/odishatv-khabar/media/post_attachments/uploadimage/library/16_9/16_9_0/IMAGE_1722238459.jpg)
CM Mohan Majhi
ଗୃହରେ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ସ୍ବାଧିକାର ଭଙ୍ଗ ନୋଟିସ ଆଣିଲା କଂଗ୍ରେସ । ଶୂନ୍ୟକାଳରେ ଏହି ନୋଟିସକୁ ବାଚସ୍ପତି ଗ୍ରହଣ କରିବାପରେ ଆଲୋଚନା ହୋଇଛି । ଅଗ୍ନିବୀର ସଂରକ୍ଷଣ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣାକୁ ମୁକେଶ ମହାଲିଙ୍ଗ ପଢ଼ିବା ବେଳେ ହଟ୍ଟଗୋଳ ହୋଇଥିଲା । ଅଗ୍ନିବୀର ସଂରକ୍ଷଣ ଓ ୫ ବର୍ଷ ବୟସ ସୀମା କୋହଳ ଘୋଷଣା ନେଇ ଗୃହ ଭିତରେ ଉଭୟ ବିଜେଡି ଓ କଂଗ୍ରେସ ପକ୍ଷରୁ ହୋହଲ୍ଲା କରାଯାଇଛି ।
ଗୃହ ଚାଲିଥିବା ବେଳେ ମୁଖ୍ୟମନ୍ତ୍ରୀ କାହିଁକି ବାହାରେ ଘୋଷଣା କଲେ ବୋଲି ପ୍ରଶ୍ନ କରିଛନ୍ତି କଂଗ୍ରେସ ବିଧାୟକ ତାରା ବହିନୀପତି । ସେପଟେ ତାରାଙ୍କ ବିରୋଧରେ ପାଲଟା ସ୍ୱାଧୀକାର ଭଙ୍ଗ ନୋଟିସ ଆଣିଛନ୍ତି ବିଜେପି ବିଧାୟକ ଇରାଶିଷ ଆଚାର୍ଯ୍ୟ । କଂଗ୍ରେସ ସ୍ବାଧିକାର ନୋଟିସ୍ ଆଣିବ କିପରି ଗଣମାଧ୍ୟମକୁ ଆସିଲା । ବାଚସ୍ପତିଙ୍କ ବିନା ଅନୁମତିରେ କିପରି ପ୍ରକାଶ ପାଇଲା ବୋଲି ଇରାଶିଷ ଆଚାର୍ଯ୍ୟ ପ୍ରଶ୍ନ କରିଛନ୍ତି।
ସୂଚନା ଅନୁସାରେ ଗତ ୨୬ ତାରିଖରେ ଗୃହ ଚାଲିଥିବା ବେଳେ ଅଗ୍ନିବୀରଙ୍କ ପାଇଁ ଚାକିରିରେ ୧୦ ପ୍ରତିଶତ ସଂରକ୍ଷଣ ଓ ବୟସ କୋହଳ ନେଇ ମୁଖ୍ୟମନ୍ତ୍ରୀ ଗୃହ ବାହାରେ ଘୋଷଣା କରିଥିଲେ । ବିଧାନସଭା ବା ସଂସଦୀୟ ନିୟମ ଅନୁସାରେ ଅଧିବେଶନ ଚାଲିଥିବା ବେଳେ କୌଣସି ନୀତିଗତ ନିଷ୍ପତି ଗୃହ ବାହାରେ ଘୋଷଣା କରାଯାଇପାରିବ ନାହିଁ। ଏହାକୁ ପ୍ରଥମେ ଗୃହରେ ଘୋଷଣା କରିବାର ଆବଶ୍ୟକତା ରହିଛି। ହେଲେ ମୁଖ୍ୟମନ୍ତ୍ରୀ ଏହି ନିୟମ ଭାଙ୍ଗିଛନ୍ତି ବୋଲି କଂଗ୍ରେସ ଅଭିଯୋଗ କରିଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)