Advertisment

ମେଜର ଓ ବାନ୍ଧବୀଙ୍କୁ ନିର୍ଯାତନା ମାମଲା; ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବରର ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲାର ହେବ ବିଚାର ବିଭାଗୀୟ ତଦନ୍ତ । ମଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ନିର୍ଦ୍ଦେଶ ଦେଇଛନ୍ତି ।

ଅଦ୍ୟତନ ହୋଇଛି
Odisha Army Officer Case: CM Orders Judicial Inquiry into Alleged Assault of Army Officer and Fiancé

judicial-investigation

Advertisment

ଭୁବନେଶ୍ବରର ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲାର ହେବ ବିଚାର ବିଭାଗୀୟ ତଦନ୍ତ । ମଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ନିର୍ଦ୍ଦେଶ ଦେଇଛନ୍ତି । ଲୋକସେବା ଭବନରେ ବିଳମ୍ବିତ ରାତି ପର୍ଯ୍ୟନ୍ତ ଏହି ପ୍ରସଙ୍ଗରେ ଆଲୋଚନା କରିବା ପରେ ମୁଖ୍ୟମନ୍ତ୍ରୀ ଚିଚାର ବିଭାଗୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

Advertisment

ଅଧିକ ପଢନ୍ତୁ: ଭରତପୁର ଘଟଣା: ବିଜେଡି ପକ୍ଷରୁ ଭୁବନେଶ୍ବରରେ ହରତାଳ ଡାକରା ପ୍ରତ୍ୟାହୃତ

ବିଚାରପତି ଜଷ୍ଟିସ ଚିତ୍ତରଂଜନ ଦାଶଙ୍କ ଅଧ୍ୟକ୍ଷତାରେ ଏହି ତଦନ୍ତ ହେବ। ୬୦ ଦିନ ଭିତରେ ରିପୋର୍ଟ ପ୍ରଦାନ କରିବେ ତଦନ୍ତ କମିଶନ । ଏହା ସହିତ ହାଇକୋର୍ଟଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ କ୍ରାଇମବ୍ରାଞ୍ଚ ତଦନ୍ତକୁ ତ୍ବରାନ୍ବିତ କରିବା ପାଇଁ ହାଇକୋର୍ଟଙ୍କୁ ଅନୁରୋଧ କରାଯାଇଥିବା ସୂଚନା ମିଳିଛି । ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲାରେ ଅଭିଯୁକ୍ତ ୫ ଜଣ ପୋଲିସ କର୍ମଚାରୀଙ୍କୁ ନିଲମ୍ବିତ କରାଯିବା ସହ ସେମାନଙ୍କ ବିରୋଧରେ ମାମଲା ରୁଜୁ ହୋଇଛି।

Advertisment

ଏହାଛଡ଼ା ଘଟଣାରେ ସଂପକ୍ତ ଯୁବକ ମାନଙ୍କ ବିରୋଧରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ହୋଇଛି ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ଆଇନ ଅନୁଯାୟୀ ଦୋଷୀ ସାବ୍ୟସ୍ତ ସମସ୍ତ ବ୍ୟକ୍ତି ବା ଅଧିକାରୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ ହୋଇ ପଦକ୍ଷେପ ନେଇଥିବା ସୂଚନା ଦିଆଯାଇଛି । ବିଳମ୍ବିତ ରାତି ପର୍ଯ୍ୟନ୍ତ ଲୋକସେବା ଭବନରେ ଚାଲିଥିବା ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ସମେତ ଦୁଇ ଉପମୁଖ୍ୟମନ୍ତ୍ରୀ, ରାଜସ୍ବ ମନ୍ତ୍ରୀ, ଆଇନମନ୍ତ୍ରୀ, ଆଡଭୋକେଟ ଜେନେରାଲ, ମୁଖ୍ୟ ଶାସନ ସଚିବ, ପୋଲିସ ଡିଜି ପ୍ରମୁଖ ଉପସ୍ଥିତ ଥିଲେ।

Advertisment

Odisha News Police Odisha CM
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ