Advertisment

ପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଅସମ୍ମାନ! ଖରାରେ ଜରି ପାଲ ଘୋଡ଼ାଇ ଚାଲିଗଲେ ନେତା

ଖରାରେ ମହାପ୍ରଭୁଙ୍କୁ ଜରି ପାଲରେ ଘୋଡାଇ ଚାଲିଗଲେ ନେତା। ପୁରୀ ଜିଲ୍ଲା ମାଲୁଦ ପଞ୍ଚୁଦୋଳ ପଡିଆରେ ଜଗନ୍ନାଥଙ୍କୁ ଅସମ୍ମାନ କରାଯାଇଥିବା ଦୃଶ୍ୟ ଦେଖିବାକୁ ମିଳିଛି।

Disrespect to Lord Jagannath

Disrespect to Lord Jagannath

Advertisment

କୋଟି ଓଡ଼ିଆଙ୍କ ମଉଡ଼ମଣୀ ତଥା ଓଡ଼ିଆଙ୍କ ଆରାଧ୍ୟ ଦେବତା ପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଅସମ୍ମାନ। ଖରାରେ ମହାପ୍ରଭୁଙ୍କୁ ଜରି ପାଲରେ ଘୋଡାଇ ଚାଲିଗଲେ ନେତା। ପୁରୀ ଜିଲ୍ଲା ମାଲୁଦ ପଞ୍ଚୁଦୋଳ ପଡିଆରେ ଜଗନ୍ନାଥଙ୍କୁ ଅସମ୍ମାନ କରାଯାଇଥିବା ଦୃଶ୍ୟ ଦେଖିବାକୁ ମିଳିଛି। ଏହି ଦୃଶ୍ୟ ଦେଖିବା ପରେ ଜଗନ୍ନାଥ ପ୍ରେମୀଙ୍କ ମଧ୍ୟରେ ଘୋର ଉଦବେଗ ପ୍ରକାଶ ପାଇଛି ।

Advertisment

ଗତ ୧୯ ତାରିଖରେ ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ଏକ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଥିଲା । ବ୍ରହ୍ମଗିରିର ବିଜେଡି ବିଧାୟକ ପ୍ରାର୍ଥୀ ଉମାକାନ୍ତ ସାମନ୍ତରାୟ ଏବଂ ପୁରୀ ସାଂସଦ ପ୍ରାର୍ଥୀ ଅରୁପ ପଟ୍ଟନାୟକଙ୍କ ଉପସ୍ଥିତିରେ କୃଷ୍ଣପ୍ରସାଦର ଅନେକ ବିଜୁ ଛାତ୍ରନେତାଙ୍କୁ ନେଇ ସଭା ଆୟୋଜିକ କରାଯାଇଥିଲା ।

ସେଠାରେ ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରଦୀପ ଜଳାଇ ସଭା କାର୍ଯ୍ୟ ଆରମ୍ଭ କରିଥିଲେ ନେତା। କିନ୍ତୁ ବୈଠକ ସରିଗଲା ପରେ ସେଠାରୁ ସମସ୍ତେ ଚାଲିଗଲେ । ହେଲେ ସେଠାରେ ପଡିରହିଲେ ମହାପ୍ରଭୁ ଜଗନ୍ନାଥଙ୍କ ପ୍ରତିମା। ଯାହାକୁ ନେଇ ଜଗନ୍ନାଥ ପ୍ରେମୀଙ୍କ ମଧ୍ୟରେ ଘୋର ଉଦବେଗ ପ୍ରକାଶ ପାଇଛି ।

Advertisment

BJD Lord Jagannath
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ