Advertisment

CM Mohan Majhi Meets PM: ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶାର ବିକାଶ ପ୍ରସଙ୍ଗରେ ଆଲୋଚନା

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କୁ ବି ଭେଟିବା ସହ ଓଡ଼ିଶାର ସାର୍ବଜନୀନ ସ୍ୱାସ୍ଥ୍ୟ ସୁରକ୍ଷା ବିଷୟରେ ଆଲୋଚନା କରିଛନ୍ତି । ବିକଶିତ ଓଡ଼ିଶା ଓ ବିକଶିତ ଭାରତ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ସେ କହିଛନ୍ତି ।

author-image
Lipsa Mohapatra
ଅଦ୍ୟତନ ହୋଇଛି
CM Meets PM

CM Meets PM

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ । ଗତକାଲି ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ରାଜ୍ୟର ସାମଗ୍ରିକ ବିକାଶକୁ ତ୍ୱରାନ୍ୱିତ କରିବା ଉପରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଛି । ବିକଶିତ ଓଡ଼ିଶା, ବିକଶିତ ଭାରତର ଲକ୍ଷ୍ୟ ହାସଲ କରିବା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ମିଳିତ ଭାବେ କାର୍ଯ୍ୟ କରିବାକୁ ପ୍ରତିଶ୍ରୁତିବଦ୍ଧ ବୋଲି ନିଜ ସୋସିଆଲ ମିଡିଆ ପ୍ଲାଟଫର୍ମ Xରେ ଉଲ୍ଲେଖ କରିଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, "ଓଡ଼ିଶାର ବିକାଶ ପାଇଁ ପ୍ରଧାନମନ୍ତ୍ରୀଙ୍କ ଅତୁଟ ସମର୍ଥନ ପାଇଁ କୃତଜ୍ଞ ।"

Advertisment

ଏଥିସହ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କୁ ବି ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ରାଜ୍ୟର ସ୍ୱାସ୍ଥ୍ୟ ବ୍ୟବସ୍ଥା ଉପରେ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରିଛନ୍ତି । ଓଡ଼ିଶାର ସାର୍ବଜନୀନ ସ୍ୱାସ୍ଥ୍ୟ ସୁରକ୍ଷା ପ୍ରତି ରାଜ୍ୟର ପ୍ରତିବଦ୍ଧତା ଉପରେ ଗୁରୁତ୍ୱ ଦେବା ସହ ଦୁର୍ଗମ ଅଞ୍ଚଳରେ ଉଚ୍ଚମାନର ମେଡିକାଲ ଭିତ୍ତିଭୂମି, ଡାକ୍ତରୀ ଶିକ୍ଷା ଓ ସ୍ୱାସ୍ଥ୍ୟ ସେବା ପାଇଁ କେନ୍ଦ୍ର ସରକାରଙ୍କ ସହଯୋଗ ଭଳି ବିଭିନ୍ନ ବିଷୟରେ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ । ଏଥିସହ ଦଳୀୟ ପ୍ରସଙ୍ଗରେ ବି ନଡ୍ଡାଙ୍କ ସହ ମୁଖ୍ୟମନ୍ତ୍ରୀ ଆଲୋଚନା କରିଥିବା ସୂଚନା ମିଳିଛି ।

ଅଧିକ ପଢନ୍ତୁ :  ‘୧୪୦ କୋଟି ଲୋକଙ୍କ ଆକାଂକ୍ଷା ପୂରଣ କରିବା ପାଇଁ ବିରାଟ ସୁଯୋଗ ପାଇଛୁ’

Advertisment
Odisha CM PM Narendra Modi Mohan Charan Majhi
Advertisment
Related Articles
Advertisment