/odishatv-khabar/media/post_attachments/uploadimage/library/16_9/16_9_0/Covid_19_1747879062.jpg)
Covid-19
ପୁଣି ଓଡିଶାକୁ ଫେରିଛି କରୋନା । ଓଡିଶାରେ ଚିହ୍ନଟ ହୋଇଛନ୍ତି ପ୍ରଥମ କରୋନା ଆକ୍ରାନ୍ତ । ଆକ୍ରାନ୍ତ ଜଣଙ୍କ ରାଜଧାନୀ ଭୁବନେଶ୍ୱରର ବୋଲି ଜଣାଯାଇଛି। ନିକଟରେ ସେ ଦିଲ୍ଲୀରୁ ଫେରିଥିଲେ। ଆକ୍ରାନ୍ତ ଜଣଙ୍କ ପୁରୁଷ ଥିବା ବେଳେ ଏବେ ସେ ଘରୋଇ ହସପିଟାଲରେ ଚିକିତ୍ସାଧୀନ ଥିବା ସୂଚନା ମିଳିଛି । ଆକ୍ରାନ୍ତ ବ୍ୟକ୍ତି ଜଣଙ୍କ ନାନା ରୋଗରେ ପୀଡ଼ିତ ଥିଲେ। ତେବେ ସ୍ବାସ୍ଥ୍ୟ ପରୀକ୍ଷା ବେଳେ ସେ କୋଭିଡ୍ ପଜିଟିଭ୍ ବାହାରିଛନ୍ତି। ଓଡିଶାକୁ କରୋନାର ନୂଆ ମାମଲା ସାମନାକୁ ଆସିବା ପରେ ରାଜ୍ୟବାସୀଙ୍କ ମଧ୍ୟରେ ଛନକା ପସିଛି ।
Advertisment
ଅଧିକ ପଢ଼ନ୍ତୁ: ସିଙ୍ଗାପୁର ଓ ହଂକଂରେ ବଢ଼ୁଛି କୋଭିଡ ସଂକ୍ରମଣ; ଚିନ୍ତାରେ ସାରା ଦେଶ
ସୂଚନାଯୋଗ୍ୟ, ଦକ୍ଷିଣ ଏସିଆର ଚୀନ ଓ ସିଙ୍ଗାପୁରରେ କୋଭିଡ୍-୧୯ କାୟା ବିସ୍ତାର କରିଥିବା ବେଳେ ଭାରତକୁ ମଧ୍ୟ ବ୍ୟାପିଛି ସଂକ୍ରମଣ । କୋଭିଡ-୧୯ରେ ସଂକ୍ରମିତ ହୋଇ ମୁମ୍ବାଇରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି । ଭାରତରେ ୨୫୭ କୋଭିଡ୍ ଆକ୍ରନ୍ତ ଚିହ୍ନଟ କରାଯାଇଥିବା ବେଳେ ଭୁବନେଶ୍ୱରରେ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାହା ଏବେ ଚିନ୍ତାର କାରଣ ପାଲଟିଛି।
ଅଧିକ ପଢ଼ନ୍ତୁ: ପୁଣି ଫେରିଲା କୋଭିଡ-୧୯, ଚିନ୍ତା ବଢ଼ାଇଲା ନୂଆ ଲହର
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)