Advertisment

ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ଦୁଇଦିନିଆ ସମ୍ବଲପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ନୂଆଖାଇ ଅବସରରେ ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ।

ଅଦ୍ୟତନ ହୋଇଛି
CM Mohan Majhi

CM Mohan Majhi

Advertisment

ଦୁଇଦିନିଆ ସମ୍ବଲପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପବିତ୍ର ନୂଆଖାଇ ଅବସରରେ ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ । ଅପରାହ୍ନ ୪ଟା ୨୫ରେ ସେ ସ୍ଥାନୀୟ ତପସ୍ୱିନୀ ଅଡିଟୋରିୟମରେ ଏହି ଯୋଜନାର ଶୁଭାରମ୍ଭ କରିବା କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀଙ୍କ ଦୁଇ ଦିନିଆ ସମ୍ବଲପୁର ଗସ୍ତ କାର୍ଯ୍ୟକ୍ରମ ରହିଛି । ଆସନ୍ତା ୮ ତାରିଖରେ ମୁଖ୍ୟମନ୍ତ୍ରୀ ସମ୍ବଲପୁର ଗସ୍ତରେ ଯିବା କାର୍ଯ୍ୟକ୍ରମ ରହିଛି।

Advertisment

୮ ତାରିଖରେ ହିଁ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ କରିବେ । ସେହିଦିନ ମୁଖ୍ୟମନ୍ତ୍ରୀ ମା’ ସମଲେଶ୍ୱରୀଙ୍କୁ ଦର୍ଶନ କରିବା କାର୍ଯ୍ୟକ୍ରମ ବି ରହିଛି । ଅପରାହ୍ନରୁ ସଂଧ୍ୟା ପର୍ଯ୍ୟନ୍ତ ଏକାଧିକ ନୂଆଖାଇ ଭେଟଘାଟରେ ଯୋଗଦେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ମୁଖ୍ୟମନ୍ତ୍ରୀ ସମ୍ବଲପୁରରେ ପହଞ୍ଚି ଅପରାହ୍ନ ଗୋଟାଏ ୧୦ରେ ମା' ସମଲେଶ୍ୱରୀ ମନ୍ଦିର ଯାଇ ମା'ଙ୍କ ଦର୍ଶନ କରିବା ସହ ନୁଆ ଖାଇବେ ।

ଏଥି ସହିତ, ସେ ବିଭିନ୍ନ ସଂସ୍ଥା ପକ୍ଷରୁ ଭିନ୍ନ ଭିନ୍ନ ମଞ୍ଚରେ ଆୟୋଜନ କରାଯିବାକୁ ଥିବା ନୂଆଖାଇ ଭେଟଘାଟ ସାଂସ୍କୃତିକ କାର୍ଯ୍ୟକ୍ରମରେ ଅତିଥି ଭାବେ ଯୋଗ ଦେବେ। ବୁର୍ଲା ଅଶୋକ ନିବାସରେ ରାତ୍ରୀଯାପନ କରିବେ ମୁଖ୍ୟମନ୍ତ୍ରୀ। ତା ପରଦିନ ୯ ତାରିଖ ସକାଳେ ପୁଣି ଭୁବନେଶ୍ୱର ଅଭିମୁଖେ ଫେରିବା କାର୍ଯ୍ୟକ୍ରମ ରହିଛି। 

Advertisment
Mohan Majhi Nuakhai Festival
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ