Advertisment

Cyclone Dana: କଳାବଜାରୀ ରୋକିବାକୁ ଟୋଲ ଫ୍ରି ନମ୍ବର ଜାରି

ଅତ୍ୟାବଶ୍ୟକ ସାମଗ୍ରୀର ଦରରେ ଅହେତୁକ ବୃଦ୍ଧି ଅଭିଯୋଗ ଆସିବା ପରେ, ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଜାରି ହୋଇଛି ଟୋଲ୍ ଫ୍ରି ନମ୍ବର। ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଜାରି କରାଯାଇଥିବା ଟୋଲ ଫ୍ରି ନମ୍ବର ହେଉଛି ୦୬୭୪-୨୩୯୬୨୨୭ ।

ଅଦ୍ୟତନ ହୋଇଛି
black marketing

black marketing

Advertisment

ଅତି ଭୟଙ୍କର ଭାବେ ମାଡ଼ି ଆସୁଛି ବାତ୍ୟା ‘ଦାନା’। ଏହାର ପ୍ରଭାବରେ ୭ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବାତ୍ୟାକୁ ଆଖି ଆଗରେ ରଖି ପ୍ରଶାସନ ବି ପୁରା ସଜାଗ ରହିଛି। ସେପଟେ ବାତ୍ୟା ଦାନାର ପ୍ରଭାବ ପନିପରିବା ଦର ଉପରେ ପଡିଛି। ଆକାଶ ଛୁଆଁ ରହିଛି ପନିପରିବା ଦର। ଆଳୁ ୫୦ ଟଙ୍କା ଛୁଇଁଥିବାବେଳେ ପିଆଜ ୮୦ ଟଙ୍କାରେ ବିକ୍ରି ହେଉଛି। ଖାଉଟି ହନ୍ତସନ୍ତ ହେଉଛନ୍ତି।

Advertisment

ଅତ୍ୟାବଶ୍ୟକ ସାମଗ୍ରୀର ଦରରେ ଅହେତୁକ ବୃଦ୍ଧି ଅଭିଯୋଗ ଆସିବା ପରେ, ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଜାରି ହୋଇଛି ଟୋଲ୍ ଫ୍ରି ନମ୍ବର। ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଜାରି କରାଯାଇଥିବା ଟୋଲ ଫ୍ରି ନମ୍ବର ହେଉଛି ୦୬୭୪-୨୩୯୬୨୨୭ । ଏହି ଟୋଲ ଫ୍ରି ନମ୍ବରରେ ଅଭିଯୋଗ କରିପାରିବେ ଖାଉଟି। କଲ୍ କରି ବ୍ୟବସାୟୀଙ୍କ ବିରୋଧରେ ଅଭିଯୋଗ କରିପାରିବେ ବୋଲି ବିଭାଗୀୟ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି।

ଅଭିଯୋଗ ଅନୁସାରେ ବ୍ୟବସାୟୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ ବୋଲି ମନ୍ତ୍ରୀ କହିଛନ୍ତି। ଏଥିସହ ବାତ୍ୟାର ମୁକାବିଲା ପାଇଁ ସରକାର ପ୍ରସ୍ତୁତ ଅଛନ୍ତି। ଲୋକଙ୍କ ସୁବିଧା ଅସୁବିଧା ବୁଝିବାକୁ ସେଣ୍ଟ୍ରାଲ୍ ୟୁନିଟ୍ କରାଯାଇଛି । ଅତ୍ୟାବଶ୍ୟକ ସାମଗ୍ରୀ ସହ ଚୁଡ଼ା, ଗୁଡ଼ ଆଦି ସବୁ ସ୍ଥାନରେ ଯେପରି ପହଞ୍ଚି ପାରିବ, ସେନେଇ ବିଭାଗ ସଜାଗ ଅଛି ବୋଲି କହିଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ।

Advertisment
Black Marketing Cyclone Dana
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ