୍ୟ ଶାସନ ସଚିବ ସାମିଲ ହୋଇଛନ୍ତି। ମାରାଥନରେ ରାଜ୍ୟର ବିଭିନ୍ନ ସ୍କୁଲ ଓ କ୍ରୀଡ଼ା ସଂଗଠନର ୨ହଜାରରୁ ଅଧିକ ଲୋକ ସାମିଲ
ହୋଇଛନ୍ତି। ଲୌହ ମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜୟନ୍ତୀକୁ ରାଷ୍ଟ୍ରୀୟ ଏକତା ଦିବସ ଭାବେ ପାଳନ କରାଯାଇଥାଏ। ଏହି ଅବସରରେ ଆୟୋଜିତ ହୋଇଥାଏ ରନ୍ ଫର୍ ୟୁନିଟି କାର୍ଯ୍ୟକ୍ରମ।

ଅକ୍ଟୋବର ୩୧ରେ ସର୍ଦ୍ଦାର ବଲ୍ଲଭ ଭାଇ ପଟ୍ଟେଲଙ୍କ ଜୟନ୍ତୀ। ତେବେ ଏଥର ଅକ୍ଟୋବର ୩୧ ଦୀପାବଳି ଛୁଟିଦିନରେ ଜୟନ୍ତୀ ପଡୁଥିବାରୁ ଅକ୍ଟୋବର ୨୯ରେ ଆୟୋଜିତ ହେଉଛି ରନ୍ ଫର୍ ୟୁନିଟି କାର୍ଯ୍ୟକ୍ରମ। ପୂର୍ବରୁ ଏ ନେଇ ନିଜ ମନ୍ କୀ ବାତ୍ କାର୍ଯ୍ୟକ୍ରମରେ ସୂଚନା ଦେଇଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।

Advertisment
Sardar Patel
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ