Advertisment

Community Support Staff: ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବକେୟା ଦରମା ପାଇବେ କମ୍ୟୁନିଟି ସପୋର୍ଟ ଷ୍ଟାଫ୍

ଗତବର୍ଷ ଏପ୍ରିଲରୁ ୧୦ ମାସର ବକେୟା ଦରମା ଦେବେ ନୂଆ ସରକାର । ଏନେଇ ଲକ୍ଷପତି ଦିଦି ସହାୟିକା ଯୋଜନା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

ଅଦ୍ୟତନ ହୋଇଛି
ବକେୟା ପାଇବେ CRP, MBK

ବକେୟା ପାଇବେ CRP, MBK

Advertisment

CRP, ବ୍ୟାଙ୍କମିତ୍ର, MBK, ପ୍ରାଣୀମିତ୍ରଙ୍କ ପାଇଁ ଖୁସି ଖବର । କମ୍ୟୁନିଟି ସପୋର୍ଟ ଷ୍ଟାଫ୍‌ଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର । ବକେୟା ପାଇବେ କମ୍ୟୁନିଟି ସପୋର୍ଟ ଷ୍ଟାଫ୍ । ୧୦ ମାସର ବକେୟା ଦରମା ପାଇବେ କମ୍ୟୁନିଟି ସପୋର୍ଟ ଷ୍ଟାଫ୍ । CRP, ବ୍ୟାଙ୍କମିତ୍ର, MBK, ପ୍ରାଣୀମିତ୍ର ଏହି ବକେୟା ଦରମା ପାଇବେ ବୋଲି ଘୋଷଣା କରିଛନ୍ତି ରାଜ୍ୟ ସରକାର।

Advertisment

ଗତବର୍ଷ ଏପ୍ରିଲରୁ ୧୦ ମାସର ବକେୟା ଦରମା ଦେବେ ନୂଆ ସରକାର । ଏନେଇ ଲକ୍ଷପତି ଦିଦି ସହାୟିକା ଯୋଜନା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହା ଫଳରେ ରାଜ୍ୟରେ ୬୨ ହଜାରରୁ ଊର୍ଦ୍ଧ୍ବ କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ଉପକୃତ ହେବେ ବୋଲି ଜଣାପଡ଼ିଛି ।

ଅଧିକ ପଢ଼ନ୍ତୁ: ପ୍ରେମ ଦିବସ ବଦଳରେ ପାଳନ ହେଲା ପିତୃ-ମାତୃ ପୂଜନ ଦିବସ...ବନ୍ଦାପନା କଲେ କୁନି କୁନି ପିଲା

Advertisment

ସୂଚନାଯୋଗ୍ୟ, ରାଜ୍ୟରେ ପ୍ରାୟ ୬୨ ହଜାରରୁ ଊର୍ଦ୍ଧ୍ବ କମ୍ୟୁନିଟି ସପୋର୍ଟ ଷ୍ଟାଫ୍ କାର୍ଯ୍ୟରତ ଅଛନ୍ତି । ତେବେ ଓଡ଼ିଶାରେ ୨୦୨୪ ଏପ୍ରିଲ ମାସରେ ସାଧାରଣ ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହୋଇଥିଲା । ସେବେଠାରୁ ସିଆରପି, ବ୍ୟାଙ୍କମିତ୍ର, ଏମ୍‌ବିକେ ଓ ପ୍ରାଣୀମିତ୍ରଙ୍କ ଦରମା ଅଟକି ଯାଇଥିଲା । ଯଦିଓ ଜୁନ୍‌ ପ୍ରଥମ ସପ୍ତାହରେ ସାଧାରଣ ନିର୍ବାଚନ ଫଳ ଆସିଲା, କିନ୍ତୁ ରାଜ୍ୟରେ ସରକାର ବଦଳିଯିବା ପରେ ସିଆରପି, ବ୍ୟାଙ୍କମିତ୍ର, ଏମ୍‌ବିକେ ଓ ପ୍ରାଣୀମିତ୍ରମାନେ ସଂକଟରେ ପଡ଼ିଯାଇଥିଲେ ।

ଏମିତିକି କମ୍ୟୁନିଟି ସପୋର୍ଟ ଷ୍ଟାଫ୍‌ ବିଭିନ୍ନ ସମୟରେ ଭୁବନେଶ୍ବରର ଲୋୟର ପିଏମ୍‌ଜିରେ ଧାରଣ ମଧ୍ୟ ଦେଇଥିଲେ । ଲୋୟର ପିଏମ୍‌ଜିରେ ଧାରଣ ପରେ ରାଜ୍ୟ ସରକାର ସେମାନଙ୍କୁ ସମସ୍ୟାର ସମାଧାନ କରିବା ପାଇଁ ପ୍ରତିଶ୍ରୁତି ଦେଇଥିଲେ। ପ୍ରତିଶ୍ରୁତି ଅନୁଯାୟୀ ରାଜ୍ୟ ସରକାର କମ୍ୟୁନିଟି ସପୋର୍ଟ ଷ୍ଟାଫ୍‌ଙ୍କ ସମସ୍ୟାର ସମାଧାନ କରିଛନ୍ତି । ଏବଂ ୧୦ ମାସର ବକେୟା ଦରମା ଦେବେ ନୂଆ ସରକାର । ଯାହାଫଳରେ ୬୨ ହଜାରରୁ ଊର୍ଦ୍ଧ୍ବ କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ଉପକୃତ ହେବେ।

Advertisment

ଅଧିକ ପଢ଼ନ୍ତୁ: ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କଲେ ପ୍ରମିଳା ମଲ୍ଲିକ

Odisha Mohan Majhi
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ