Advertisment

ED Raid: ପ୍ରମିଳାଙ୍କ ଭାଇ ଘରେ ଘାଣ୍ଟୁଛି ED; ୨୩୧ କୋଟି ଠକେଇ ଅଭିଯୋଗରେ ରେଡ୍

ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କ ଭାଇଙ୍କ ଘରେ ରେଡ୍। ବିଶ୍ବ NGO ଉପରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ବା EDର ରେଡ୍ ।

author-image
Sonali Ojha
ଅଦ୍ୟତନ ହୋଇଛି
ED

ED

ରାଜ୍ୟ ସରକାରଙ୍କ ଜିରୋ ଟଲରାନ୍ସ ନୀତି ଅବଲମ୍ବନ କରୁଛନ୍ତି । ଏହି କ୍ରମରେ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କ ଭାଇଙ୍କ ଘରେ ରେଡ୍ ଆରମ୍ଭ ହୋଇଛି। ବିଶ୍ବ NGO ଉପରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ବା EDର ରେଡ୍ ଚାଲିଛି ।  ସମ୍ବଲପୁରର ୩ଟି ଏବଂ ଦିଲ୍ଲୀର ଗୋଟିଏ ସ୍ଥାନରେ ଚାଲିଛି ରେଡ୍ ।

Advertisment

ବିଶ୍ବ ଏନଜିଓର ଫାଉଣ୍ଡର ହେଉଛନ୍ତି ପୂର୍ବତନ ମନ୍ତ୍ରୀ ତଥା ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଭାଇ ସ୍ବର୍ଗତ କ୍ଷୀରୋଦ ମଲ୍ଲିକ। ୨୩୧ କୋଟି ଟଙ୍କାର ଠକେଇ ଅଭିଯୋଗରେ ସମ୍ବଲପୁରରେ ଏହି ରେଡ୍ କରାଯାଉଛି। ମୃତ କ୍ଷୀରୋଦ ମଲ୍ଲିକଙ୍କ ସମ୍ବଲପୁରସ୍ଥିତ ୩ଟି ସ୍ଥାନରେ ଏକକାଳୀନ ରେଡ଼ ଚାଲିଛି । ଦିଲ୍ଲୀରେ ବି ରେଡ଼ କରୁଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । Bharat integrated social welfare agency ବିରୋଧରେ ରହିଛି ୨୩୧ କୋଟି ଟଙ୍କା ଠକେଇ ଅଭିଯୋଗ । ଏକାଧିକ ରାଷ୍ଟ୍ରାୟତ ଓ ଘରୋଇ ବ୍ୟାଙ୍କରୁ ଲୋନ ନେଇଥିଲେ କ୍ଷୀରୋଦ।

Sambalpur Delhi Pramila Mallick ED Raid
Advertisment
Advertisment