Advertisment

CM to Disburse Subhadra’s 3rd Phase Funds: ଜୟପୁରରୁ ସୁଭଦ୍ରା ତୃତୀୟ କିସ୍ତି ଅର୍ଥ ବାଣ୍ଟିବେ ମୁଖ୍ୟମନ୍ତ୍ରୀ...

କୋଟିଏରୁ ଉର୍ଦ୍ଧ୍ବ ହିତାଧିକାରୀଙ୍କୁ ଏକକାଳୀନ ଯିବ ସୁଭଦ୍ରା ଅର୍ଥ। ୯ ତାରିଖରେ ମିଳିବ ସୁଭଦ୍ରାର ତୃତୀୟ କିସ୍ତି।

ଅଦ୍ୟତନ ହୋଇଛି
CM to Disburse Subhadra’s 3rd Phase Funds

CM to Disburse Subhadra’s 3rd Phase Funds

Advertisment

ଜୟପୁରରୁ ସୁଭଦ୍ରା ତୃତୀୟ କିସ୍ତି ଅର୍ଥ ବାଣ୍ଟିବେ ମୁଖ୍ୟମନ୍ତ୍ରୀ। କୋଟିଏରୁ ଉର୍ଦ୍ଧ୍ବ ହିତାଧିକାରୀଙ୍କୁ ଏକକାଳୀନ ଯିବ ସୁଭଦ୍ରା ଅର୍ଥ। ୯ ତାରିଖରେ ମିଳିବ ସୁଭଦ୍ରାର ତୃତୀୟ କିସ୍ତି। ଏହା ପୂର୍ବରୁ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବସିଥିଲା ଗୁରୁତ୍ବପୂର୍ଣ୍ଣ ବୈଠକ। ସୁଭଦ୍ରା ସମ୍ପର୍କିିତ ବିଭିନ୍ନ ଦିଗକୁ ନେଇ ଷ୍ଟିଅରିଂ କମିଟି ବୈଠକରେ ଆଲୋଚନା ହୋଇଛି।

Advertisment

ଆଗକୁ ସୁଭଦ୍ରା ଯୋଜନାରେ ହିତାଧିକାରୀଙ୍କୁ ନୂଆ ଯୋଡାଯିବା ନେଇ ବି ବୈଠକରେ ଆଲୋଚନା ହୋଇଛି। ଲୋକଙ୍କ ଫିଡ୍ ବ୍ୟାକ ଉପରେ ଗୁରୁତ୍ବ ଦେଉଛନ୍ତି ସରକାର। ସୁଭଦ୍ରା ଅର୍ଥ ମହିଳା ମାନେ କିପରି ବ୍ୟବହାର କରୁଛନ୍ତି ଏହା ଉପରେ ମତାମତ ନେବାକୁ ଷ୍ଟିଅରିଙ୍ଗ କମିଟିରେ ନିଷ୍ପତ୍ତି ହୋଇଛି। ଏହା ସହ ୨୧ ବର୍ଷ ହେବା ପରେ ନୂଆ ହିତାଧିକାରୀ ସାମିଲ ହେବେ ଓ ମାର୍ଚ୍ଚ ୩୦ ସୁଦ୍ଧା ୬୦ ବର୍ଷ ଅତିକ୍ରମ କରିଥିଲେ ଯୋଜନାରୁ ବାଦ ପଡ଼ିବେ ବୋଲି ସୂଚନା ଦିଆଯାଇଛି ।

ଅପରପକ୍ଷେ ଅଗଷ୍ଟ ୯ ପରେ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ। ୨୧ ବର୍ଷ ହୋଇଥିବା ଯୁବତୀ ପୁଣି ଥରେ କରିପାରିବେ ଆବେଦନ। ସୁଭଦ୍ରା ଯୋଜନାକୁ ନେଇ ଗତକାଲି କିଛି ଏଭଳି ସୂଚନା ଦେଇଥିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।

Advertisment

ଅଗଷ୍ଟ ୯ ତାରିଖ ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ତୃତୀୟ କିସ୍ତି ପରେ ଖୋଲିବ ସୁଭଦ୍ରା ପୋର୍ଟାଲ। ୨୧ ବର୍ଷ ହୋଇଥିବା ଯୁବତୀ କରି ପାରିବେ ଆବେଦନ। ତାସହ ପୂର୍ବରୁ ବାଦ୍ ପଡ଼ିଥିବା ୨ ଲକ୍ଷ ହିତାଧିକାରୀଙ୍କୁ ଯୋଡ଼ିବା ପାଇଁ ଆଉ ଥରେ ହେବ ସର୍ଭେ । ଗାଡ଼ି କିଣା ଏବଂ ୫ ଏକର ଜମି ଥିବା ସହ ଆଇଟି ରିଟର୍ଣ୍ଣ କରିଥିବାରୁ ସେମାନଙ୍କୁ ବାଦ୍ ଦିଆଯାଇଛି। ସେହିପରି ୯୩ ହଜାର ହିତାଧିକାରୀଙ୍କୁ ୬୦ ବର୍ଷ ହୋଇଥିବାରୁ ସାମାଜିକ ଓ ସୁରକ୍ଷା ବିଭାଗକୁ ତାଙ୍କ ଲିଷ୍ଟ ପଠେଇ ଦିଆଯାଇଛି। ଏହି ଆଧାରକୁ ନେଇ ପୁଣି ଥରେ ଚୟନ କରାଯିବ।

Subhadra
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ