Advertisment

‘ବାତ୍ୟା ମୁକାବିଲାରେ ଆମେ ସଫଳ ହୋଇଛୁ’

ଦିନ ୧ଟା ସୁଦ୍ଧା ଗଛ ପଡିଥିବା ସମସ୍ତ ରାସ୍ତାରୁ ଅବରୋଧ ହଟିବ ଏବଂ ସଂଧ୍ୟା ସୁଦ୍ଧା ସବୁ ଅଞ୍ଚଳକୁ ବିଜୁଳି ଯୋଗାଣ ସ୍ବାଭାବିକ ହେବ ବୋଲି  କହିଛନ୍ତି ମୁଖ୍ୟମନ୍ତ୍ରୀ।

ଅଦ୍ୟତନ ହୋଇଛି
CM Mohan Majhi

CM Mohan Majhi

Advertisment

ସରକାରଙ୍କ ଜିରୋ କାଜୁଆଲିଟି ଲକ୍ଷ୍ୟ ସଫଳ ହୋଇଛି। ବାତ୍ୟା ପରର ସ୍ଥିତି ସମୀକ୍ଷା କରି ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।  ବାତ୍ୟା ମୁକାବିଲାରେ ଆମେ ସଫଳ ହୋଇଛୁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ସେହିଭଳି ଦିନ ୧ଟା ସୁଦ୍ଧା ଗଛ ପଡିଥିବା ସମସ୍ତ ରାସ୍ତାରୁ ଅବରୋଧ ହଟିବ ଏବଂ ସଂଧ୍ୟା ସୁଦ୍ଧା ସବୁ ଅଞ୍ଚଳକୁ ବିଜୁଳି ଯୋଗାଣ ସ୍ବାଭାବିକ ହେବ ବୋଲି  କହିଛନ୍ତି ମୁଖ୍ୟମନ୍ତ୍ରୀ।  

Advertisment

ସେହିଭଳି ୬ ହଜାର ଗର୍ଭବତୀଙ୍କୁ ସୁରକ୍ଷିତ ସ୍ଥାନାନ୍ତର କରାଯାଇଥିଲା। ସେମାନଙ୍କ ମଧ୍ୟରୁ ୧୬୦୦ ଶିଶୁ ଜନ୍ମ ନେଇଛନ୍ତି ବୋଲି ମୁଖମନ୍ତ୍ରୀ ସୂଚନା ଦେଇଛନ୍ତି। ବତ୍ୟା ପରବର୍ତ୍ତୀ କ୍ଷୟକ୍ଷତି ଆକଳନ ପାଇଁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ବିଭିନ୍ନ ବିଭାଗର ମନ୍ତ୍ରୀମାନେ ଗ୍ରାଉଣ୍ଡରେ ସ୍ଥିତି ତଦାରଖ କରୁଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। 

ଏପଟେ ବହିଲା ଅଣଚାଷ ପବନ, ଟଳିପଡ଼ିଲା ଗଛଲତା। ଭାଙ୍ଗିଲା ଚାଳ ଛପର ଘର। ମଧ୍ୟରାତ୍ରରୁ ତାଣ୍ଡବ ରଚିଥିବା ବାତ୍ୟା ଦାନା ବହୁ ଅଞ୍ଚଳରେ ନିଜର ତାଉ ଦେଖାଇଛି। ଏବେ ଶେଷ ପର୍ଯ୍ୟାୟରେ ରହିଛି ଭୀଷଣ ବାତ୍ୟା ଦାନାର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା। ରାତି ପ୍ରାୟ ୧୨ଟା ୫ ମିନିଟରୁ ସ୍ଥଳଭାଗ ଛୁଇଁବା ପରେ ଆରମ୍ଭ ହୋଇଥିଲା ଲ୍ୟାଣ୍ଡଫଲ୍। 

Advertisment

ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ବାତ୍ୟା ଦାନା ଭିତରକନିକାର ହବାଳିଖଟି ନେଚରକ୍ୟାମ୍ପ ନିକଟରେ ରାତ୍ରି ପ୍ରାୟ ସାଢେ ଗୋଟାଏରୁ ସାଢେ ୩ଟା ମଧ୍ୟରେ ସ୍ଥଳଭାଗ ଅତିକ୍ରମ କରିଛି। ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୧୦୦ରୁ ୧୨୦ କିଲୋମିଟର ରହିଥିଲା। ଏବେ ଏହା ଧାମରାଠାରୁ ଉତ୍ତରକୁ ୧୫ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ରହିଛି। 

ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ସରିବା ପରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି। ବାତ୍ୟା ପ୍ରଭାବରେ ଭିତରକନିକା, ଧାମରା, କେନ୍ଦ୍ରାପଡ଼ା ପେଣ୍ଠ ସମେତ ବିଭିନ୍ନ ଅଞ୍ଚଳରେ ଚାଳଛପର ସହ ଘରର ଆଜବେଷ୍ଟସ ଉଡ଼ିଯାଇଛି। ଆଉ କେଉଁଠି ରାସ୍ତା ଉପରେ ଟଳିପଡ଼ିଛି ଗଛଲତା। 

Advertisment

ଏପରିକି ଝଡ଼ ବର୍ଷାବେଳେ ଅସ୍ତବ୍ୟସ୍ତ ହୋଇପଡ଼ିଥିଲେ ବନ୍ୟଜନ୍ତୁ। ରାତି ତମାମ କ୍ୟାମେରାରେ କଏଦ୍ ହୋଇଥିଲା ବାତ୍ୟା ପ୍ରଭାବର ଚିତ୍ର। ଏବେ କେନ୍ଦ୍ରାପଡ଼ା, ଜଗତସିଂହପୁର, ବାଲେଶ୍ବର, ଭଦ୍ରକ ଜିଲ୍ଲାରେ ଲାଗିରହିଛି ବର୍ଷା। ତା’ ସହ କୋହଲା ପବନ ବହୁଛି। 

Cyclone Cyclone Dana
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ